ମୃତ ମହିଳା ଜୀବିତ ଘଟଣା: ଜେଲରୁ ମୁକୁଳିଲେ ନିର୍ଦ୍ଦୋଷ ସ୍ବାମୀ, ଶ୍ୱଶୁର

ବାରିପଦା ଅଫିସ,୨୯।୭- ମୟୂରଭଞ୍ଜ ଜିଲା ବାଦାମପାହାଡ ଥାନା ପୋଲିସ ୩ ମାସ ତଳେ ମୃତ ଘୋଷଣା କରିଥିବା ରାଇମଣି ନାଏକ ନାମ୍ନୀ ଜଣେ ମହିଳାଙ୍କୁ ଜୀବନ୍ତ ଅବସ୍ଥାରେ ଶନିବାର କୋର୍ଟରେ ହାଜର କରିଛି। ତାଙ୍କ ବୟାନ ରେକର୍ଡ ପରେ କୋର୍ଟ ନିର୍ଦ୍ଦେଶ ଅନୁଯାୟୀ ତାଙ୍କୁ ହତ୍ୟା କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହୋଇଥିବା ସ୍ବାମୀ ସଞ୍ଜୟ ନାଏକ ଏବଂ ଶ୍ୱଶୁର ମଙ୍ଗଳ ନାଏକଙ୍କୁ ରବିବାର ରାଇରଙ୍ଗପୁର ଜେଲରୁ ଖଲାସ କରାଯାଇଛି। ଏହି ଘଟଣା ପୋଲିସର ଦାୟିତ୍ୱହୀନ ତଦନ୍ତ ଓ ତ୍ରୁଟିପୂର୍ଣ୍ଣ ଆଇନ ବ୍ୟବସ୍ଥା ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି।
ଉଲ୍ଲେଖନୀୟଯେ, ବାଦାମପାହାଡ ଥାନା ଅଧୀନ ପୁରୁଣାପାଣି ଗ୍ରାମର ରାଇମଣି କିଛି ମାସ ପୂର୍ବରୁ ଘରୁ ଚାଲିଯାଇ କଟକରେ ରହି କାମଧନ୍ଧା କରୁଥିଲେ। ପରିବାର ଲୋକେ ଖୋଜାଖୋଜି କରିଥିଲେ ମଧ୍ୟ କୌଣସି ପତ୍ତା ପାଇ ନ ଥିଲେ। ଘଟଣା କ୍ରମେ ଗତ ଏପ୍ରିଲ ୨୭ ତାରିଖରେ ବାଦାମପାହାଡ ଥାନା ଅଧୀନ ପାହାଡପୁର ଜଙ୍ଗଲରୁ ଜଣେ ମହିଳାଙ୍କ ଗଳିତ ମୃତଦେହ ମିଳିଥିଲା। ପୋଲିସ ଏହାର ତଦନ୍ତ କଲାବେଳେ ମୃତଦେହ ନିଖୋଜ ରାଇମଣିଙ୍କର ବୋଲି ତାଙ୍କ ଆତ୍ମୀୟସ୍ବଜନ ସନ୍ଦେହ ପ୍ରକାଶ କରିଥିଲେ। ଏହି ପରିପ୍ରେକ୍ଷୀରେ ରାଇମଣିଙ୍କୁ ଜଙ୍ଗଲରେ ହତ୍ୟା କରାଯାଇଥିତ୍ବା ଦର୍ଶାଇ ପୋଲିସ ତାଙ୍କ ସ୍ବାମୀ ସଞ୍ଜୟ ନାଏକ ଓ ଶ୍ୱଶୁର ମଙ୍ଗଳ ନାଏକଙ୍କୁ ଗିରଫ କରିିଥିଲା। ମୃତଦେହକୁ ବ୍ୟବଚ୍ଛେଦ କରାଯାଇ ଥାନାରେ ଏକ ହତ୍ୟା ମାମଲା(ନଂ.୧୮/୧୯) ରୁଜୁ କରାଯାଇଥିଲା। ଗିରଫ ସଞ୍ଜୟ ଓ ତାଙ୍କ ବାପା ବିନା ଦୋଷରେ ସେବେଠାରୁ ଜେଲରେ ଦିନ କାଟୁଥିଲେ। ଗତ ସପ୍ତାହରେ ରାଇମଣି କଟକରୁ ଘରକୁ ଫେରି ଆସିବା ପରେ ଘଟଣା ଭିନ୍ନମୋଡ଼ ନେଇଥିଲା। ରାଇମଣିଙ୍କ ନିଖୋଜ ରହସ୍ୟ ଉପରୁ ପର୍ଦ୍ଦା ଉଠିବାରୁ ପୋଲିସକୁ ଅପଦସ୍ତ ହେବାକୁ ପଡିଥିଲା। ଏଭଳି ସ୍ଥିତିରେ ପୋଲିସ ସତର୍କତାର ସହ ରାଇମଣିଙ୍କୁ ଏକ ଗୁପ୍ତ ସ୍ଥାନରେ ରଖି ପଚରାଉଚରା କରି ଶନିବାର ରାଇରଙ୍ଗପୁର ଏସଡିଜେଏମଙ୍କ କୋର୍ଟରେ ହାଜର କରାଇଥିଲା। ସେଠାରେ ତାଙ୍କ ବୟାନ ରେକର୍ଡ ପରେ ପରିବାର ଲୋକଙ୍କ ହେପାଜତରେ ଛଡାଯାଇଛି।
ପାହାଡପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ମହିଳାଙ୍କ ମୃତଦେହ କାହାର ତାହା ଜଣା ପଡି ନଥିବାରୁ ଏହା ପୋଲିସକୁ ଅଡୁଆରେ ପକାଇଛି। ଏଭଳି ସମ୍ବେଦନଶୀଳ ଘଟଣାରେ କାହାର ଭୁଲ ରହିଛି ସେ ନେଇ ତଦନ୍ତ ଜାରି ରହିଛି ବୋଲି ଜିଲା ଆରକ୍ଷୀ ଅଧୀକ୍ଷକ ଅବିନାଶ କୁମାର ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତିି। ରାଇରଙ୍ଗପୁର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅଶୋକ ପଟ୍ଟନାୟକଙ୍କୁ ତଦନ୍ତ ଦାୟିତ୍ୱ ଦିଆଯାଇଛି । ବିନା ଦୋଷରେ ହତ୍ୟାମାମଲାରେ ଗିରଫ ହୋଇ ସଜା କାଟୁଥିବା ସଞ୍ଜୟ ଓ ତାଙ୍କ ବାପା ମଙ୍ଗଳ ଜେଲରୁ ଖଲାସ ହୋଇ ଘରକୁ ଫେରିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri