ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଚିଠି: ଅଣଲାଭଦାୟକ ଶିକ୍ଷାନୁଷ୍ଠାନରେ ମାଗଣା ବହି ଦିଆଯାଉ

ଭୁବନେଶ୍ୱର,୧୬।୬(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ଏଥିରେ ସେ ସରକାରୀ ସ୍କୁଲର ଛାତ୍ରୀଛାତ୍ରଙ୍କୁ ଯେଭଳି ମାଗଣାରେ ବହି ଯୋଗାଇ ଦିଆଯାଉଛି, ସେହିପରି ସରସ୍ବତୀ ବିଦ୍ୟାମନ୍ଦିର, ବିବେକାନନ୍ଦ ଶିକ୍ଷାକେନ୍ଦ୍ର, ଅରବିନ୍ଦ ସ୍କୁଲ ଅଫ୍‌ ଇଣ୍ଟରନାଲ ଏଜୁକେଶନ ଭଳି ବିନା ଲାଭଦାୟକ ସଂସ୍ଥାଗୁଡିକରେ ପଢୁଥିବା ପିଲାଙ୍କୁ ମାଗଣାରେ ବହି ଯୋଗାଇ ଦିଆଯାଉ। ଏହାଦ୍ୱାରା ରାଜ୍ୟର ଶିକ୍ଷା କ୍ଷେତ୍ରରେ ଅଧିକ ଭଲ ହୋଇପାରିବ ବୋଲି ଉଲ୍ଲେଖ କରିଛନ୍ତି। ସେହିପରି ଆଉ ଏକ ଚିଠି ଲେଖି କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ ମୁଖ୍ୟମନ୍ତ୍ରୀଙ୍କୁ କହିଛନ୍ତି ଯେ, ବାଲେଶ୍ୱର ଜିଲାର ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକଙ୍କୁ ସହଯୋଗ କରାଯାଉ। ମୁଖ୍ୟତଃ ତାଙ୍କ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଭୋଗରାଇ ବ୍ଲକରେ ବନ୍ୟା ଯୋଗୁ ବିଶେଷ କ୍ଷତି ହେଉଥିବାରୁ ସେହି ଅଞ୍ଚଳ ଉପରେ ବିଶେଷ ଗୁରୁତ୍ୱ ଦେବାକୁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…

ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

ଓମ୍‌ସାର ଆନ୍ଦୋଳନ: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

ବିଜେଡି ପ୍ରତିଷ୍ଠା ଦିବସରେ ଏକତାର ମନ୍ତ୍ର ଦେଲେ ପ୍ରଫୁଲ୍ଲ ଘଡ଼େଇ, କହିଲେ ନବୀନ ପଟ୍ଟନାୟକଙ୍କୁ…

ଭୁବନେଶ୍ୱର,୨୬।୧୨:  ଆଜି ବିଜୁ ଜନତା ଦଳ ୨୯ତମ ପ୍ରତିଷ୍ଠା ଦିବସ ପାଳୁଛି ।  ପ୍ରତିଷ୍ଠା ଦିବସ ପାଇଁ ଶଙ୍ଖ ଭବନ ସଜେଇ ହୋଇଥିବା ବେଳେ ନବୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri