Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ଝିଅ ନିର୍ବାଚନରେ ହାରିଯିବାରୁ ହୃଦ୍‌ଘାତରେ ପ୍ରାଣ ହରାଇଲେ ଦଳର କାର୍ଯ୍ୟକର୍ତ୍ତା

ହାଇଦ୍ରାବାଦ୍‌, ୨୮।୫: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓଙ୍କ ଝିଅ ଲୋକ ସଭା ନିର୍ବାଚନରେ ପରାସ୍ତ ହେବା ପରେ ତାଙ୍କର ଜଣେ ସମର୍ଥକ ହୃଦ୍‌ଘାତରେ ପ୍ରାଣ ହରାଇଛନ୍ତି। ନିଜାମବାଦ ଲୋକ ସଭା ଆସନରୁ ନିର୍ବାଚନ ଲଢୁଥିବା କବିତା ଭାଜପାର ଡି ଅରବିନ୍ଦଙ୍କଠାରୁ ୭୧ହଜାର ଭୋଟରେ ପରାସ୍ତ ହେବା ଶୁଣି କିଶୋର ନାମକ ଜଣେ ବ୍ୟକ୍ତି ଶନିବାରଠାରୁ ଖାଇବା, ଶୋଇବା ବନ୍ଦ କରିଦେଇଥିଲେ। ସୋମବାର ସକାଳୁ ତାଙ୍କର ମୃତ୍ୟୁ ହୋଇଥିଲା। ତେଲେଙ୍ଗାନା ରାଷ୍ଟ୍ର ସମିତି(ଟିଆରଏସ) ପକ୍ଷରୁ କବିତା ନିଜ ସମର୍ଥକଙ୍କ ସହ କିଶୋରଙ୍କ ଘରେ ପହଞ୍ଚି ତାଙ୍କ ପରିବାରକୁ ଆଶ୍ୱାସନା ଦେଇଥିଲେ। କାର୍ଯ୍ୟକର୍ତ୍ତାମାନେ ଦଳର ଶକ୍ତି, ଲୋକତାନ୍ତ୍ରିକ ପ୍ରକ୍ରିୟାରେ ଜୟ ପରାଜୟ ଲାଗିରହିଛି, ତେଣୁ ସମର୍ଥକମାନେ ଦୃଢତାର ସହିତ ପରାଜୟକୁ ସ୍ବୀକାର କରନ୍ତୁ ବୋଲି କବିତା ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri