Posted inଜାତୀୟ

ମୁଖ୍ୟସ୍ରୋତକୁ ଫେରିଲେ ୫ ଆତଙ୍କବାଦୀ

ଶ୍ରୀନଗର୨ା୬(ପି.ଟି.): ଆତଙ୍କବାଦରେ ଜର୍ଜରିତ ଜମ୍ମୁ-କଶ୍ମୀରରୁ ଶନିବାର ଏକ ଭଲ ଖବର ଆସିଛି। କୁଲଗାମ ଜିଲାର ୫ ଆତଙ୍କବାଦୀ ଅସ୍ତ୍ରତ୍ୟାଗ କରି ସମାଜର ମୁଖ୍ୟସ୍ରୋତକୁ ଫେରିଛନ୍ତି। ବିଭିନ୍ନ ଆତଙ୍କବାଦୀ ସଙ୍ଗଠନରେ ସାମିଲ ହୋଇଥିବା ୫ ଯୁବକଙ୍କୁ ମୁଖ୍ୟସ୍ରୋତକୁ ଫେରାଇ ଆଣିବା ଲାଗି ସେମାନଙ୍କ ପରିବାର ଓ ପୋଲିସ ପକ୍ଷରୁ ଉଦ୍ୟମ କରାଯାଇଥିଲା, ଯାହାକି ସଫଳ ହୋଇଛିି। ତେବେ ସୁରକ୍ଷା କାରଣରୁ ପୋଲିସ ସେମାନଙ୍କ ପରିଚୟ ଗୋପନ ରଖିଛି। ପୁଲଓ୍ବାମା ଆକ୍ରମଣ ପରେ ସୁରକ୍ଷା ବଳ ପକ୍ଷରୁ ଚାଲିଥିବା ମିଳିତ ଅପରେଶନରେ ଶତାଧିକ ଆତଙ୍କବାଦୀ ନିହତ ହେଲେଣି, ଯାହାଙ୍କ ମଧ୍ୟରୁ ୫ ଜଣ ଶୁକ୍ରବାର ପ୍ରାଣ ହରାଇଥିଲେ। ଆତଙ୍କବାଦୀଙ୍କୁ ଅସ୍ତ୍ରତ୍ୟାଗ ପାଇଁ ପୋଲିସ ଓ ସେନା ଚଳାଇଥିବା ଉଦ୍ୟମକୁ ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri