ମୁଖ୍ୟମନ୍ତ୍ରୀଙ୍କ ଦପ୍ତର ଇ-ଅଭିଯୋଗ ଦରଖାସ୍ତ: ୭ ଦିନ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଅନିବାର୍ଯ୍ୟ

ଛତ୍ରପୁର,୫ା୧(ଡି.ଏନ.ଏ.)-ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଇ-ଅଭିଯୋଗ ଦରଖାସ୍ତଗୁଡିକ ତଦାରଖ ପାଇଁ ଗଞ୍ଜାମ ଜିଲାର ବିଭିନ୍ନ ସରକାରୀ କାର୍ଯ୍ୟାଳୟକୁ ଆସିଥାଏ। ସମ୍ପୃକ୍ତ ବିଭାଗଗୁଡିକ ଉକ୍ତ ଅଭିଯୋଗର ଉପଯୁକ୍ତ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଅନିବାର୍ଯ୍ୟ । ଛତ୍ରପୁରରେ ଅନୁଷ୍ଠିତ ଇ-ଅଭିଯୋଗ ଦରଖାସ୍ତ ଉପରେ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ଅତିରିକ୍ତ ଜିଲାପାଳ କବୀନ୍ଦ୍ର କୁମାର ସାହୁ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି। ପେଣ୍ଡିଂ ଥିବା ଇ-ଅଭିଯୋଗଗୁଡିକୁ ଚଳିତ ମାସ ୧୫ ତାରିଖ ମଧ୍ୟରେ ଫଏସଲା କରିବାକୁ ସେ କହିଛନ୍ତି । ଯେଉଁ ବ୍ଲକ, ତହସିଲ କିମ୍ବା ଅନ୍ୟାନ୍ୟ ବିଭାଗଗୁଡିକରେ ଅଧିକ ସଂଖ୍ୟକ ଇ-ଅଭିଯୋଗ ପଡି ରହିଛି ଏଥିରେ କାର୍ଯ୍ୟାଳୟର ସଂଖ୍ୟାଧିକ କର୍ମଚାରୀ ନିୟୋଜିତ କରି ସାରିବା ପାଇଁ କୁହାଯାଇଛି ା ଇ-ଅଭିଯୋଗର ଫଏସଲା ନକଲ ଅନଲାଇନ୍‌ରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରେରଣ ହେବା ସହ ଏହାର ଏକକିତା ନକଲ ସମ୍ପୃକ୍ତ ଅଭିଯୋଗକାରୀଙ୍କୁ ପ୍ରଦାନ କରାଯିବ। ପ୍ରତ୍ୟେକ ଅଭିଯୋଗ କାର୍ଯ୍ୟାନୁଷ୍ଠାନ ନକଲରେ କାର୍ଯ୍ୟାଳୟ ମୁଖ୍ୟଙ୍କ ଦସ୍ତଖତ ରହିବ ା ପ୍ରତ୍ୟେକ ଶନିବାର କାର୍ଯ୍ୟାଳୟ ମୁଖ୍ୟ ଇ-ଅଭିଯୋଗର ସମୀକ୍ଷା କରିବେ ା ଚଳିତ ମାସ ୧୫ ତାରିଖ ପରେ ଦପ୍ତରକୁ ପ୍ରେରଣ ହେଉଥିବା ଇ-ଅଭିଯୋଗଗୁଡିକ ୭ ଦିନ ମଧ୍ୟରେ ଫଏସଲା କରାଯିବ ା ଅବହେଳା କଲେ ସମ୍ପୃକ୍ତ ଅଧିକାରୀ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହେବେ ବୋଲି ଅତିରିକ୍ତ ଜିଲାପାଳ କହିଥିଲେ। ସମୀକ୍ଷା ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶ ସୁଦାମ ଚରଣ ମଣ୍ଡଳ, ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଜୟ କୁମାର ପାଣିଗ୍ରାହୀଙ୍କ ସମେତ ବିଭିନ୍ନ ବିଭାଗ ଅଧିକାରୀମାନେ ଯୋଗ ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri