Posted inଜାତୀୟ

ମୁଣ୍ଡରେ ସିନ୍ଦୁର, ହାତରେ ମେହେନ୍ଦୀ ଲଗାଇ ସଂସଦରେ ଶପଥ ନେବା ପାଇଁ ପହଞ୍ଚିଲେ ନୁସରତ

ନୂଆଦିଲ୍ଲୀ,୨୫।୬: ୧୭ତମ ଲୋକ ସଭାରେ ମମତା ବାନାର୍ଜୀଙ୍କ ଦଳ ତୃଣମୂଳ କଂଗ୍ରେସରୁ ନିର୍ବାଚନ ଜିତିଥିବା ବଙ୍ଗାଳୀ ଅଭିନେତ୍ରୀ ନୁସରତ ଜହାଁ ଓ ମିମି ଚକ୍ରବର୍ତ୍ତୀ ମଙ୍ଗଳବାର ସଂସଦରେ ଶପଥ ନେବାକୁ ପହଞ୍ଚିଥିଲେ। ଅଭିନେତ୍ରୀରୁ ଏମ୍‌ପି ହୋଇଥିବା ଦୁଇ ଜଣ ଷ୍ଟାର ବଙ୍ଗାଳୀରେ ଶପଥ ନେବା ପରେ ବାଚସ୍ପତୀ ଓମ୍‌ ବିଡ୍‌ଲାଙ୍କ ପାଦ ଛୁଇଁ ଆର୍ଶୀବାଦ ନେଇଥିଲେ। ନୁସରତ ଜହଁା ସଂସଦରେ ପାରମ୍ପରିକ ବେଶଭୂଷାରେ ନଜର ଆସିଥିଲେ। ନବବିବାହିତା ନୁସରତ ମୁଣ୍ଡରେ ସିନ୍ଦୂର ଓ ହାତରେ ଚୁଡି ଓ ମେହେନ୍ଦୀ ଲଗାଇବା ସହ ଶାଢ଼ୀ ପିନ୍ଧିଥିଲେ। ଏହି ପାରମ୍ପରିକ ବେଶଭୂଷାରେ ସେ ବେଶ ସୁନ୍ଦର ଦେଖାଯାଉଛନ୍ତି। ସେହିପରି ମିମି ଏକ ସାଧାରଣ ଶାଲଓ୍ବାର ଶୁଟରେ ନଜର ଆସିଥିଲେ। ଜୁନ ୧୯ରେ ନୁସରତ କୋଲକାତାର ବ୍ୟବସାୟୀ ନିଖିଲ ଜୈନଙ୍କୁ ତୁର୍କୀ ବୋଡ୍ରମଠାରେ ବିବାହ କରିଥିଲେ। ଏହି ବିବାହରେ ମିମି ଚକ୍ରବର୍ତ୍ତୀ ମଧ୍ୟ ଯୋଗଦେଇଥିଲେ। ଦୁଇଜଣ ବିବାହ କାର୍ଯ୍ୟକ୍ରମରେ ବ୍ୟସ୍ତ ଥିବାରୁ ପୂର୍ବରୁ ସଂସଦରେ ଲୋକ ସଭା ସଦସ୍ୟ ଭାବେ ଶପଥ ନେବା ପାଇଁ ପହଞ୍ଚିପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….

ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍‌ପିଟ୍‌ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ…

କୃଷ୍ଣସାର ମୃଗ ଛୁଆ ଗୋଡ଼ାଇଲା ବୁଲା କୁକୁର, ଜୀବନ ବିକଳରେ ଏଣେତେଣେ ଦୌଡ଼ି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?