ମୁନ୍ନି ପରେ ‘ମୁନ୍ନା ବଦ୍‌ନାମ୍‌ ହୁଆ’..ଗୀତ ରିଲିଜ୍‌

ଦବଙ୍ଗ-୩ର ଜବରଦସ୍ତ ଟ୍ରେଲର ରିଲିଜ୍‌ ହେବା ପରେ ଏବେ ବ୍ୟାକ୍‌ ଟୁ ବ୍ୟାକ୍‌ ଗୀତ୍‌ଗୁଡିକ ମଧ୍ୟ ରିଲିଜ୍‌ ହୋଇଛି। ଦବଙ୍ଗ ଫିଲ୍ମର ମୁନ୍ନି ବଦ୍‌ନାମ ହୁୟି..ଗୀତଟି ଦର୍ଶକଙ୍କଠାରେ ବେଶ୍‌ ଲୋକପ୍ରିୟ ହୋଇଥିବାବେଳେ ଦବଙ୍ଗ-୩ରେ ମୁନ୍ନି ନୁହେଁ, ‘ମୁନ୍ନା ବଦ୍‌ନାମ୍‌ ହୁଆ’ ଗୀତଟିର ଅଡିଓ ରିଲିଜ୍‌ କରିଛନ୍ତି ଚୁଲବୁଲ ପାଣ୍ଡେ। ଗୀତଟି ମଧ୍ୟ ଦର୍ଶକଙ୍କ ଦ୍ୱାରା ବେଶ୍‌ ଆଦୃତ ଲାଭ କରିବ ବୋଲି ଆଶା ରଖିଛନ୍ତି ସଙ୍ଗୀତ ନିର୍ଦ୍ଦେଶକ। ଏହି ଗୀତଟିକୁ କମ୍ପୋଜ କରିଛନ୍ତି ହିଟ୍‌ ଯୋଡି. ସାଜିଦ୍‌-ନାଜିଦ୍‌। ଏଥର ପୋଲିସବାଲା ଗୁଣ୍ଡା ହୋଇ ଦର୍ଶକଙ୍କ ପାଖକୁ ଆସୁଛନ୍ତି ଚୁଲବୁଲ ପାଣ୍ଡେ ବା ସଲମାନ ଖାନ। ଟ୍ରେଲରରେ ଦମଦାର ଆକ୍ସନ ଡ୍ରାମା ସହିତ ଭାଇଜାନଙ୍କ କମେଡି ଦେଖିବାକୁ ପାଇବେ ଦର୍ଶକ। ଦବଙ୍ଗ-୩ରେ ସଲମାନଙ୍କ ସହ ମୁଖ୍ୟ ଭୂମିକାରେ ଦୁଇ ଜଣ ଅଭିନେତ୍ରୀଙ୍କୁ ଦେଖିବାକୁ ମିଳିବେ। ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ବ୍ୟତୀତ ଏହି ଫିଲ୍ମରେ ନବାଗତା ସାଇ ମଙ୍ଗେସ୍‌କରଙ୍କୁ ଦେଖିବାକୁ ପାଇବେ ଦର୍ଶକ। ଅନ୍ୟପକ୍ଷରେ ଦକ୍ଷିଣ ଫିଲ୍ମ ଜଗତର ଅଭିନେତା ସୁଦିପ ଖଳନାୟକ ଭୂମିକାରେ ନଜର ଆସିବେ। ପ୍ରଭୁଦେବା ଦବଙ୍ଗ-୩ ଫିଲ୍ମର ନିର୍ଦ୍ଦେଶନା ଦେଇଥିବା ବେଳେ ଏହାର ପ୍ରଯୋଜନା ଭାର ସମ୍ଭାଳିଛନ୍ତି ସଲମାନଙ୍କ ଭାଇ ଅରବାଜ ଖାନ। ଦବଙ୍ଗ-୩ ଟ୍ରେଲର ରିଲିଜ ପରେ ବର୍ତ୍ତମାନ ଫିଲ୍ମ ରିଲିଜକୁ ନେଇ ଆରମ୍ଭ ହୋଇଯାଇଛି କାଉଣ୍ଟଡାଉନ। ଆସନ୍ତା ଡିସେମ୍ବର ୨୦ ଖ୍ରୀଷ୍ଟମାସ ଅବସରରେ ବଡ ପରଦାରେ ଫିଲ୍ମଟି ରିଲିଜ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ ଘଟିଲା…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

୨ ଦିନ ହେଲା ବସ୍‌ଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ, ନିଦ୍ରାରେ ପ୍ରଶାସନ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବସ୍‌ଷ୍ଟାଣ୍ଡ ବାସିନ୍ଦା ୨ ଦିନ ହେଲା ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଦିଗପହଣ୍ଡି ସହର ଜିଲାର ଏକ ପ୍ରମୁଖ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଭାଙ୍ଗିଲା ସ୍କୁଲ ଗୃହ କାନ୍ଥ, ପ୍ରଧାନ ଶିକ୍ଷକଙ୍କ ପାଖରେ ନାହିଁ…

ତୁମୁଡିବନ୍ଧ,୧୨ା୯(ଦୀପକ କୁମାର ପରାସେଠ): ଭାଙ୍ଗିଲା ପୁରୁଣା ବିଦ୍ୟାଳୟ ଗୃହର କାନ୍ଥ ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପାଖରେ ନାହିଁ ସୂଚନା। ଏପରି ଘଟଣା କନ୍ଧମାଳ…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?