ମୁଖ୍ୟମନ୍ତ୍ରୀଙ୍କ ଦପ୍ତର ଇ-ଅଭିଯୋଗ ଦରଖାସ୍ତ: ୭ ଦିନ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଅନିବାର୍ଯ୍ୟ

ଛତ୍ରପୁର,୫ା୧(ଡି.ଏନ.ଏ.)-ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଇ-ଅଭିଯୋଗ ଦରଖାସ୍ତଗୁଡିକ ତଦାରଖ ପାଇଁ ଗଞ୍ଜାମ ଜିଲାର ବିଭିନ୍ନ ସରକାରୀ କାର୍ଯ୍ୟାଳୟକୁ ଆସିଥାଏ। ସମ୍ପୃକ୍ତ ବିଭାଗଗୁଡିକ ଉକ୍ତ ଅଭିଯୋଗର ଉପଯୁକ୍ତ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଅନିବାର୍ଯ୍ୟ । ଛତ୍ରପୁରରେ ଅନୁଷ୍ଠିତ ଇ-ଅଭିଯୋଗ ଦରଖାସ୍ତ ଉପରେ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ଅତିରିକ୍ତ ଜିଲାପାଳ କବୀନ୍ଦ୍ର କୁମାର ସାହୁ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି। ପେଣ୍ଡିଂ ଥିବା ଇ-ଅଭିଯୋଗଗୁଡିକୁ ଚଳିତ ମାସ ୧୫ ତାରିଖ ମଧ୍ୟରେ ଫଏସଲା କରିବାକୁ ସେ କହିଛନ୍ତି । ଯେଉଁ ବ୍ଲକ, ତହସିଲ କିମ୍ବା ଅନ୍ୟାନ୍ୟ ବିଭାଗଗୁଡିକରେ ଅଧିକ ସଂଖ୍ୟକ ଇ-ଅଭିଯୋଗ ପଡି ରହିଛି ଏଥିରେ କାର୍ଯ୍ୟାଳୟର ସଂଖ୍ୟାଧିକ କର୍ମଚାରୀ ନିୟୋଜିତ କରି ସାରିବା ପାଇଁ କୁହାଯାଇଛି ା ଇ-ଅଭିଯୋଗର ଫଏସଲା ନକଲ ଅନଲାଇନ୍‌ରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରେରଣ ହେବା ସହ ଏହାର ଏକକିତା ନକଲ ସମ୍ପୃକ୍ତ ଅଭିଯୋଗକାରୀଙ୍କୁ ପ୍ରଦାନ କରାଯିବ। ପ୍ରତ୍ୟେକ ଅଭିଯୋଗ କାର୍ଯ୍ୟାନୁଷ୍ଠାନ ନକଲରେ କାର୍ଯ୍ୟାଳୟ ମୁଖ୍ୟଙ୍କ ଦସ୍ତଖତ ରହିବ ା ପ୍ରତ୍ୟେକ ଶନିବାର କାର୍ଯ୍ୟାଳୟ ମୁଖ୍ୟ ଇ-ଅଭିଯୋଗର ସମୀକ୍ଷା କରିବେ ା ଚଳିତ ମାସ ୧୫ ତାରିଖ ପରେ ଦପ୍ତରକୁ ପ୍ରେରଣ ହେଉଥିବା ଇ-ଅଭିଯୋଗଗୁଡିକ ୭ ଦିନ ମଧ୍ୟରେ ଫଏସଲା କରାଯିବ ା ଅବହେଳା କଲେ ସମ୍ପୃକ୍ତ ଅଧିକାରୀ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହେବେ ବୋଲି ଅତିରିକ୍ତ ଜିଲାପାଳ କହିଥିଲେ। ସମୀକ୍ଷା ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶ ସୁଦାମ ଚରଣ ମଣ୍ଡଳ, ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଜୟ କୁମାର ପାଣିଗ୍ରାହୀଙ୍କ ସମେତ ବିଭିନ୍ନ ବିଭାଗ ଅଧିକାରୀମାନେ ଯୋଗ ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri