ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ପୂର୍ବରୁ ବିଜେପୁରରେ ଧାରଣା ଦେଲେ ଚିନିକଳ କର୍ମଚାରୀ

ବିଜେପୁର, ୧୬।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପ୍ରଚାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବିଜେପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ବରଗଡ଼ ଚିନିକଳର ଅସନ୍ତୁଷ୍ଟ କର୍ମଚାରୀମାନେ ସ୍ଥାନୀୟ ବିଜେପୁର-ବରଗଡ଼ ରାସ୍ତାର ପ୍ରେମାବନ୍ଧ ସମ୍ମୁଖରେ ବୁଧବାର ଧାରଣା ଦେଇଛନ୍ତି।
ପ୍ରକାଶ ଯେ, ବରଗଡ଼ ତୋରାସ୍ଥିତ ଚିନିକଳର କର୍ମଚାରୀମାନେ ଦୀର୍ଘ ୨୫ମାସ ହେଲା ଦରମା ପାଇନାହାନ୍ତି। ତେଣୁ ସେମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଚଳିତ ବର୍ଷ ଉକ୍ତ ଚିନିକଳକୁ କାର୍ଯ୍ୟକ୍ଷମ କରିବାକୁ ଗତ ଫେବୃୟାରୀ ମାସରେ ମୁଖ୍ୟମନ୍ତ୍ରୀ ୧୧ କୋଟି ଟଙ୍କା ଘୋଷଣା କରିଥିଲେ ସୁଦ୍ଧା ଏଯାଏ ତାହା ମିଳିପାରି ନାହିଁ। ଏହାର ସମାଧାନ ପାଇଁ ଗତ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କର୍ମଚାରୀମାନେ ଧାରଣା ଦେଇଥିଲେ। ମାତ୍ର କୌଣସି ସୁଫଳ ମିଳିପାରି ନ ଥିଲା। ତେଣୁ ପୂର୍ବ ନିର୍ଦ୍ଧାରିତ ଘୋଷଣା ଅନୁସାରେ କର୍ମଚାରୀଗଣ ଉପସଭାପତି ବ୍ରିଜବଲ ରାୟଙ୍କ ନେତୃତ୍ୱରେ ସାଧାରଣ ସମ୍ପାଦକ ସୁବ୍ରତ ସାହୁ, ଯୁଗ୍ମ ସମ୍ପାଦକ ପ୍ରସନ୍ନ କୁମାର ମହାରଣା, ଉଦ୍ଧବ ସାହୁ, ପୁଷ୍ପଜିତ ପ୍ରଧାନ, ମହମ୍ମଦ ସିକନ୍ଦର, ଅରୁଣ କୁମାର ସାହୁ, ନରସିଂହ ସାହୁ, ଚିତ୍ତରଞ୍ଜନ ମହାପାତ୍ର, ରାମ ନାରାୟଣ ମିଶ୍ର ପ୍ରମୁଖ କର୍ମଚାରୀ ଧାରଣାରେ ସାମିଲ ହୋଇଛନ୍ତି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଧାରଣାସ୍ଥଳରେ ପହଞ୍ଚି କର୍ମଚାରୀଙ୍କୁ ସମର୍ଥନ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri