ମୂଳ ସ୍କୁଲକୁ ଫେରିଲେ ବଦଳି ଶିକ୍ଷକ

ବାଳକାଟୀ,୧୨ା୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଲିଅନ୍ତା ବ୍ଲକରେ ଗୋଟିଏ ସାଦା କାଗଜରେ ହୋଇଥିବା ୨୦ ଶିକ୍ଷକଙ୍କ ବଦଳି ମୌଖିକ ଭାବେ ପ୍ରତ୍ୟାହାର ହୋଇଛି। ଦୋଳପୂର୍ଣ୍ଣିମା ତଥା ଛୁଟି ପୂର୍ବଦିନ ଫୋନ ଯୋଗେ ସମ୍ପୃକ୍ତ ଶିକ୍ଷକମାନଙ୍କୁ ମୂଳ ସ୍କୁଲକୁ ଫେରିଯିବାକୁ ନିର୍ଦ୍ଦେଶ ଆସିବା ପରେ ବୁଧବାର ସ୍କୁଲ ଖୋଲିଥିବାବେଳେ କେତେଜଣ ଶିକ୍ଷକ କାର୍ଯ୍ୟରେ ଯୋଗଦେଇଥିବା ଜଣାପଡିଛି। ତେବେ ଏଭଳି ଏକ ଦୁର୍ନୀତି ଘଟଣା ଜଣାପଡ଼ିବା ପରେ କିଭଳି ମୌଖିକ ଆଦେଶରେ ପୁଣି ମୂଳ ସ୍କୁଲରେ ଶିକ୍ଷକମାନେ ଯୋଗଦେଲେ ତାହା ପ୍ରଶ୍ନବାଚୀ ସୃଷ୍ଟି କରୁଛି। ଏ ସମ୍ପର୍କରେ ଖୋର୍ଦ୍ଧା ଜିଲା ଶିକ୍ଷା ଅଧିକାରୀ(ଡିଇଓ) ବନ୍ଦନା ମହାପାତ୍ରଙ୍କୁ ପଚାରିବାରେ ଏପରି ହେବା କଥା ନୁହେଁ, ଘଟଣାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି। ସୂଚନା ମୁତାବକ, ସ୍ଥାନୀୟ ବ୍ଲକର ୨୦ଜଣ ଶିକ୍ଷକ ବଦଳି ପାଇଁ ବ୍ଲକ ଶିକ୍ଷାଧିକାରୀ(ବିଇଓ)ଙ୍କ ଉଦ୍ଦେଶ୍ୟରେ ସାଦା କାଗଜରେ ଆବେଦନ କରିଥିଲେ। କିନ୍ତୁ ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ(ବିଆରସିସି) ସୁରେନ୍ଦ୍ର କୁମାର ସାହୁ ଗତ ଜାନୁୟାରୀ ୩୧ରେ ଅବସର ନେବାର ପୂର୍ବଦିନ ଶିକ୍ଷକଙ୍କ ବଦଳିକୁ ଅସ୍ଥାୟୀ ଭାବେ ପ୍ରଧାନଶିକ୍ଷକଙ୍କୁ ଜଣାଇଥିବାରୁ ଶିକ୍ଷକମାନେ ନିଜ ମନମୁତାବକ ସ୍କୁଲରେ ଯୋଗଦେଇଥିଲେ। ତେବେ ବିନା ସରକାରୀ ନିର୍ଦ୍ଦେଶାନାମାରେ ଏହା ହୋଇଥିବାରୁ ଗତ ୭ତାରିଖରେ ଧରିତ୍ରୀରେ ‘ସାଦା କାଗଜରେ ୨୦ଶିକ୍ଷକଙ୍କ ବଦଳି’ ଶୀର୍ଷକ ଖବର ପ୍ରକାଶ ପାଇଥିଲା। ଏହାପରେ ବ୍ଲକ ସ୍ତରରେ ତତ୍ପରତା ଦେଖାଇ ବିଇଓଙ୍କ କାର୍ଯ୍ୟାଳୟରୁ ଉକ୍ତ ଶିକ୍ଷକମାନଙ୍କୁ ମୂଳ ସ୍କୁଲରେ ଯୋଗଦେବା ପାଇଁ ନିର୍ଦ୍ଦେଶ ରହିଥିଲା। ଏହି ନିର୍ଦ୍ଦେଶ ଅନୁଯାୟୀ କେତେଜଣ ଶିକ୍ଷକ ବୁଧବାର ମୂଳ ସ୍କୁଲରେ ଯୋଗଦେଇଥିବାର ଜଣାପଡ଼ିଛି। ସାଧାରଣରେ ଶିକ୍ଷା ବ୍ୟବସ୍ଥାରେ ସାମୟିକ ବଦଳି ବ୍ୟବସ୍ଥା ନ ଥିବାବେଳେ ଏହା କିପରି ତାହା ତଦନ୍ତ ସାପେକ୍ଷ।


Enter your email to get our daily news in your inbox.

All Right Reserved By Dharitri.Com

ପାଟ୍ରୋଲିଂରେ ଯାଉଥିବାବେଳେ ଦୁର୍ଘଟଣା: ଚାଲିଗଲା କର୍ତ୍ତବ୍ୟରତ କନଷ୍ଟେବଳଙ୍କ ଜୀବନ

ଲାଞ୍ଜିଗଡ଼,୨ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ଜଣକ କେଗାଁ ଥାନା…

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା,…

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri