ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ନିର୍ମାଣ ହେବ ୧୦୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟ

ନୟାଗଡ଼ ଅଫିସ,୧୭।୧୦: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ନିର୍ମାଣ ହେବ ୧୦୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହି ଘୋଷଣା କରିଛନ୍ତି। ଏ ସମ୍ପର୍କରେ ବୁଧବାର ସନ୍ଧ୍ୟାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଜିଲାପାଳ ଡା. ପୋମା ଟୁଡୁ ସୂଚନା ଦେଇଛନ୍ତି। ସେହିଭଳି ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀମାନଙ୍କ ସମ୍ପର୍କୀୟଙ୍କ ପାଇଁ ଏକ ଆଶ୍ରୟସ୍ଥଳୀ ନିର୍ମାଣ କରାଯିବ। ଏହା ସହିତ ଜିଲା ରୋଗୀ କଲ୍ୟାଣ ସମିତି ପାଣ୍ଠିକୁ ୧୦ ଲକ୍ଷ ଟଙ୍କା, ଜିଲାକୁ ଦୁଇଟି ଆମ୍ବୁଲାନ୍ସ ଓ ଗୋଟିଏ ମହାପ୍ରୟାଣ ଗାଡ଼ି ମଞ୍ଜୁର କରାଯାଇଥିବା ଜିଲାପାଳ ଟୁଡ଼ୁ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ଗତ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ବିଭାଗ ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ୍‌, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଜାତୀୟ ସ୍ବାସ୍ଥ୍ୟ ମିଶନ ଓଡ଼ିଶାର ପରିଚାଳନା ନିର୍ଦ୍ଦେଶକ ଶାଲିନ ପଣ୍ଡିତ ପ୍ରମୁଖ ୩ ବରିଷ୍ଠ ଅଧିକାରୀ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଥିଲେ। ଏହି ସମୟରେ ଜିଲାପାଳ ଟୁଡୁ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଶ୍ୱେତ ମହାପାତ୍ରଙ୍କ ସମେତ ଡାକ୍ତରମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀମାନଙ୍କ ସମ୍ପର୍କୀୟମାନଙ୍କ ପାଇଁ ଆଶ୍ରୟସ୍ଥଳୀ ନ ଥିବା, ଜିଲା ମୁଖ୍ୟ ଚିକିିତ୍ସାଳୟ ପରିସରରେ ସର୍ଜରି ଓ ମେଡ଼ିସିନ ୱାର୍ଡରେ ଶଯ୍ୟା କମ୍‌ ଥିବାରୁ ରୋଗୀମାନେ ହଇରାଣ ହେଉଥିବା ଆଦି ବିଷୟରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧାଙ୍କୁ ଶୁଣ୍ଢରେ ଟେକି କଚାଡ଼ି କଚାଡ଼ି ମାରିଲା ଦନ୍ତା

ରିଆମାଳ,୧୯ା୪(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ଫରେଷ୍ଟ ରେଞ୍ଜରେ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଆଉଁଳି କୁଡ଼ାସାହିର ମହିଆ ଜଙ୍ଗଲରେ ଦନ୍ତାହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଛି।…

୩,୦୦୦ସୈନ୍ୟ, ୧୦ ଜେଟ, ୫ ଯୁଦ୍ଧଜାହାଜ… ହର୍ମୁଜରେ ଜାହାଜ ଉପରେ ଆକ୍ରମଣ ମଧ୍ୟରେ ଭାରତ କେଉଁଠାରେ ସେନା ମୁତୟନ କରୁଛି? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୪: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଦଶନ୍ଧି ଧରି ରହିଛି। ଅଗଣିତ ଝଡ଼ ଏବଂ ଉତ୍ଥାନ ଆସିଛି ଏବଂ ଚାଲିଯାଇଛି, ତଥାପି ଦୁଇ ରାଷ୍ଟ୍ର ମଧ୍ୟରେ…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ରୋଷେୟାଙ୍କ ମୃତଦେହ, ହାତରେ ରହିଛି…

ବଲାଙ୍ଗୀର,୧୯ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ମୁନସିନଗର ନିକଟରେ ରବିବାର ଜଣେ ବ୍ୟକ୍ତିଙ୍କ କ୍ଷତାକ୍ତ ମୃତଦେହ ପଡ଼ିଥିବା ଦେଖାଯାଇଛି। ମୃତକ ଜଣକ ହେଲେ ଜନାର୍ଦ୍ଦନ ଦେବତା(୫୪)।…

ଚୋରା କାଠ ବୋଝେଇ ଗାଡ଼ି ଯାଉଥିବା ଜାଣି ପିଛା କରିଥିଲେ: ମାଡ଼ଖାଇ ଫରେଷ୍ଟ ଡ୍ରାଇଭର ଗୁରୁତର

ସିମୁଳିଆ,୧୯।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା କୁପାରି ଫରେଷ୍ଟ ଡ୍ରାଇଭର ଆତ୍ମାରାମ ଷେଣ୍ଢ(୨୯) ରବିବାର ଦୁବୃର୍ତ୍ତମାନଙ୍କ ଆକ୍ରମଣରେ ଗୁରୁତର ହୋଇଛନ୍ତି। ତାଙ୍କୁ ସିମୁଳିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି…

ଦେଶବାସୀଙ୍କୁ ସମ୍ବୋଧିତ କରିବା ପରେ ମୋଦିଙ୍କୁ ଟାର୍ଗେଟ କଲେ ବିରୋଧି, କହିଲେ…

ନୂଆଦିଲ୍ଲୀ,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିରୋଧୀ ଦଳକୁ ‘ମହିଳା ବିରୋଧୀ’ ବୋଲି ଆଖ୍ୟା ଦେବା ପରେ ଅନେକ ନେତା ତାଙ୍କ ବିରୋଧରେ ତୀବ୍ର ସମାଲୋଚନା କରିଥିଲେ। କଂଗ୍ରେସ…

ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୂରାଇ ଦେଲେ ପ୍ରଧାନଶିକ୍ଷକ: ସ୍କୁଲରେ ହାଇଡ୍ରାମା 

କଳିଙ୍ଗନଗର,୧୯।୪(ଶୁଭାଶିଷ ରାଉତ ):ପିଲାଙ୍କ ପ୍ୟାଣ୍ଟ ଭିତରେ ପ୍ରଧାନଶିକ୍ଷକ ପୂରାଇ ଦେଲେ  ବିଛୁଆତି।  ଅଭିଭାବକ ମାନେ ଏହା ଜାଣିବା ପରେ ସ୍କୁଲରେ ହୋଇଥଲା ହାଇଡ୍ରାମା। ସ୍କୁଲକୁ ଆସି ପ୍ରଧାନଶିକ୍ଷକଙ୍କୁ…

ପୁଣି ଥରେ ମା’ ହେବେ ଦୀପିକା ପାଦୁକୋନ, ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରି କହିଲେ…

ମୁମ୍ବାଇ: ବଲିଉଡ ଷ୍ଟାର୍‌ ଦୀପିକା ପାଦୁକୋନ ଏବଂ ରଣବୀର ସିଂହ ଦ୍ୱିତୀୟ ଥର ମା-ବାପା ହେବାକୁ ଯାଉଛନ୍ତି। ଉଭୟ କପଲ ଏନେଇ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି।…

ଶ୍ୱଶୁରଘରେ ଜ୍ୱାଇଁଙ୍କ ସନ୍ଦେହଜନକ ମୃତ୍ୟୁ: ଅଞ୍ଚଳରେ ଚାଞ୍ଚଲ୍ୟ

କଲ୍ୟାଣସିଂହପୁର,୧୯।୪ (ଦୀପକ କୁମାର ପରିଡା ): ଶ୍ୱଶୁରଘରେ ଜ୍ୱାଇଁଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ଗୁମ୍ମା ଗାଁରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri