Posted inଜାତୀୟ

ମୁମ୍ବାଇ, ପୁଣେ, ନାଗପୁର ସମେତ ମହାରାଷ୍ଟ୍ରର ୪ ସହର ଲକ୍‌ଡାଉନ୍‌

ମୁମ୍ବାଇ.୨୦।୩: ମହାରାଷ୍ଟ୍ରରେ କରୋନା ପୀଡ଼ିତଙ୍କ ସଂଖ୍ୟା ସବୁଠାରୁ ଅଧିକ ଥିବାରୁ ଏବେ ଏହାକୁ ରୋକିବାକୁ ସରକାର ବିଭିନ୍ନ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ଶୁକ୍ରବାର ମୁମ୍ବାଇ, ପୁଣେ, ନାଗପୁର ସମେତ ୪ ସହରକୁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ସମୟରେ ସମସ୍ତ ସରକାରୀ ବେସରକାରୀ କାର୍ଯ୍ୟାଳୟ, ବିଭିନ୍ନ ପ୍ରତିଷ୍ଠାନ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। ଶୁକ୍ରବାର ମହାରାଷ୍ଟ୍ରରେ ୩ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୫୨ରେ ପହଞ୍ଚିଛି। ଲକ୍‌ଡାଉନ୍‌ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ଯେପରିକି ଔଷଧ, ପନିପରିବା ଓ ଖାଦ୍ୟ ସାମଗ୍ରୀ ଦୋକାନ ଖୋଲା ରହିବ ବୋଲି ସରକାର କହିଛନ୍ତି। ଏହାକୁ ନେଇ ଭୟଭୀତ ନ ହୋଇ କରୋନା ଭାଇରସର ମୁକାବିଲା କରିବାକୁ ସରକାର ଜନ ସାଧାରଣଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?