ମୂଷା ଖାଇଦେଲା ରବର ଷ୍ଟାମ୍ପ, ବିନା ମୋହରରେ ଦିଆଯାଉଛି ରସିଦ

ଭବାନୀପାଟଣା/କେଗାଁ,୨୯।୫(ସ୍ବ.ପ୍ର/ଡି.ଏନ୍‌.ଏ.) – କଳାହାଣ୍ଡି ଜିଲା ଗୋଲାମୁଣ୍ଡା ସିଡିପିଓ କାର୍ଯ୍ୟାଳୟରେ ବିନା ମୋହର(ରବର ଷ୍ଟାମ୍ପ)ରେ ରସିଦ ଦିଆଯାଉଛି। ରବର ଷ୍ଟାମ୍ପକୁ ମୂଷା ଖାଇ ଦେଇଥିବାରୁ ଏପରି କରାଯାଉଥିବା ଦାୟିତ୍ୱରେ ଥିବା ଅଧିକାରୀ କହୁଥିବାରୁ ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି।
ପ୍ରାପ୍ତ ସୂଚନାରୁ ପ୍ରକାଶ ଯେ, ଗୋଲାମୁଣ୍ଡା ବ୍ଲକ ଖସିଗୁଡା ଗ୍ରାମର ପ୍ରେମଲାଲ ସୁନାନୀ ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟରେ ଛତୁଆ ଓ ପ୍ରିସ୍କୁଲ କିଟ୍‌ ଯୋଗାଣ ଆଦି ଉପରେ ସୂଚନା ଅଧିକାର ଆଇନ(ଆରଟିଆଇ) ବଳରେ ଏକ ତଥ୍ୟ ମାଗିଥିଲେ। କାର୍ଯ୍ୟାଳୟର ସୂଚନା ଅଧିକାରୀ ଫୁରଲିଆ ମାଝୀ ସୂଚନା ଗ୍ରହଣ କରି ରସିିଦ ସହ ରିସିଭ କପି ଆବେଦନକାରୀଙ୍କୁ ଦେଇଥିଲେ। ତେବେ ଏହି ରସିଦ ଓ ରିସିଭ କପିରେ କେବଳ ଦସ୍ତଖତ ରହିଥିବାରୁ ପ୍ରେମଲାଲ ମୋହର ମାରିବା ପାଇଁ ଅଧିକାରୀଙ୍କୁ କହିଥିଲେ। ଅଧିକାରୀ ମାଝୀ ରବର ଷ୍ଟାମ୍ପକୁ ମୂଷା ଖାଇଦେଇଥିବା କହିଥିଲେ। ଯାହାଫଳରେ ବିନା ମୋହରରେ ପ୍ରେମଲାଲ ରସିଦ ଓ ରିସିଭ କପି ନେଇ ଫେରିଥିଲେ। ଏହି ଘଟଣାକୁ ନେଇ ସମ୍ପୃକ୍ତ ଅଧିକାରୀଙ୍କ ଦାୟିତ୍ୱ ଓ ଅବହେଳାକୁ ନେଇ ସାଧାରଣରେ ପ୍ରଶ୍ନ ଉଠିଛି। ଏ ନେଇ ଗୋଲାମୁଣ୍ଡା ସିଡିପିଓ ପ୍ରିୟମଞ୍ଜୁରୀ ସାହୁଙ୍କୁ ପଚାରିବାରୁ ଏହା ଗୋଟିଏ ମାମୁଲି କଥା ବୋଲି କହିଥିଲେ। ଜିଲାପାଳ ଏଥିପ୍ରତି ଦୃଷ୍ଟିଦେଇ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ଛତ୍ରପୁର ପୌରପାଲିକାରେ ମିଶ୍ରଣକୁ ବିରୋଧ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୨୦।୨(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନକୁ ନେଇ ଅସନ୍ତୋଷ ଲାଗିରହିଛି। ଗୋଟିଏ ପଟେ ଛତ୍ରପୁର ପୌରପାଳିକାରେ ଆର୍ଯ୍ୟପଲ୍ଲୀ, କଣମଣା, ପୋ ଅଗସ୍ତିନୂଆଗାଁ ଓ ଚିକଲଖଣ୍ଡି ଆଦି ୫ଟି…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri