ମୁମ୍ବାଇରେ ମାଡ଼ିଚାଲିଛି କରୋନା

ମୁମ୍ବାଇ/ନୂଆଦିଲ୍ଲୀ,୨୪ା୪: ଭାରତରେ ମହାମାରୀ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨,୯୩୧ରେ ପହଞ୍ଚି ଥିବାବେଳେ ୭୧୬ ବ୍ୟକ୍ତି ପ୍ରାଣ ହରାଇଲେଣି। ମହାରାଷ୍ଟ୍ରରେ ସର୍ବାଧିକ ୬,୪୨୭ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ମୁମ୍ବାଇରେ ୪ ହଜାରରୁ ଊର୍ଦ୍ଧ୍ୱ ରୋଗୀ ଥିବା ଜଣାପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୨୮ ନୂଆ ରୋଗୀଙ୍କୁ ଚିହ୍ନଟ କରାଯାଇଥିବା ବେଳେ ମୃତ୍ୟୁସଂଖ୍ୟା ବଢ଼ି ୨୮୩ରେ ପହଞ୍ଚିଛି। ଅନ୍ୟ ରାଜ୍ୟଗୁଡ଼ିକ ମଧ୍ୟରେ ଗୁଜରାଟ, ଦିଲ୍ଲୀ, ରାଜସ୍ଥାନ, ମଧ୍ୟପ୍ରଦେଶ, ତାମିଲନାଡ଼ୁ, ଉତ୍ତରପ୍ରଦେଶ ସ୍ଥିତି ଜଟିଳ ରହିଛି।
ମହାରାଷ୍ଟ୍ର ପରେ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ଗୁଜରାଟ। ଏଠାରେ ସଂକ୍ରମିତଙ୍କ ସଂଖ୍ୟା ଗୁରୁବାର ୨,୬୨୪ ରହିଥିବା ବେଳେ ୨୧୭ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ୧୧୨ ମୁଣ୍ଡ ଏଠାରେ ଗଡ଼ିସାରିଲାଣି। ରାଜଧାନୀ ଦିଲ୍ଲୀରେ ୨,୩୭୬ ଆକ୍ରାନ୍ତ ଥିବାବେଳେ ୫୦ ଜଣ ଏପର୍ଯ୍ୟନ୍ତ ପ୍ରାଣ ହରାଇଲେଣି। ରାଜସ୍ଥାନରେ ୨୭ ଜଣ ମୃତ୍ୟୁବରଣ କରିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୧,୯୩୭କୁ ବୃଦ୍ଧିପାଇଛି। ମଧ୍ୟପ୍ରଦେଶରେ ୮୩ ଜଣଙ୍କ ପ୍ରାଣ ଯାଇଥିବା ବେଳେ ୧,୬୮୭ ଆକ୍ରାନ୍ତ। ତାମିଲନାଡ଼ୁରେ ୧,୬୮୩ କରୋନା ରୋଗୀ ଥିବାବେଳେ ମୃତ୍ୟୁସଂଖ୍ୟା ୨୦ ରହିଛି। ଉତ୍ତରପ୍ରଦେଶରେ ଯାଇଛି ୨୧ ଜୀବନ ଓ ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୧,୪୪୯ ରହିଛି। ଅନ୍ୟ ରାଜ୍ୟଗୁଡ଼ିକ ମଧ୍ୟରେ ତେଲଙ୍ଗାନାରେ ୯୭୦, ଆନ୍ଧ୍ରପ୍ରଦେଶରେ ୮୯୩, ପଶ୍ଚିମବଙ୍ଗରେ ୪୫୬, କେରଳରେ ୪୪୭, କର୍ନାଟକରେ ୪୪୫, ଜମ୍ମୁ-କଶ୍ମୀରରେ ୪୩୪, ପଞ୍ଜାବରେ ୨୮୩ ସଂକ୍ରମିତ ଅଛନ୍ତି। ଗୋଟିଏ ଦିନରେ ୧,୫୫୯ ନୂଆ ରୋଗୀ ଚିହ୍ନଟ ହେବା ସହ ୩୫ ଜୀବନ ଯାଇଛି। ଏପର୍ଯ୍ୟନ୍ତ ୪,୮୧୦ ସୁସ୍ଥହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri