ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆର୍‌ବିଆଇ ଗଭର୍ନର

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରିଜର୍ଭ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଶକ୍ତିକାନ୍ତ ଅପରାହ୍ନ ୫ଟା ୩୦ରେ ଲୋକସେବା ଭବନ ଗସ୍ତ କରି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ସହ ବିଭିନ୍ନ ପ୍ରସଙ୍ଗ ନେଇ ସୌଜନ୍ୟମୂଳକ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ଭେଟ ପରେ ଆର୍‌ବିଆଇ ଗଭର୍ନର କହିଥିଲେ ଯେ, ସାକ୍ଷାତ ବହୁତ ଭଲ ଥିଲା। ମୋଟାମୋଟି ଭାବେ ରାଜ୍ୟର ଆର୍ଥିକ ବ୍ୟବସ୍ଥାର ଉନ୍ନତୀକରଣ, ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥାର ପ୍ରସାର, ଡିଜିଟାଲ ଦେଣନେଣ, କୃଷିଋଣ ପ୍ରଦାନରେ ସରଳୀକରଣ ନେଇ ଆଲୋଚନା ହୋଇଥିଲା। ସେହିପରି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନାର ସହାୟତା ରାଶି ଇ-କୁବେର ଜରିଆରେ ସିଧାସଳଖ ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଯାଉଛି। ଏହି ବ୍ୟବସ୍ଥାକୁ କିପରି ଆହୁରି ସୁଦୃଢ଼ କରିହେବ, ସେନେଇ ଆଲୋଚନା ହୋଇଥିବା ଶକ୍ତିକାନ୍ତ କହିଥିଲେ। ସେହିପରି ଦେଶର ଆର୍ଥିକ ସ୍ଥିତି ନେଇ ପଦକ୍ଷେପ ନେବାକୁ ବ୍ୟାଙ୍କ୍‌ଗୁଡିକୁ ସତର୍କ କରାଯାଇଥିଲା କି ବୋଲି ଗଣମାଧ୍ୟମ ପ୍ରତିନିଧିମାନେ ରିଜର୍ଭ ବ୍ୟାଙ୍କ୍‌ ଗଭର୍ନରଙ୍କୁ ପ୍ରଶ୍ନ କରିଥିଲେ। ଏହାର ଉତ୍ତର ରଖି ସେ କହିଥିଲେ ଯେ, କୌଣସି ଆଲର୍ଟ କରାଯାଇ ନ ଥିଲା। ନିୟମିତ ବ୍ୟବଧାନରେ ବ୍ୟାଙ୍କ୍‌ଗୁଡ଼ିକ ସହ ବୈଠକ ହୋଇଥାଏ। କିଛି ଗଣମାଧ୍ୟମରେ ଆଲର୍ଟ ସମ୍ପର୍କିତ ଯେଉଁ ଖବର ଆସିଥିଲା, ସେପରି କିଛି ନ ଥିଲା ବୋଲି ଶକ୍ତିକାନ୍ତ କହିଛନ୍ତି। କେବଳ ସାମ୍ପ୍ରତିକ ସ୍ଥିତିରେ ନୁହେଁ, ସବୁ ସମୟରେ ବ୍ୟାଙ୍କିଙ୍ଗ୍‌ କ୍ଷେତ୍ରରେ ନୂଆ ନୂଆ ଆହ୍ବାନ ଆସିଥାଏ। ତେଣୁ ବ୍ୟାଙ୍କ୍‌ ସବୁ ସମୟରେ ପ୍ରସ୍ତୁତ ରହିବା ଉଚିତ ବୋଲି ଶକ୍ତିକାନ୍ତ କହିଥିଲେ।
ଉଲ୍ଲେଖଯୋଗ୍ୟ, ଆର୍‌ବିଆଇ କେନ୍ଦ୍ରୀୟ ବୋର୍ଡର ଏକ ବୈଠକ ଶୁକ୍ରବାର ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବାକୁ ଯାଉଛି। ଶେଷଥର ପାଇଁ ୨୦୧୨ରେ ଏହି ବୈଠକ ହୋଇଥିଲା। ଏଥିରେ ଯୋଗଦେବା ପାଇଁ ଶକ୍ତିକାନ୍ତ ଓଡ଼ିଶା ଗସ୍ତ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri