ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ସହାୟତା

ବଇଣ୍ଡା, ୨୯ା୩(ଡି.ଏନ.ଏ.)- କରୋନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଅନୁଗୋଳ ଜିଲା କିଶୋରନଗର ବ୍ଲକର ବଇଣ୍ଡା ଜନତା ମହାବିଦ୍ୟାଳୟ ଓ କିଶୋରନଗର ଡିଗ୍ରୀ କଲେଜ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି । କଲେଜ ଅଧ୍ୟକ୍ଷ ଏବଂ ଅଧ୍ୟାପକମାନେ ସେମାନଙ୍କ ଗୋଟିଏ ଦିନର ଦରମା ପାଣ୍ଠିକୁ ପ୍ରଦାନ କରିଛନ୍ତି । କିଶୋରନଗର କଲେଜ ଅଧ୍ୟକ୍ଷ ଅକ୍ଷୟ କୁମାର ଦାସ ୧୩ ଶହ ଦେଇଥିବାବେଳେ ବଇଣ୍ଡା କଲେଜ ଅଧ୍ୟକ୍ଷ ସିଦ୍ଧାର୍ଥ ପଣ୍ଡା, ଅଧ୍ୟାପକ କାଳନ୍ଦୀ ଚରଣ ପ୍ରଧାନ, ଅସିତ ଜେନା, ଶୁଭ୍ରଶଶି ପ୍ରଧାନ, ସବିତା ପଟ୍ଟନାୟକ, ରବି ନାରାୟଣ ବେହେରାଙ୍କ ସମେତ ସମସ୍ତ ଅଧ୍ୟାପିକା ଅଧ୍ୟାପକ ସେମାନଙ୍କ ଗୋଟିଏ ଦିନର ଦରମା ମିଶାଇ ମୋଟ ୪୦,୪୫୦ ଟଙ୍କା ଶନିବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି । ଏଥିସହିତ ବିଭିନ୍ନ ସଙ୍ଗଠନ, ପୁରାତନ ଛାତ୍ରୀଛାତ୍ର ଓ ସ୍ବେଚ୍ଛାସେବୀମାନେ ଅସହାୟ ଲୋକଙ୍କ ପାଇଁ କିଛି ଅର୍ଥ ମୁଖ୍ୟମନ୍ତ୍ରୀ କିମ୍ବା ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ଦାନ କରିବା ପାଇଁ ଅଧ୍ୟକ୍ଷ ପଣ୍ଡା ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri