ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ବାଲେଶ୍ୱର ଅଫିସ,୧୨।୪- କରୋନା ସଂକ୍ରମଣ ଜନିତ ପରିସ୍ଥିତିର ମୁକାବିଲା ପାଇଁ ବାଲେଶ୍ୱର ଜିଲା ରେମୁଣା ସ୍ଥିତ ସିଦ୍ଧେଶ୍ୱର ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ସ୍ବୟଂ ସହାୟିକା ଗୋଷ୍ଠୀର ସଭାପତି ହେମଲତା ବେହେରା ଓ ସମ୍ପାଦିକା ସୁକାନ୍ତି ଦାସ ୧୦ହଜାର ଟଙ୍କାର ଚେକ୍‌ ଜିଲା ଜରୁରୀକାଳୀନ ଅଧିକାରୀ ରିଜୱାନା କଅକବଙ୍କୁ ପ୍ରଦାନ କରିଛନ୍ତି ା ଏତଦ୍‌ବ୍ୟତୀତ ଖଇରା ବ୍ଲକ ଅନ୍ତର୍ଗତ ରଟିନା ସ୍ଥିତ ମହିଳା ସାମ୍ମୁଖ୍ୟ ସ୍ବୟଂ ସହାୟିକା ଗୋଷ୍ଠୀ ତରଫରୁ ୨୫ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି ା ଏସ୍‌ଏଚ୍‌ଜିର ସଭାପତି ପ୍ରଭାସିନୀ ମହାପାତ୍ର, ସମ୍ପାଦିକା ଫୁଲରାଣୀ ସାହୁ ଖଇରା ବିଡିଓଙ୍କ ଜରିଆରେ ଏହି ଅର୍ଥରାଶି ଦେଇଛନ୍ତି। ସେହିପରି ସୋର ବଳଙ୍ଗ ଅଞ୍ଚଳର ସାଇବାବା ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ହଜାର ଚଙ୍କାର ସହାୟତା ରାଶି ଦିଆଯାଇଛି। ଏସ୍‌ଏଚ୍‌ଜିର ସଭାପତି କବିତା ବିଶ୍ୱାଳ ଓ ସମ୍ପାଦିକା ସୁଷମା ବିଶ୍ୱାଳ ସୋର ତହସିଲଦାରଙ୍କୁ ୫ହଜାର ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି। ଜିଲା ସମାଜ ମଙ୍ଗଳ ଅଧିକାରୀ କୁସୁମମାଳା ମିଶ୍ର, ମିଶନ ଶକ୍ତି ଡିପିସି ବିଶ୍ୱଜିତ ପରିଡ଼ା, ସିଡିପିଓ ନର୍ମଦା ଦେଓ, ସାଗରିକା ଦତ୍ତ, ବିପିସି ପ୍ରସନ୍ନ ପୁହାଣ, ସତ୍ୟବ୍ରତ ଦେ ପ୍ରମୁଖ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କର ଏଭଳି କାର୍ଯ୍ୟର ପ୍ରଶଂସା କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri