ମୁମ୍ବାଇରୁ ସାଇକେଲ୍‌ରେ ମୟୂରଭଞ୍ଜ: ୧୦ ଦିନରେ୧୬ଶହ କି.ମି. ଆସିଲେ ଯୁବକ

ଉଦଳା,୧ା୫(ଡି.ଏନ୍‌.ଏ.)- ମୁମ୍ବାଇରୁ ମୟୂରଭଞ୍ଜ ଦୀର୍ଘ ୧୬ ଶହ କି.ମି. ଯାତ୍ରା। ମୟୂରଭଞ୍ଜ ଜିଲାର ଦିବ୍ୟରଞ୍ଜନ ଲେଙ୍କା ନାମକ ଜଣେ ଯୁବକ ସାଇକେଲ ଚଲାଇ ୧୦ଦିନରେ ଆସି ନିଜ ଗଁା ପାଖରେ ପହଞ୍ଚିଛନ୍ତି। ଆସିବା ବେଳେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିଲେ ମଧ୍ୟ ନିଜ ଲକ୍ଷ୍ୟସ୍ଥଳରୁ ବିଚ୍ୟୁତ ହୋଇ ନ ଥିଲେ। ଶେଷରେ ସଫଳ ମଧ୍ୟ ହୋଇଛନ୍ତି। ଏହି ଯୁବକଙ୍କ ଘର କପ୍ତିପଦା ବ୍ଲକ ଅଧୀନ ଗେଣ୍ଡାଗୋଡ଼ିଆ ଗ୍ରାମରେ। ଘରଠାରୁ ଅଳ୍ପ ଦୂର ଉଦଳାରେ ପହଞ୍ଚିବା ପରେ ପୋଲିସ ତାଙ୍କୁ ସ୍ଥାନୀୟ କ୍ୱାରାଣ୍ଟାଇନ ସେଣ୍ଟରରେ ରଖିଛି।
ଏବେ କରୋନା ଯୋଗୁ ଦେଶବ୍ୟାପୀ ଲକ୍‌ଡାଉନ ହୋଇଛି। ବାହାର ରାଜ୍ୟରେ କାମ କରୁଥିବା ଓଡ଼ିଆ ଲୋକେ ଏବେ ଘରକୁ ଫେରିବାକୁ ବ୍ୟଗ୍ର ହୋଇପଡ଼ିଛନ୍ତି। କିଏ ଚାଲି ଚାଲି ଲୁଚି ପଳାଇ ଆସୁଛନ୍ତି ତ ଆଉ କେହି ସାଇକେଲରେ ଗାଁକୁ ଫେରି ଆସୁଛନ୍ତି। ଆମ ଦେଶର ସର୍ବାଧିକ କରୋନା ପ୍ରଭାବିତ ରାଜ୍ୟ ହେଉଛି ମହାରାଷ୍ଟ୍ର। ଦିବ୍ୟରଞ୍ଜନ ଦୀର୍ଘ ବର୍ଷ ହେଲା ମୁମ୍ବାଇର ଏକ କପଡ଼ା ତିଆରି କାରଖାନାରେ କାର୍ଯ୍ୟ କରୁଥିଲେ। ଲକ୍‌ଡାଉନ ଯୋଗୁ କାରଖାନା ବନ୍ଦ ହୋଇଯିବାରୁ ସେଠାରେ ସେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଖାଇବାକୁ ନ ପାଇ ସାଇକେଲରେ ଘରକୁ ଫେରିବା ପାଇଁ ନିଷ୍ପତ୍ତି ନେଇଥିଲେ। ସେ ଗତ ୨୦ ତାରିଖରୁ ମୁମ୍ବାଇରୁ ବାହାରିଥିଲେ। ବହୁ ସ୍ଥାନରେ ପୋଲିସ ତାଙ୍କୁ ଅଟକାଇଥିଲା। ମାତ୍ର ସେ ତାଙ୍କ ସମସ୍ୟା ଜଣାଇ ଖସି ଆସିଥିଲେ। କେତେକ ସ୍ଥାନରେ ସ୍ଥାନୀୟ ଲୋକେ ତାଙ୍କୁ ଖାଇବାକୁ ଦେଇଥିବା ସେ କହିଛନ୍ତି। ତାଙ୍କ ସହ ବାଲେଶ୍ୱର ଜିଲାର ଅନ୍ୟ ଜଣେ ଓଡ଼ିଆ ଯୁବକ ମଧ୍ୟ ଆସିଥିବା ଦିବ୍ୟରଞ୍ଜନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ବସ୍ତରେନ ମାଉଲିଙ୍କ ଆଷାଢ଼ କେନା ମଣ୍ଡେଇ ଯାତ୍ରା: କଣ୍ଟା ଦୋଳିରେ ଝୁଲିଲେ କାଲିସି, ହଜାର ହଜାର…

କୋକସରା, ୩୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମର ଆରାଧ୍ୟ ଦେବୀ ମା’ ବସ୍ତରେନ ମାଉଲିଙ୍କ ବାର୍ଷିକ ଆଷାଢ଼ କେନା ମଣ୍ଡେଇ ଯାତ୍ରା…

ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶକଙ୍କ ଦିଗପହଣ୍ଡି-ସାନଖେମୁଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପ ପରିଦର୍ଶନ ସହ ଅଗ୍ରଗତି ସମୀକ୍ଷା

ଦିଗପହଣ୍ଡି, ୩୧।୭(ଅଶେଷ ନାଥ ମିଶ୍ର): ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ସୁବ୍ରତ କୁମାର ପଣ୍ଡା ଶୁକ୍ରବାର ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକର ବିଭିନ୍ନ ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri