Posted inଜାତୀୟ

ମୁଜଫରପୁରରେ ଜୀବନ୍ତ ଦଗ୍ଧ ହୋଇଥିବା ପୀଡ଼ିତାଙ୍କ ମୃତ୍ୟୁ

ପାଟନା,୧୭।୧୨: ବିହାର ମୁଜଫରପୁରରେ ଜୀବନ୍ତ ଦଗ୍ଧ ହୋଇଥିବା ପୀଡିତାଙ୍କର ସୋମବାର ବିଳମ୍ବିତ ରାତିରେ ମୃତ୍ୟୁ ହୋଇଛି। ପାଟନା ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଏହାକୁ ନେଇ ପରିବାର ଲୋକେ ଓ ଉତ୍ତ୍ୟକ୍ତ ଗ୍ରାମବାସୀ ପାଟନା ପୁରୁଣା ବାଇପାସରେ ରାସ୍ତାରୋକ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଭେଟିବାକୁ ପରିବାର ଲୋକେ ଦାବି କରିଛନ୍ତି। ଯେପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ନ ଆସିବେ ସେପର୍ଯ୍ୟନ୍ତ ପୀଡିତାଙ୍କ ଅନ୍ତିମ ସଂସ୍କାର କରାଯିବ ନାହିଁ ବୋଲି ପରିବାର ଲୋକେ କହିଛନ୍ତି। ସୂଚନାଯୋଗ୍ୟ, ଡିସେମ୍ବର ୭ରେ ମୁଜଫରପୁରର ଅହିଆପୁରର ଜଣେ ଯୁବକ ଉକ୍ତ ଛାତ୍ରୀଙ୍କ ଘରେ ପଶି ବଳାତ୍କାର କରିବାକୁ ଉଦ୍ୟମ କରିଥିଲେ। ପୀଡିତାଜଣଙ୍କ ତାଙ୍କୁ ବିରୋଧ କରିବାରୁ ଯୁବକ ଜଣଙ୍କ ତାଙ୍କ ଉପରେ କିରାସିନ ଢ଼ାଳି ନିଆଁ ଲଗାଇଦେଇଥିଲେ। ଏହାପରେ ଗୁରୁତର ଅବସ୍ଥାରେ ନିଜେ ଅଭିଯୁକ୍ତ ତାଙ୍କୁ ମୁଜଫରପୁରର ଏକ ହସ୍ପିଟାଲରେ ଭର୍ତ୍ତି କରି ସେଠାରୁ ଫେରାର ହୋଇଯାଇଥିଲେ। ତେବେ ପୀଡିତାଙ୍କ ଶରୀର ୮୦ ପ୍ରତିଶତ ଜଳିଯାଇଥିବା ବେଳେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଡିସେମ୍ବର ୧୦ରେ ତାଙ୍କୁ ପାଟନା ଆପୋଲୋ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ହେଲେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଏହି ମାମଲାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ଅଭିଯୁକ୍ତ ନିଜକୁ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri