ମୁନିଗୁଡ଼ା ଟିକରପଡ଼ା ବସ୍ତି ଅଞ୍ଚଳରେ ଡେଙ୍ଗୁ ଆତଙ୍କ: ୪୦ ଆକ୍ରାନ୍ତ ସୂଚନା

ମୁନିଗୁଡା,୧।୫(ଡି.ଏନ୍‌.ଏ.): ସାରା ରାଜ୍ୟରେ ଏବେ କରୋନା(କୋଭିଡ-୧୯)କୁ ଭୟର ମାହୋଲ। ଏପରିସ୍ଥଳେ ରାୟଗଡା ଜିଲା ମୁନିଗୁଡ଼ାର ଟିକରପଡ଼ା ବସ୍ତିରେ ଡେଙ୍ଗୁ ରିପୋର୍ଟ ପଜିଟିଭ୍‌ ଆସିବା ପରେ ମୁନିଗୁଡ଼ା ଅଞ୍ଚଳରେ ଆତଙ୍କ ଖେଳିଯାଇଛି।

ସୂଚନାନୁଯାୟୀ, ଟିକରପଡ଼ାରେ ଡେଙ୍ଗୁ ରୋଗୀ ଚିହ୍ନଟ ହେବା ଏବଂ ଅଜଣା ରୋଗରେ ଲୋକଙ୍କ ମୃତ୍ୟୁ ହେଉଥିବା ଖବର ପାଇ ଜିଲା ସ୍ବାସ୍ଥ୍ୟ ବିଭାଗରୁ ରାୟଗଡା ସିଡିଏମ୍‌ଓଙ୍କ ସହ ଅନ୍ୟ ଅଧିକାରୀ ମାନେ ପରିଦର୍ଶନରେ ଆସିଥିଲେ। ଏହାପରେ ସିଡିଏମ୍‌ଓଙ୍କ ନିର୍ଦ୍ଦେଶ କ୍ରମେ ସପ୍ତାହେ ଧରି ବସ୍ତିରେ ଏକ ଅସ୍ଥାୟୀ ମେଡିକାଲ କ୍ୟାମ୍ପ ଖୋଲି ଲୋକଙ୍କୁ ସଚେତନ କରିବା ସହ ଲୋକଙ୍କଠାରୁ ରକ୍ତ ସଂଗୃହିତ କରାଯାଇଥିଲା। ସେଥିମଧ୍ୟରୁ ୪୦ଜଣଙ୍କ ରକ୍ତ ନମୁନା ପଜିଟିଭ୍‌ ମିଳିଛି ବୋଲି ରାୟଗଡ଼ାର ଅତିରିକ୍ତ ଜିଲା ଚିକିତ୍ସାକାରୀ ବି.ଲକ୍ଷ୍ମୀନାରାୟଣ ପୃଷ୍ଟି ସୂଚନା ଦେଇଛନ୍ତି।

ଗତ କିଛି ଦିନ ମଧ୍ୟରେ ବହୁ ଜଣଙ୍କ ରକ୍ତ ନମୁନା ସଂଗ୍ରହ କରାଯାଇଥିଲା। ସେଥିମଧ୍ୟରୁ ୪୦ଟି ରକ୍ତ ନମୁନା ଡେଙ୍ଗୁ ପଜିଟିଭ୍‌ ରହିଛି। ଏହି ରିପୋର୍ଟ ଆସିବା ପରେ ରୋଗୀଙ୍କୁ ଆବଶ୍ୟକ ପରାମର୍ଶ ଓ ଔଷଧ ଦିଆ ଯାଉଥିବା ଜଣାପଡିଛି।

ଗତ ୨ ମାସ ମଧ୍ୟରେ ଟିକରପଡ଼ାରେ ୧୦ରୁ ଊର୍ଦ୍ଧ୍ୱ ଜଣ ଅଚିହ୍ନା ରୋଗରେ ମୃତ୍ୟୁବରଣ କରିସାରିଛନ୍ତି। ଏ ସମ୍ପର୍କରେ ମୁନିଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଚିକିତ୍ସକ ଡା.ସଞ୍ଜୟ କୁମାର କହିଛନ୍ତି ଯେ ଗତ କିଛିଦିନ ଧରି ସେହି ବସ୍ତିରେ ଅସ୍ଥାୟୀ ମେଡିକାଲ କ୍ୟାମ୍ପ ଖୋଲାଯାଇଛି। ବସ୍ତିରେ ଡାକ୍ତର ଓ ଅନ୍ୟ ମେଡିକାଲ କର୍ମଚାରୀ ମାନେ ସଚେତନ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri