ମୁହଁ ଖୋଲିଲା ପାକିସ୍ତାନ: ଆତଙ୍କବାଦୀ ସୃଷ୍ଟି ପାଇଁ ଆମେରିକା ଦେଇଥିଲା ଆର୍ଥିକ ସହାୟତା

ଇସ୍‌ଲାମାବାଦ,୧୩।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଗୋଟିଏ ପରେ ଗୋଟିଏ ସତ ମାନୁଛନ୍ତି। ଏବେ ଇମ୍ରାନ୍‌ କହିଛନ୍ତି କି ୧୯୮୦ରେ ଆଫଗାନିସ୍ତାନରେ ରୁଷ( ତତ୍କାଳିନ ସୋଭିଏତ୍‌ ସଂଘ)ବିରୋଧରେ ଲଢିବା ପାଇଁ ପାକିସ୍ତାନ ଜେହାଦିଙ୍କୁ ପ୍ରସ୍ତୁତ କରିଥିଲା। ଏମାନଙ୍କୁ ପ୍ରଶିକ୍ଷଣ ମଧ୍ୟ ଦିଆଯାଇଥିଲା। ତେବେ ରୁଷର ଏକ ଇଂରାଜୀ ନ୍ୟୁଜ ଚ୍ୟାନେଲକୁ ଦେଇଥିବା ସାକ୍ଷାତ୍‌କାରରେ ଇମ୍ରାନ ଏହା କହିଥିବା ସୂଚନା ମିଳିଛି। ଏହି ସାକ୍ଷାତ୍‌କାରରେ ଇମ୍ରାନ୍‌ ଆମେରିକାକୁ ମଧ୍ୟ ଟାର୍ଗେଟ କରିଥିଲେ। ଇମ୍ରାନ୍‌ କହିଥିଲେ ସେତେବେଳେ ଚାଲିଥିବା ଶୀତଳ ଯୁଦ୍ଧରେ ରୁଷ ବିରୋଧରେ ପାକିସ୍ତାନ ଆମେରିକାକୁ ସାହାଯ୍ୟ କରିଥିଲା। ରୁଷ ବିରୋଧରେ ଲଢିବାକୁ ଜେହାଦିଙ୍କୁ ପ୍ରଶିକ୍ଷଣ ମଧ୍ୟ୍ ଦିଆଯାଇଥିଲା। ହେଲେ ଏବେ ଆମେରିକା କହୁଛି ପାକିସ୍ତାନ ଆତଙ୍କବାଦ ସୃଷ୍ଟି କରୁଛି। ଆମେରିକା ପାଇଁ ପାକିସ୍ତାନ ଅନେକ ତ୍ୟାଗ କରିଥିବା ବେଳେ ଏବେ କିନ୍ତୁ ଆମେରିକା ପାକିସ୍ତାନକୁ ଦୋଷ ଦେଉଛି । ସେତେବେଳେ ପାକିସ୍ତାନର ପ୍ରାୟ ୭୦ ହଜାର ଲୋକଙ୍କୁ  ଜୀବନ ହାରିବାକୁ ପଡିଥିଲା । ଏହାସହ ପାକିସ୍ତାନ ଅର୍ଥ ବ୍ୟବସ୍ଥାକୁ ଶହେ ଅରବ ଡଲାରରୁ ଊର୍ଦ୍ଧ୍ୱ କ୍ଷତି ସହିବାକୁ ପଡିଥିଲା। ତେବେ ଜେହାଦି ପ୍ରଶିକ୍ଷଣ ପାଇଁ ଆମେରିକାର ଏଜେନ୍ସି ସିଆଇଏ ଦ୍ୱାରା ଅର୍ଥ ଦିଆଯାଇଥିବା ଇମ୍ରାନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri