ମୁହଁଦାଗ, ଦାନ୍ତ ଯନ୍ତ୍ରଣାରୁ ମୁକ୍ତିଦିଏ ଫିଟିକିରି

ଫିଟିକିରି ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତିଦେବା ସହ ସୌନ୍ଦର୍ଯ୍ୟ ବୃଦ୍ଧି କରିଥାଏ। ଏହା ପ୍ରାୟ ସମସ୍ତଙ୍କ ଘରେ ମିଳିଯାଏ। ଯଦିବି ନ ଥାଏ, ବଜାରରେ ସହଜରେ ଉପଲବ୍ଧ ହୋଇଥାଏ। ଏହା ସମସ୍ତେ ଜାଣନ୍ତିଯେ, ଫିଟିକିରିକୁ ପାଣିରେ ପକାଇଲେ ପାଣି ସଫା ହୋଇ ଯାଇଥାଏ। ଏହାଛଡା ଫିଟିକିରିର ଅନେକ ଲାଭକାରୀ ଗୁଣ ରହିଛି, ଯାହା ସମସ୍ତେ ଜାଣି ନ ଥାଆନ୍ତି। ଜାଣନ୍ତୁ ଫିଟିକିରିର ଲାଭକାରୀ ଘରୋଇ ଉପଚାର ସମ୍ପର୍କରେ।

* ଯଦି ମୁହଁର କଳାଦାଗ ସମସ୍ୟାକୁ ନେଇ ଚିନ୍ତିିତ ଥାଆନ୍ତି, ତେବେ ଫିଟିକିରିକୁ ମୁହଁରେ ମସାଜ୍‌ କରିବା ଫଳରେ ଏହି ସମସ୍ୟାରୁ ମୁକ୍ତି ମିଳିଥାଏ।

* ଦାନ୍ତରେ ଯନ୍ତ୍ରଣା ହେଉଥିଲେ ଫିଟିକିରିକୁ ଗୁଣ୍ଡକରି ତା’ ପାଉଡରକୁ ଯନ୍ତ୍ରଣା ସ୍ଥାନରେ ଲଗାଇବା ଫଳରେ ତୁରନ୍ତ ଯନ୍ତ୍ରଣାରୁ ମୁକ୍ତି ମିଳିଥାଏ।

* ଦୁର୍ଗନ୍ଧ ଓ ଶରୀରରୁ କୀଟାଣୁ ଦୂର ଲାଗି ଏହା ମଧ୍ୟ ଉପକାରୀ ହୋଇଥାଏ। ଏହାକୁ ପାଣିରେ ପକାଇ ଗାଧୋଇବା ଫଳରେ ଏହି ସମସ୍ୟା ଦୂର ହୋଇଥାଏ।

* ଗ୍ରୀଷ୍ମଋତୁରେ ଶରୀରରୁ ଝାଳ ବାହାରି ଦୁର୍ଗନ୍ଧ ହୋଇଥାଏ। ଝାଳଗନ୍ଧରୁ ମୁକ୍ତି ପାଇବା ଲାଗି ପାଣିରେ ଫିଟିକିରି ପକାଇ ଗାଧାନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ପରିମାଣାତ୍ମକ ନା ଗୁଣାତ୍ମକ ଶିକ୍ଷା

ଥରେ ଜଣେ ରାଜନେତାଙ୍କ ସହିତ ସାକ୍ଷାତ ହେଲା। ପୂର୍ବତନ ଲୋକ ସଭା ସାଂସଦ। ବର୍ତ୍ତମାନର ସରକାରୀ ଦଳର ସେ ଜଣେ ପ୍ରତିଷ୍ଠିତ ନେତା। ବିଭିନ୍ନ ସଭା ସମିତିରେ…

ପ୍ରଣବଙ୍କ ଫାର୍ମ ହାଉସ ଜମି ମାପ ଚୁପ ଆରମ୍ଭ

ଯାଜପୁର/ଧର୍ମଶାଳା/ଚଢ଼େଇଧରା,୧୮।୨(ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା/ଦିଲୀପ ପରିଡ଼ା): ସରକାରୀ ଜମି ଜବରଦଖଲ ଅଭିଯୋଗ ପରେ ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ମଙ୍ଗଳବାର ମାପଚୁପ ଆରମ୍ଭ ହୋଇଛି।…

ପାଠ ପଢ଼ାଇଲେ, ଆଡ୍‌ମିଟ୍‌ କାର୍ଡ ଦେଲେନି: ସିବିଏସ୍‌ଇ ୧୦ମ ପରୀକ୍ଷାରୁ ଛାତ୍ର ବଞ୍ଚିତ

ପାରଳାଖେମୁଣ୍ଡି,୧୮ା୨ (ଗିରିଧାରୀ ପରିଚ୍ଛା):ସିବିଏସ୍‌ଇ ମାଟ୍ରିକ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ହେଲେ ଏକ ଘରୋଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଗଜପତି ଜିଲା କାଶୀନଗରରେ ଜଣେ ଛାତ୍ର ପରୀକ୍ଷା…

ବୟସ ୮୦ ଟପିଲାଣି, ବୃଦ୍ଧାଙ୍କୁ ମିଳୁନି ବର୍ଦ୍ଧିତ ଭତ୍ତା

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ବୟସ ୮୦ ଟପିଲାଣି। ହାତରେ ବଙ୍କୁଲି ବାଡ଼ି ଟିଏ ଧରି ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଥିଲେ। ଆଉ ଅଭିଯୋଗ ମଧ୍ୟ କଲେ ମଧ୍ୟ ଅନୁଭବ…

୧୪ ଥର ସାକ୍ଷାତ, ୬୨ ଇମେଲ୍‌: ଏପ୍‌ଷ୍ଟିନ୍‌-ପୁରୀ ସମ୍ପର୍କର ସ୍ପଷ୍ଟୀକରଣ ମାଗିଲା କଂଗ୍ରେସ

ନୂଆଦିଲ୍ଲୀ,୧୮ା୨(ପି.ଟି.):ଆମେରିକାର ଦୋଷୀସାବ୍ୟସ୍ତ ଯୌନ ଅପରାଧୀ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ କେନ୍ଦ୍ରମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ୨୦୧୪ରୁ ୨୦୧୭ ମଧ୍ୟରେ ୧୪ ଥର ଭେଟିଥିଲେ। ଏହି ସମୟ ମଧ୍ୟରେ ଉଭୟଙ୍କ…

କ୍ଷମା ମାଗିଲେ ଅଶ୍ୱିନ ବୈଷ୍ଣବ: କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮ା୨(ପି.ଟି.):ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌, ୨୦୨୬ର ଉଦ୍‌ଘାଟନ ଦିବସରେ ଯୋଗ ଦେଇଥିବା ଲୋକେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିବାରୁ ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର କ୍ଷମା…

ଦିବ୍ୟାଙ୍ଗଙ୍କୁ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚାଇ ଚର୍ଚ୍ଚାରେ ସୁରକ୍ଷାକର୍ମୀ

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ଜଣେ ସୁରକ୍ଷାକର୍ମୀ ଅସହାୟ ଓ ଦିବ୍ୟାଙ୍ଗଙ୍କୁ ନେଇ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚାଇ ଏବେ ସବୁଠି ଚର୍ଚ୍ଚା ଓ ପ୍ରଶଂସା ସାଉଣ୍ଟୁଥିବା ଜଣାପଡ଼ିଛି।…

ବ୍ରିଜ୍‌ କାମ ଶେଷ ନ କରି ବନ୍ଦ ପ୍ରସ୍ତାବ

ଯାଜପୁର,୧୮।୨(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନ-୧  ଅଧୀନ ଜିଲାର ସୀମାନ୍ତବର୍ତ୍ତି ତଥା ସୁକିନ୍ଦା ଖଣି ଅଞ୍ଚଳରେ ଏଯାଏ ଗମନାଗମନ ପାଇଁ ଉପଯୁକ୍ତ ରାସ୍ତା ଓ ବ୍ରିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri