ମୁଖ୍ୟମନ୍ତ୍ରୀଙ୍କ ଭରସା ଅଛି, ଚାଲେଞ୍ଜକୁ ସାମ୍ନା କରିବି : ଦିବ୍ୟଶଙ୍କର

ଭବାନୀପାଟଣା, ୩।୬(ଡି.ଏନ୍‌.ଏ.): ବିମାନ ଉଡ଼ାଉଥିବା ପାଇଲଟରୁ ରାଜନେତା ବନିଥିବା କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କୁ ଏଥର ମନ୍ତ୍ରିମଣ୍ଡଳରେ ସ୍ଥାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମିଶ୍ରଙ୍କୁ ରାଷ୍ଟ୍ରମନ୍ତ୍ରୀ ପଦ ମିଳିଛି। କ୍ୟାପଟେନଙ୍କୁ ଶକ୍ତି ଭଳି ଚାଲେଞ୍ଜିଂ ବିଭାଗ ସହ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ଓ ଶିଳ୍ପ ବିଭାଗର ସ୍ବାଧୀନ ଦାୟିତ୍ୱ ମଧ୍ୟ ମିଳିଛି । ମୁଖ୍ୟମନ୍ତ୍ରୀ ତାଙ୍କ ଦକ୍ଷତା ଉପରେ ଆସ୍ଥା ଓ ବିଶ୍ୱାସ ପ୍ରକଟକରି ଏଭଳି ଚାଲେଞ୍ଜିଂ ଦାୟିତ୍ୱ ଦେଇଥିବାରୁ ନିଜକୁ ଧନ୍ୟ ମନେକରିବା ସହ ଏହାକୁ ସଫଳତାର ସହ ସାମ୍ନା କରିବି ବୋଲି କହିଛନ୍ତି ମନ୍ତ୍ରୀ ମିଶ୍ର । ମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରେ ମିଶ୍ର ଭବାନୀପାଟଣା ଗସ୍ତ ସମୟରେ କହିଲେ, ନୂଆ କରି ମନ୍ତ୍ରୀ ହୋଇଥିବାରୁ ତାଙ୍କ ପାଇଁ ଅନେକ ଚାଲେଞ୍ଜ ରହିଛି । ସବୁଠୁ ବଡ ଚାଲେଞ୍ଜ ଶକ୍ତି ବିଭାଗ । ନିକଟରେ ‘ଫନୀ’ ବାତ୍ୟାରେ ପୁରୀ ଜିଲା ସମେତ ଉପକୂଳ ଅଞ୍ଚଳରେ ବିଜୁଳି ବିଭାଗର ବ୍ୟାପକ କ୍ଷୟକ୍ଷତି ହୋଇଛି । ଭିତ୍ତିଭୂମି ପୁନରୁଦ୍ଧାର ସହ ଲୋକଙ୍କୁ ଉତ୍ତମ ସେବା ଯୋଗାଇବା ପ୍ରଥମ କାମ ହେବ । ଆଗାମୀ ଦିନରେ ବାତ୍ୟା ପ୍ରତିରୋଧ କରିପାରୁଥିବା ଭୂତଳ କେବୁଲ ଓ ଅନ୍ୟାନ୍ୟ ବ୍ୟବସ୍ଥା ଉପରେ ବିଭାଗ ଗୁରୁତ୍ୱ ଦେବ। ମାତ୍ର ଏହା ଏତେ ସହଜ । ବ୍ୟାପକ ପାଣ୍ଠି ଦରକାର। ତେଣୁ ପର୍ଯ୍ୟାୟ କ୍ରମେ ନୂଆ ପଦକ୍ଷେପ ନିଆଯିବ। ସେହିପରି ଏମ୍‌ଏସ୍‌ଏମ୍‌ଇ ମାଧ୍ୟମରେ ଯୁବପିଢ଼ିଙ୍କ ପାଇଁ କିଭଳି ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ ସେ ଦିଗରେ ଯୋଜନା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ଶିଳ୍ପ କ୍ଷେତ୍ରରେ ମଧ୍ୟ ଅନେକ କାମ କରିବାକୁ ଯୋଜନା ରହିଛି। ଗୃହ ବିଭାଗ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱକୁ ସୁଚାରୁ ରୂପେ ପାଳନ କରିବାକୁ ହେବ। ମୁଖ୍ୟମନ୍ତ୍ରୀ ତାଙ୍କ ପ୍ରତି ଆସ୍ଥା ପ୍ରକଟ କରି ଗୁରୁ ଦାୟିତ୍ୱ ଦେଇଛନ୍ତି। ତେବେ ସବୁ ଚାଲେଞ୍ଜକୁ ସଫଳତାର ସହ ସାମ୍ନା କରିବାକୁ ପ୍ରସ୍ତୁତ ବୋଲି ମିଶ୍ର କହିଛନ୍ତି। କଳାହାଣ୍ଡି ଜିଲାକୁ ମଧ୍ୟ ଗୁରୁତ୍ୱ ଦେବି ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri