ମୁଲତବୀ ପ୍ରସ୍ତାବକୁ ନେଇ ହଟ୍ଟଗୋଳ: ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୧।୭(ବ୍ୟୁରୋ)

କୃଷି ଓ କୃଷକଙ୍କ ମୁଲତବୀ ପ୍ରସ୍ତାବ କାହିଁକି ଗ୍ରହଣ କରାଗଲାନାହିଁ, ଏହାର ଜବାବ ଦିଆଯାଉ ତା’ପରେ ଗୃହ ଚାଲିବ। ସୋମବାର ପ୍ରଶ୍ନୋତ୍ତର ଆରମ୍ଭରୁ କଂଗ୍ରେସ ସଭ୍ୟମାନେ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ। ଫଳରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅଚଳ ହୋଇଯାଇଥିଲା।
ସୋମବାର ପୂର୍ବାହ୍ନ ୧୦ଟା ୩୦ ମିନିଟରେ ସଭାକାର୍ଯ୍ୟ ଚଳାଇବାକୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ପ୍ରବେଶ କରିଥିଲେ। ବାଚସ୍ପତି ପ୍ରଶ୍ନୋତ୍ତର ଆରମ୍ଭ କରିବା ମାତ୍ରେ କଂଗ୍ରେସ ସଦସ୍ୟ ତାରାପ୍ରସାଦ ବାହିନୀପତି ନିଜ ଆସନ ନିକଟରେ ଛିଡ଼ାହୋଇ କୃଷି ଓ କୃଷକଙ୍କ ସମସ୍ୟା ନେଇ ମୁଲତବୀ ପ୍ରସ୍ତାବ ଦିଆଯାଇଥିଲା, କାହିଁକି ତାହା ଗ୍ରହଣ କରାଗଲାନାହିଁ କହି ଗୃହର ମଧ୍ୟଭାଗକୁ ମାଡ଼ିଆସିଲେ। ତାଙ୍କ ସହିତ ରମେଶ ଜେନା, ମହମ୍ମଦ ମୋକିମଙ୍କ ସମେତ  କଂଗ୍ରେସର ଅନ୍ୟ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ। ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ସହଯୋଗ କରିବାକୁ ବାଚସ୍ପତି କଂଗ୍ରେସ ସଦସ୍ୟଙ୍କୁ ଅନୁରୋଧ କରିଥିଲେ। ଏହାର କୌଣସି ପ୍ରଭାବ କଂଗ୍ରେସ ସଦସ୍ୟଙ୍କ ଉପରେ ପଡ଼ି ନ ଥିଲା। ବାଚସ୍ପତି ବିଜେଡି ସଭ୍ୟ ସୌଭିକ ବିଶ୍ୱାଳ ପଚାରିଥିବା ପ୍ରଶ୍ନ ନଂ.୧୨୧ର ଉତ୍ତର ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ବଦଳରେ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଡାକିଥିଲେ। ମନ୍ତ୍ରୀ ହଟ୍ଟଗୋଳ ମଧ୍ୟରେ ଉତ୍ତର ଦେଇଥିଲେ। ପାଟିତୁଣ୍ଡ ନ କମିବାରୁ ବାଚସ୍ପତି ଗୃହକୁ ୧୦ଟା ୩୪ରୁ ପୂର୍ବାହ୍ନ ୧୧ଟା ୩୦ ମିନିଟ୍‌ ଯାଏ ମୁଲତବୀ ଘୋଷଣା କରି ସର୍ବଦଳୀୟ ବୈଠକ ଡାକିଥିଲେ। ୧୧ଟା ୪୬ରେ ଗୃହକାର୍ଯ୍ୟ ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri