ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କଲା ଜିଲା ଶିକ୍ଷା ବିକାଶ ପରିଷଦ

ଭବାନୀପାଟଣା,୨୮।୧୦(ଡି.ଏନ୍‌.ଏ.): ରାଜ୍ୟ ସରକାର କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ସମ୍ପର୍କରେ ବିଧିବଦ୍ଧ ବିଜ୍ଞପ୍ତି ଜାରି କରିଥିବାରୁ କଳାହାଣ୍ଡି ଶିକ୍ଷା ବିକାଶ ପରିଷଦ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଶକ୍ତି ଶିଳ୍ପ ଏମ୍‌ଏସ୍‌ଏମ୍‌ଇ ଓ ଗୃହ ରାଷ୍ଟମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି । ଏଥିପାଇଁ ସ୍ଥାନୀୟ ହୋଟେଲରେ କଳାହାଣ୍ଡି ଶିକ୍ଷାବିକାଶ ପରିଷଦର ସଭାପତି ପ୍ରଫେସର ଗୋପବନ୍ଧୁ ବେହେରାଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି । ଉକ୍ତ ବୈଠକରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟରେ ଆଧୁନିକ ଇଣ୍ଟିଗ୍ରେଟେଡ୍‌ କୋର୍ସ ବ୍ୟବସ୍ଥା, ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଶିକ୍ଷା ସଚିବ ଓ ଉଚ୍ଚଶିକ୍ଷା ପରିଷଦର ଉପସଭାପତିଙ୍କ ସହ ଭିତ୍ତିଭୂମି ଅନୁଧ୍ୟାନ ପାଇଁ ଭବାନୀପାଟଣା ଆସିବା ନିମନ୍ତେ ଶିକ୍ଷା ବିକାଶ ପରିଷଦ ପକ୍ଷରୁ ଅନୁରୋଧ କରାଯାଇଛି । ଏହାସହ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗଙ୍କ ନୂତନ ଚିନ୍ତାଧାରା ଭିତ୍ତିରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ଉତ୍କର୍ଷ ବିଶ୍ୱବିଦ୍ୟାଳୟରେ ଗଢିବା ପାଇଁ ବ୍ୟବସ୍ଥା, ଜୁନ୍‌ ୨୦୨୦ ପୂର୍ବରୁ କଳାହାଣ୍ଡି ବିଶ୍ୱବିଦ୍ୟାଳୟରେ କୁଳପତି, ଅନ୍ୟାନ୍ୟ କର୍ମକର୍ତ୍ତା ଓ ନୂତନ ଅଧ୍ୟାପକ ନିଯୁକ୍ତି ବ୍ୟବସ୍ଥା ଆଦି କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି । ଏହି ବୈଠକରେ ଶିକ୍ଷା ବିକାଶ ପରିଷଦର ଉପସଭାପତି ଜଗନ୍ନାଥ ମୁଣ୍ଡ, ସଂପାଦକ କୃଷ୍ଣାବତାର ଦେଓ, ଡ. ଅକ୍ଷୟ ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ଉପ-ନିର୍ବାଚନ ବିଜ୍ଞପ୍ତି ପ୍ରକାଶ, ନିଯୁକ୍ତ ହେଲେ ରିଟର୍ଣ୍ଣିଂ ଅଫିସର

ଭୁବନେଶ୍ୱର,୧।୬: ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ବିଧାନସଭା ସଚ୍ଚିବାଳୟ ପକ୍ଷରୁ ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ ଉପନିର୍ବାଚନ ପାଇଁ ରିଟର୍ଣ୍ଣିଂ ଅଫିସର ନିଯୁକ୍ତ କରାଯାଇଛି।…

ଆଇପିଏଲ ବ୍ୟାଟିଂର ପର୍ଦ୍ଦାଫାଶ: ଦୋକାନୀଙ୍କୁ ବାନ୍ଧିଲା ପୋଲିସ

ସୁନ୍ଦରଗଡ଼, ୧।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଅନଲାଇନ୍ ମାଧ୍ୟମରେ ଚାଲୁଥିବା ଆଇପିଏଲ କ୍ରିକେଟ ବେଆଇନ ବ୍ୟାଟିଂ ଉପରେ ପୋଲିସର ଚଢ଼ାଉ ଅଭିଯାନ…

ଶିମିଳିପାଳରେ ମଣିଷଖିଆ ବାଘ; ଜଙ୍ଗଲକୁ ଯାଇ ଆଉ ଫେରିନଥିଲେ, ସକାଳୁ ମିଳିଲା କ୍ଷତାକ୍ତ ଦୁଇ ଗୋଡ଼ ସହ ଲୁଙ୍ଗି

କରଞ୍ଜିଆ,୧।୬(କବିତା ମହାନ୍ତ): ମଣିଷକୁ ଖାଇଗଲା ମହାବଳ ବାଘ ! କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ କୁମୁଡାବାଡ଼ି ଗାଁ ରାଜାମ୍ ସାହି ନିକଟ ଜଙ୍ଗଲରୁ ଛାତିଥରା ଘଟଣା…

ହରିହରପୁର ଗ୍ରାମରେ ପାନୀୟ ଜଳ ସମସ୍ୟା, ରାସ୍ତା ଅବରୋଧ କଲେ ହରିହରପୁର ହରିଜନ ପଡାର ମହିଳା

ଲାଞ୍ଜିଗଡ଼,୧।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତ ହରିହରପୁର ଗ୍ରାମର ହରିଜନ ପଡାରେ ଜଳସଙ୍କଟ ଦେଖାଦେଇଛି । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ୪୫ ଡିଗ୍ରୀ…

ଜଙ୍ଗଲରେ ଚାଲିଥିଲା ଜୁଆଆଡ୍ଡା: ଜଣଙ୍କ ପରେ ଜଣଙ୍କୁ ଧରି ୨୬ ଜଣଙ୍କୁ ବାନ୍ଧିଲା ପୋଲିସ, ୧୧ ଲକ୍ଷ ୧୬ ହଜାର ୯୦୦…

ସୁନ୍ଦରଗଡ଼, ୧।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିରି ଥାନା ଅନ୍ତର୍ଗତ ଓଡ଼ିଶା–ଛତିଶଗଡ଼ ରାଜ୍ୟ ସୀମାନ୍ତର ଟପରିଆ-ଜାମଝରିଆ ଜଙ୍ଗଲ ମଧ୍ୟରେ ଚାଲିଥିବା ଏକ ବଡ଼ ଜୁଆଆଡ୍ଡା…

ପ୍ରହରୀ ଦେଖି ଫେରୁଥିବା ବେଳେ ଭାଲୁ ହାବୁଡରେ ପଡ଼ିଗଲେ ୨ ସାଙ୍ଗ, ତାପରେ ଯାହା ଘଟିଲା…

ପାଟଣା,୧।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡବିଟ ବଡ ନୂଆଗାଁ ହୁଡ଼ି ନିକଟରେ ଅଭାବନୀୟ ଘଟଣା ଘଟିଯାଇଛି । ସୋମବାର ସକାଳୁ ଭାଲୁ ଆକ୍ରମଣରେ…

ଭୟଙ୍କର ଦୁର୍ଘଟଣା: ଆଖିବୁଜିଲେ ଯୁବକ, ମିଳିନି ପରିଚୟ

ବରଗଡ଼, ୧।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବରଗଡ଼–ସୋହେଲା ମୁଖ୍ୟ ରାସ୍ତାର ପଥର୍ଲା ଛକ ନିକଟରେ ସୋମବାର ଏକ ଭୟଙ୍କର  ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ…

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri