ମୂଲ୍ୟବାନ କାଠ ପଟା, କରତ ଜବତ

ଓଡ଼ଗାଁ,୩୧ା୫(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବନ ବିଭାଗ ରବିବାର ସକାଳୁ ବାହାଡ଼ାଝୋଲା ସେକ୍ସନ କଇଁଠପଲି ଗାଁରେ ଚଢ଼ାଉ କରି ବହୁ ମୂଲ୍ୟବାନ କାଠ ପଟା ଜବତ କରିଛି। ଜନୈକ ବ୍ୟକ୍ତିଙ୍କ ବାଡ଼ିରେ ପାଳ ଘୋଡ଼ା ହୋଇ କେତେକ ପଟା ରହିଥିବା ବିଭାଗ ସୂଚନା ପାଇ ବନଖଣ୍ଡ ଅଧିକାରୀଙ୍କୁ ଜଣାଇଥିଲା। ବନଖଣ୍ଡ ଅଧିକାରୀ ଧନରାଜ ଏଚ୍‌ଡିଙ୍କ ନିର୍ଦ୍ଦେଶକ୍ରମେ ରେଞ୍ଜର ରବୀନ୍ଦ୍ର ନାଥ ପଣ୍ଡା ସଦଳବଳ ଚଢ଼ାଉ କରିଥିଲେ। ଚଢ଼ାଉରେ ବନପାଳ ସରିତା ବରାଳ, ଜ୍ୟୋତିରଞ୍ଜନ ମାନସିଂହ, ଶୁଭେନ୍ଦୁ ନାୟକଙ୍କ ସମେତ ବନରକ୍ଷୀମାନେ ସାମିଲ ହୋଇଥିଲେ। ଜବତ କାଠ ପଟାର ମାପଚୁପ ଚାଲିଥିବା ବେଳେ ଆନୁମାନିକ ମୂଲ୍ୟ ୫୦ ହଜାର ଟଙ୍କା ହେବ ବୋଲି ସୂଚନା ମିଳିଛି। ହେଲେ କୌଣସି ବ୍ୟକ୍ତିଙ୍କୁ ଗିରଫ କରାଯାଇନାହ। ସେହିପରି ବନ ବିଭାଗ ସିଆରିମାଳ ହରିଜନ ସାହିରେ କାଠ କଟାଯାଉଥିବା ବେଳେ ଚଢ଼ାଉ କରି ୩ ଖଣ୍ଡ ଶାଳଗଣ୍ଡ ଏବଂ କରତ ଜବତ କରିଛି। ଜବତ କାଠ ଗଣ୍ଡିର ମୂଲ୍ୟ ୨୫ ହଜାର ଟଙ୍କା ହେବ। ହେଲେ ଘଟଣାସ୍ଥଳରୁ ସେହି ଗ୍ରାମର ମାରୁତ ନାଇକ, କାହ୍ନୁ ନାଇକ, କୁମର ନାଇକ, ଅମର ନାଇକ, କାମ୍ପ ନାଇକ ବନବିଭାଗକୁ ଚକମା ଦେଇ ଦୌଡ଼ି ପଳାଇଥିଲେ। ସେମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଥିବା ବେଳେ ସେମାନଙ୍କୁ ଗିରଫ କରି କୋର୍ଟଚାଲାଣ କରାଯିବ ବୋଲି ରେଞ୍ଜର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ଓଡ଼ିଶା ଫେରିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ, କହିଲେ ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ…

ଭୁବନେଶ୍ୱର,୨୭ା୭: ଓଡ଼ିଶା ଫେରିଛନ୍ତି ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ ଆଇଡଲ ଟ୍ରଫି ସହ ଜ୍ୟୋତିର୍ମୟୀ ସୋମବାର ସକାଳେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।…

ଏଇ ଭାରତରେ

ଉତ୍ତରପ୍ରଦେଶ କାନପୁର, ପ୍ରୟାଗରାଜ ଓ ଫାରୁଖାବାଦର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବାବେଳେ ସେଥିରୁ ୭୫ ପ୍ରତିଶତ ଗଛ ବଞ୍ଚାଇବାରେ ସଫଳ ହୋଇଛନ୍ତି ପିଲମାନେ।…

ସବୁଜ ବିକାଶର ଭିତ୍ତିଭୂମି

ଧୁନିକ ଯୁଗରେ ଶକ୍ତି ହେଉଛି ବିକାଶର ମୂଳ ଆଧାର। ବିଦ୍ୟୁତ୍‌ ବିନା ଆଜିର ଜୀବନଯାତ୍ରାକୁ କଳ୍ପନା କରିବା ଅସମ୍ଭବ। କିନ୍ତୁ ଜନସଂଖ୍ୟା ବୃଦ୍ଧି, ଶିଳ୍ପାୟନ ଓ ସହରୀକରଣ…

ଗାଦିଚ୍ୟୁତ ହେବେ ଭାଜପା ସରକାର! CJP ପରେ ମୁଣ୍ଡ ଟେକିଲାଣି RHA; ୩୫ ଲକ୍ଷ ଫଲୋୟର୍ସ, E20 ଜନତା ପାର୍ଟି ବି ଦେଲାଣି ଟେନସନ

ନୂଆଦିଲ୍ଲୀ,୨୭।୭: ‘କକ୍ରୋଚ ଜନତା ପାର୍ଟି’ (CJP) ସୋସିଆଲ ମିଡିଆ – ବିଶେଷକରି ଇନଷ୍ଟାଗ୍ରାମ – ମାଧ୍ୟମରେ ଏତେ ବଡ଼ ପ୍ରତିବାଦ କରିଥିଲା ଯେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷାମନ୍ତ୍ରୀ…

ବିଭବେ ସ୍ବଭାବ ନଷ୍ଟ

ମଣିଷର ସ୍ବଭାବ ବା ପ୍ରକୃତି ଜନ୍ମଗତ, ଯାହାକୁ ନେଇ ସେ ଜନ୍ମ ହୋଇଥାଏ ଏବଂ ମୃତୁ୍ୟୁ ପର୍ଯ୍ୟନ୍ତ ଛାଡ଼ି ପାରେନା। ତେଣୁ ହୁଏତ କୁହାଯାଏ ‘ମଣିଷ ପ୍ରକୃତି…

ଯୁଦ୍ଧର ଦେୟ ମହଙ୍ଗା ପଡ଼ିପାରେ

ପ୍ରଥମ ବିଶ୍ୱଯୁଦ୍ଧ (ଜୁଲାଇ ୧୯୧୪- ନଭେମ୍ବର ୧୯୧୮)ର ଅବସାନ ହୋଇଥାଏ, ଏବେ କ୍ଳାନ୍ତି ମେଣ୍ଟାଇବାର ସମୟ। ୩ ମିତ୍ରଶକ୍ତି ପ୍ରାୟ ଛଅ ମିଲିୟନ ମାନବ ସମ୍ବଳ ହରେଇବା…

୫ବର୍ଷରେ ବାଦ୍‌ ପଡ଼ିଲେଣି ୭୪.୮୯ଲକ୍ଷ ଭୋଟର

ଭୁବନେଶ୍ୱର,୨୭ା୭ (ରବିନାରାୟଣ ଜେନା): ଭାରତର ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ପକ୍ଷରୁ ରାଜ୍ୟରେ ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଜାରି ରହିଛି। ଗତ ୫ତାରିଖରେ ଭୋଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri