ମୁମ୍ବାଇ ଗ୍ରାଉଣ୍ଡ୍ସମ୍ୟାନମାନଙ୍କୁ ୮ଲକ୍ଷ ଟଙ୍କା ଦାନ

ମୁମ୍ବାଇ, ୨୮ା୩ (ପି.ଟି.): କୋଭିଡ୍‌-୧୯ ଲକ୍‌ଡାଉନ୍‌ ଯୋଗୁ ମୁମ୍ବାଇର ବିଭିନ୍ନ ଖେଳପଡ଼ିଆରେ କାର୍ଯ୍ୟରତ ଗ୍ରାଉଣ୍ଡ୍ସମ୍ୟାନମାନେ କଠିନ ପରିସ୍ଥିତି ଦେଇ ଗତି କରୁଛନ୍ତି। ସେମାନଙ୍କୁ ସହାୟତା ପାଇଁ ୮ଟି ମୁମ୍ବାଇ ପ୍ରିମିୟର ଲିଗ୍‌ (ଏମ୍‌ପିଏଲ୍‌) ଦଳର ମାଲିକ ପ୍ରତ୍ୟେକ ୧ଲକ୍ଷ ଟଙ୍କା ଲେଖାଏଁ ଦାନ କରିଛନ୍ତି। କୋଭିଡ୍‌-୧୯ ଦେଖା ଦେବାପରେ ମୁମ୍ବାଇରେ କ୍ରୀଡ଼ା କାର୍ଯ୍ୟକଳାପ ବନ୍ଦ ରହିଛି। ଏପରିକି ମୁମ୍ବାଇ କ୍ରିକେଟ ଆସୋସିଏଶନ (ଏମ୍‌ସିଏ) ଏପ୍ରିଲ ୧୫ ପର୍ଯ୍ୟନ୍ତ ସେମାନଙ୍କର ସମସ୍ତ କାର୍ଯ୍ୟକଳାପ ସ୍ଥଗିତ ରଖିଛନ୍ତି। କୋଭିଡ୍‌-୧୯ ଲକ୍‌ଡାଉନ୍‌ ଯୋଗୁ ବିଭିନ୍ନ କ୍ଲବର ପଡ଼ିଆଗୁଡ଼ିକରେ ଦିନ ମଜୁରିଆ ଭାବେ କାର୍ଯ୍ୟ କରୁଥିବା ଗ୍ରାଉଣ୍ଡ୍ସମ୍ୟାନମାନେ ରେଜଗାର ପନ୍ଥା ହରାଇଛନ୍ତି। ତେଣୁ ସେମାନଙ୍କୁ ଆର୍ଥିକ ସହାୟତାର ଆବଶ୍ୟକତା ରହିଛି ବୋଲି ଏମ୍‌ପିଏଲ୍‌ ଟିମ୍‌ଗୁଡ଼ିକର ମାଲିକମାନେ ଏମ୍‌ସିଏ ମୁଖ୍ୟ ବିଜୟ ପାଟିଲଙ୍କ ନିକଟକୁ ପଠାଇଥିବା ଏକ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri