ମୁଦାଲା ଫେରାର ଘଟଣା: ଜଣେ ଏସଆଇ, ୩ କନେଷ୍ଟବଳ ନିଲମ୍ବିତ

କେନ୍ଦୁଝର,୧୫।୧୦ (ସ୍ବ.ପ୍ର.): କେନ୍ଦୁଝର ଜିଲା କୋର୍ଟ ପରିସରରୁ ଦୁଇଜଣ ମୁଦାଲା ଫେରାର ଘଟଣାରେ ପୋଲିସ କୋର୍ଟର ଜଣେ ସିଏସଆଇ ଓ ତିନି ଜଣ କନେଷ୍ଟବଳଙ୍କୁ ଏସପି ମିତ୍ରଭାନୁ ମହାପାତ୍ର ମଙ୍ଗଳବାର ନିଲମ୍ବିତ କରିଛନ୍ତି। ସେମାନେ ହେଲେ ସିଏସଆଇ ଦୁଷ୍ମନ୍ତ ସିଂ, କନେଷ୍ଟବଳ ରେଣୁବାଳା ମହାନ୍ତି, ଶିବାନୀ ନାୟକ, ମନୋରମା ସେଠୀ। ଦାୟିତ୍ୱରେ ଖିଲାପ କରିଥିବା ଅଭିଯୋଗରେ ସେମାନଙ୍କୁ ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି। ଏହି ଘଟଣାର ତଦନ୍ତ କରିବା ପାଇଁ କେନ୍ଦୁଝର ଏସପି କ୍ରାଇମ ଡିଏସପିଙ୍କୁ ଆଦେଶ ଦେଇଛନ୍ତି। ଫେରାର ଦୁଇ ଜଣ ମୁଦଲା ବାପ ଓ ପୁଅ ବୋଲି ଜଣାପଡିଛି। ସେମାନେ ଏକ ଜାତିଆଣ ମାମଲାରେ ଫେରାର ଥିଲେ । ସୋମବାର କୋର୍ଟରେ ଆତ୍ମସମର୍ପଣ କରିବାକୁ ଆସିଥିଲେ। ତେବେ ଜାମିନ ଖାରଜ ହୋଇଯିବାରୁ ପୋଲିସ ହେପାଜତକୁ ଯାଇଥିଲେ। ତେବେ ସେଠାରୁ ସେମାନେ ଫେରାର ହୋଇଯାଇଥିଲେ। ଏସପି ଘଟଣା ଜାଣିବା ପରେ ତଦନ୍ତ ଆଦେଶ ଦେଇଥିଲେ। ଏନେଇ ଡିଏସପି କ୍ରାଇମ କହିଛନ୍ତି, ଦୁଇ ଜଣ ଆସାମୀ ହେଉଛନ୍ତି ବାପ ଦାଶରଥି ଖୁଣ୍ଟିଆ ଓ ତାଙ୍କ ପୁଅ ଅବିଲ ଖୁଣ୍ଟିଆ। ସେମାନଙ୍କ ଘର ତେଲକୋଇ ଥାନା ସରୁଆଳି ଗ୍ରାମରେ। ପୁଅକୁ ପୋଲିସ ଘରୁ ଧରିବାରେ ସଫଳ ହୋଇଥିବାବେଳେ ବାପା ଏବେ ବି ଫେରାର ଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଅପହରଣ ମାମଲା: ମହିଳା ପୋଲିସ ସବ୍‌ଇନ୍ସପେକ୍ଟରଙ୍କ ସହ ଜଣେ ସାମ୍ବାଦିକ ଗିରଫ, ୪କୁ ବୃଦ୍ଧି ପାଇଲା ସଂଖ୍ୟା

ବଲାଙ୍ଗୀର,୧୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ମାମଲାରେ ବଲାଙ୍ଗୀର ପୋଲିସ ଭୁବନେଶ୍ବରରୁ ଜଣେ ମହିଳା ସବ୍‌ଇନ୍ସପେକ୍ଟର ଓ ଜଣେ ଖବରଦାତାଙ୍କୁ…

ଡିଜିପି ଦାୟିତ୍ୱ ନେବା ପରେ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କଲେ ବିନୟତୋଷ ମିଶ୍ର

ପୁରୀ, ୧୬।୮ (ଅଜିତ୍ କୁମାର ମହାନ୍ତି): ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ବିନୟତୋଷ ମିଶ୍ର ରବିବାର ରାତିରେ ପୁରୀ ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀ…

ଅଧିକାର ପାଇଁ ଆନ୍ଦୋଳନ: ସମୁଦ୍ର ଆଁରୁ ଭିଟାମାଟି ବଞ୍ଚାଇବାକୁ…

ଛତ୍ରପୁର, ୧୭।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀଠାରେ ସମୁଦ୍ର କୂଳ ଲଙ୍ଘିବା ଘଟଣା ଏବେ ଆନ୍ଦୋଳନର ରୂପ ନେଇଛି। ସମୁଦ୍ରର…

ସମୁଦ୍ରରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ, ୨ ଟ୍ରଲର ସହ ୫ କ୍ୱିଣ୍ଟାଲ ମାଛ ଜବତ କରି…

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ପୁଣିଥରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ ଦେଖିବାକୁ ମିଳିଛି। ଆର୍ଯ୍ୟପଲ୍ଲୀ ନିକଟ ସମୁଦ୍ରରେ ଆନ୍ଧ୍ର ପ୍ରଦେଶର…

ବିପଦ ସଙ୍କେତ ଟପିଲା ସାଳନ୍ଦୀ, ତଳେ ବୈତରଣୀ: ଜିଲାର ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୧୭।୮ (ସନାତନ ରାଉତ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବୈତରଣୀ ନଦୀ ବିପଦ ସଙ୍କେତ ତଳେ…

ନୃତ୍ୟାଶା ସମ୍ମାନ ୨୦୨୬: ପଦ୍ମଶ୍ରୀ ଗୁରୁ ଦୁର୍ଗାଚରଣ ରଣବୀର ସମ୍ମାନୀତ

ଭୁବନେଶ୍ୱର,୧୭।୮: ଓଡ଼ିଶୀ ନୃତ୍ୟ ଓ ସଙ୍ଗୀତର ପ୍ରଚାର, ପ୍ରସାର ଏବଂ ଏହାର ଅମୂଲ ପରମ୍ପରାର ସୁରକ୍ଷା ପାଇଁ ନିରନ୍ତର କାର୍ଯ୍ୟରତ ଅନୁଷ୍ଠାନ ‘ନୃତ୍ୟାଶା’ ପକ୍ଷରୁ ଆୟୋଜିତ ଅଷ୍ଟମ…

ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଧର୍ମଶାଳାରେ ବିଧାୟକ….

ଧର୍ମଶାଳା,୧୭ା୮(ଶିବ ପ୍ରସାଦ ମହାନ୍ତି): ରାଜ୍ୟର କେତେକ ଜିଲାରେ ପୁନର୍ବାର ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ସରକାର ଗମ୍ଭୀରତାର ସହ ନେଇଛନ୍ତି । ଏହାକୁ…

ବ୍ରିଜ୍‌ତଳୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ବରଗଡ଼,୧୭ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ବ୍ରିଜତଳୁ ସୋମବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri