ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ପ୍ରତି ପଞ୍ଚାୟତରେ ହେବ ‘କୋଭିଡ୍‌ କେୟାର ହୋମ୍‌’; ପ୍ରାଥମିକ ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ରଖାଯିବ

ଭୁବନେଶ୍ୱର,୧୭।୬(ବ୍ୟୁରୋ): କରୋନା ମୁକାବିଲା ନେଇ ପରବର୍ତ୍ତୀ ରଣକୌଶଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି। ସେ କହିଛନ୍ତି, ରାଜ୍ୟର ପ୍ରତି ପଞ୍ଚାୟତରେ କୋଭିଡ କେୟାର ହୋମ୍‌ କରାଯିବ। ଏଥିରେ ୧୦ରୁ ୨୦ଜଣ ବ୍ୟକ୍ତି ରହିପାରିବେ। କୋଭିଡ କେୟାର ହୋମ୍‌ରେ ସାରା ରାଜ୍ୟର ଗ୍ରାମାଞ୍ଚଳର ପ୍ରାୟ ୭୦ହଜାର ଲୋକ ରହିପାରିବେ। ପ୍ରାଥମିକ ଲକ୍ଷଣ ଥିବା ଲୋକଙ୍କୁ ହସ୍ପିଟାଲ ନିଆ ନ ଯାଇ ଏଠାରେ ରଖାଯିବ। ବିଶେଷକରି ଥଣ୍ଡା, ଜ୍ୱର, କାଶ ହେଉଥିବା ଲୋକଙ୍କୁ ପ୍ରଥମେ ଉକ୍ତ ହୋମ୍‌ରେ ରଖାଯିବ। ଟେଷ୍ଟିଂ ପରେ ପଜିଟିଭ୍‌ ଆସିଲେ ସେମାନଙ୍କୁ କୋଭିଡ ହସ୍ପିଟାଲକୁ ନିଆଯିବ। ଅନ୍ୟଥା ସେ ଘରେ ରହି ଚିକିତ୍ସିତ ହୋଇପାରିବେ। ଏହି ହୋମ୍‌ର ପରିଚାଳନା ଦାୟିତ୍ୱ ସରପଞ୍ଚଙ୍କ ହାତରେ ରହିବ। ଏଥିପାଇଁ ତାଙ୍କୁ ଆର୍ଥିକ ଓ ପ୍ରଶାସନିକ କ୍ଷମତା ମିଳିବ।

ସେହିଭଳି କୋଭିଡ ପରିଚାଳନା ବିକେନ୍ଦ୍ରୀକରଣ ପାଇଁ ସହର ଓ ଗ୍ରାମରେ ଓ୍ବାର୍ଡସ୍ତରୀୟ କମିଟି ଗଠନ ହେବ। କମିଟିରେ ଓ୍ବାର୍ଡସ୍ତରୀୟ ଲୋକ ପ୍ରତିନିଧିଙ୍କ ସହ ଆଶା, ଅଙ୍ଗନଓ୍ବାଡି କର୍ମୀ, ଏଏନ୍‌ଏମ୍‌, ଏସ୍‌ଏଚ୍‌ଜି ସଦସ୍ୟା ରହିବେ। ପ୍ରତି କମିଟିକୁ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିବା କ୍ଷମତା ଦିଆଯିବ।

ଅପରପକ୍ଷେ ସହରାଞ୍ଚଳ ଓ୍ବାର୍ଡ କମିଟି ଓ୍ବାର୍ଡ ଅଫିସରଙ୍କ ଦ୍ୱାରା ପରିଚାଳିତ ହେବ। ଏଥିରେ ସ୍ଥାନୀୟ ଲୋକେ ଓ ସ୍ବେଚ୍ଛାସେବୀମାନେ ସଦସ୍ୟ ରହିବେ। ସେମାନେ ଘରକୁ ଘର ବୁଲି ଜନସାଧାରଣଙ୍କଠାରୁ ସେମାନଙ୍କ ସ୍ବାସ୍ଥ୍ୟ ସମ୍ପର୍କୀୟ ତଥ୍ୟ ସଂଗ୍ରହ କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ। ବିଶେଷକରି ସହରାଞ୍ଚଳର ବଡ଼ ବଡ଼ ବସ୍ତିରେ କୋଭିଡ କେୟାର ହୋମ୍‌ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ପଥରଗଡ଼ ଡ୍ୟାମ୍‌ ହୁଡ଼ା: ୧ଶହ ଏକର ଚାଷ ଜମି ବାଲିଚର

ଲୋଇସିଂହା,୩0୦।୭(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ରେକର୍ଡ ପରିମାଣର ବର୍ଷା ହୋଇଛି। ବୁଧବାର ଦିନକ ଭିତରେ ୨୬୪ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ଜିଲାରେ ସର୍ବାଧିକ…

୩ ମନ୍ତ୍ରୀଙ୍କୁ ବନ୍ୟା ମୁକାବିଲା ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୭ (ସୁନିତ୍‌ ମିଶ୍ର): ରାଜ୍ୟର ପ୍ରତ୍ୟେକ ନାଗରିକଙ୍କ ଜୀବନ ଓ ସୁରକ୍ଷା ସରକାରଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ । ଲଗାଣ ବର୍ଷା ଓ କେତେକ ନଦୀରେ ସୃଷ୍ଟି ହୋଇଥିବା…

ପ୍ରେମିକା ପାଇଁ ମନ୍ଦିର ଉପରେ ପ୍ରେମିକ: ଆଉ ତା’ପରେ ଘଟିଲା…

କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହରିଚନ୍ଦନପୁରରେ ବୁଧବାର ଏକ ହାଇଡ୍ରାମା ଦେଖିବାକୁ ମଳିଛି। ପ୍ରେମିକାଙ୍କୁ ପାଇବା ପାଇଁ କାଳିଆଦୁମା ଗ୍ରାମର ପ୍ରେମିକ ଏକ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କୂଳ ଲଙ୍ଘୁଛି କେନାଲ: ସତ ହେଲା ଆଶଙ୍କା

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟ ପାଇଁ କରାଯାଇଥିବା କାର୍ଯ୍ୟ)ନିର୍ମାଣରେ ହୋଇଥିବା ଅନିୟମିତତା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ମଙ୍ଗଳବାର…

ଆରମ୍ଭ ହେବ ମାଗଣା ମ୍ୟୁଚୁଆଲ ଫଣ୍ଡ୍‌ ସାର୍ଟିଫିକେଟ ପାଠ୍ୟକ୍ରମ

ଭୁବନେଶ୍ୱର, ୩୦ା୭ (ସୁଚିସ୍ମିତା ସାହୁ): ଓଡ଼ିଶାର ସରକାରୀ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ଆର୍ଥିକ ସାକ୍ଷରତା ଏବଂ ନିଯୁକ୍ତି ସୁଯୋଗ ବୃଦ୍ଧି ପାଇଁ ରାଜ୍ୟ ସରକାର…

ନିଯୁକ୍ତି ନିୟମରେ ଆସିପାରେ ସଂସ୍କାର: ୪ ବିଭାଗଠାରୁ ଲୋଡ଼ାଗଲା ମତାମତ

ଭୁବନେଶ୍ୱର,୩୦ା୭(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ନିଯୁକ୍ତି ନିୟମରେ ଅଧିକ ସଂସ୍କାର ଆଣିବା ପାଇଁ ଲକ୍ଷ୍ୟ ରହିଛିି। ଏହାକୁ ନେଇ ୪ ପ୍ରମୁଖ ବିଭାଗଠାରୁ ତଥ୍ୟ ଲୋଡ଼ାଯାଇଛି। ଏ…

୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ: ଏହି ବିଷୟରେ ହେବ ଚର୍ଚ୍ଚା

ଭୁବନେଶ୍ୱର,୩୦ା୭ (ସୁନୀତ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାରଠାରୁ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ପ୍ରଥମ ଦିନ ସନ୍ଧ୍ୟାରେ କନ୍ଧମାଳ ଏମ୍‌ପି ସୁକାନ୍ତ ପାଣିଗ୍ରାହୀଙ୍କ…

୬ ଜିଲାରେ ବନ୍ୟା, ୯ରେ ସ୍ଥିତି ଜଟିଳ

ଭୁବନେଶ୍ୱର,୩୦।୭ (ରବିନାରାୟଣ ଜେନା): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri