Posted inଜାତୀୟ

ମୃତକଙ୍କ ପରିବାରକୁ ଦୁର୍ବ୍ୟବହାର ଘଟଣା: ନିଲମ୍ବିତ ହେଲେ ଅମେଠିର ଜିଲାପାଳ

ଆମେଠି,୧୪।୧୧: ମହଙ୍ଗା ପଡ଼ିଲା ମୃତକଙ୍କ ପରିବାରଙ୍କୁ ଦୁର୍ବ୍ୟବହାର କରିବା। ଆମେଠି ଜିଲାପାଳଙ୍କ ଏଭଳି କାର୍ଯ୍ୟରେ ଅସନ୍ତୁଷ୍ଟ ହୋଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜିଲାପାଳ ପ୍ରଶାନ୍ତ ଶର୍ମାଙ୍କୁ ନିଲମ୍ବିତ କରିଛନ୍ତି। ତାଙ୍କ ସ୍ଥାନରେ ଅରୁଣ କୁମାର ନୂଆ ଜିଲାପାଳ ଭାବେ ନିଯୁକ୍ତ ହୋଇଛନ୍ତି। ସୂଚନାଯୋଗ୍ୟ, ଆମେଠିର ଜଣେ ଇଟା ବ୍ୟବସାୟୀଙ୍କୁ ମଙ୍ଗଳବାର ଗୁଳିକରି ହତ୍ୟା କରାଯାଇଥିଲା। ବୁଧବାର ମୃତଦେହ ବ୍ୟବଚ୍ଛେଦ ସମୟରେ ଜିଲାପାଳ ଓ ମୃତକଙ୍କ ପରିବାରଲୋକଙ୍କ ସହ କଥା ହେଉଥିଲେ। ଏତିକିବେଳେ ହଠାତ୍‌ ସେ ନିଜର ଆୟତ ହରାଇ ଉକ୍ତ ପରିବାରବର୍ଗଙ୍କୁ ଦୁର୍ବ୍ୟବହାର କରିଥିଲେ। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଉକ୍ତ ଭିଡିଓ ସର୍ବସମ୍ମୁଖକୁ ଆସିବା ପରେ ଯୋଗୀ ସରକାର ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ପୂର୍ବରୁ ମଧ୍ୟ ପ୍ରଶାନ୍ତ ନିଜ ଖରାପ ବ୍ୟବହାର ପାଇଁ ହାଇକୋର୍ଟରୁ ଦଣ୍ଡିତ ମଧ୍ୟ ହୋଇସାରିଛନ୍ତି। ଅନ୍ୟପଟେ ଏହି ଘଟଣାକୁ ନେଇ କେନ୍ଦ୍ରମନ୍ତ୍ରୀ ତଥା ଆମେଠିର ଏମ୍‌ପି ସ୍ମୃତି ଇରାନୀ ଟୁଇଟ କରି ଜିଲାପାଳ ପ୍ରଶାନ୍ତଙ୍କୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ନିଜ ବ୍ୟବହାରକୁ ପରିବର୍ତ୍ତନ କରି ନମ୍ର ଏବଂ ସମ୍ବେଦନଶୀଳ ହୁଅ। ଆମେ ସାଧାରଣ ଜନତାଙ୍କ ସେବକ, ଶାସକ ନୁହେଁ ବୋଲି ସ୍ମୃତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri