ମୃତକଙ୍କ ପରିବାରକୁ ଭେଟିଲେ ଚିକିଟି ବିଧାୟିକା

ଗୋପାଳପୁର,୧୧ା୨-ଗୋଳନ୍ଥରା ଥାନା ମେଣ୍ଢରାଜପୁର ଛକରେ ସିଲ୍‌କ ସିଟି ବସ୍‌ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ରବିବାର ୧୦ ଜଣଙ୍କ ମୃତ୍ୟୁ ଘଟିଥିଲା। ସୋମବାର ଅପରାହ୍ନରେ ଚିକିଟି ବିଧାୟିକା ଉଷା ଦେବୀ, ବ୍ଲକ ଅଧ୍ୟକ୍ଷା ଏମ.ପଦ୍ମାବତୀ, ତହସିଲ ଓ ବ୍ଲକ ପ୍ରଶାସନର ଅଧିକାରୀମାନେ ଚିକିଟି ବ୍ଲକ ଡଙ୍କଲପାଡୁ ଗ୍ରାମରେ ପହଞ୍ଚତ୍ଥିଲେ। ସେଠାରେ ମୃତକଙ୍କ ପରିବାର ସଦସ୍ୟଙ୍କୁ ଭେଟି ସରକାରଙ୍କ ପକ୍ଷରୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ। ଏଥିସହ ପ୍ରତ୍ୟେକ ମୃତକଙ୍କ ପରିବାରକୁ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ପ୍ରଦାନ କରାଯିବ ବୋଲି କହିଥିଲେ। ଚିକିଟି ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶୁ ସେଠୀ ମୃତ ଛାତ୍ର ଦେବରାଜୁ ଓ ଛାତ୍ରୀ ସନ୍ତୋଷିନୀ ସାହୁଙ୍କ ପରିବାରକୁ ଗୁରୁ-ଛାତ୍ର କଲ୍ୟାଣ ପାଣ୍ଠିରୁ ୫ ହଜାର ଟଙ୍କା ପ୍ରଦାନ କରିଥିଲେ। ସେହିପରି ୟୁ.ସନ୍ନ୍ୟାସୀ ରେଡ୍ଡୀ କହିଛନ୍ତି, ପୁଅ ଅଶୋକର ନିର୍ବନ୍ଧ ପାଇଁ ଚିକରଡ଼ା ଯାଉଥିବା ବସଟି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୧୦ ଜଣଙ୍କ ଜୀବନ ଚାଲିଗଲା, ଯାହାକୁ ନେଇ ଏବେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି। ମଙ୍ଗଳବାର ପୁଅର ବାହାଘର ହୋଇଥାନ୍ତା। କିନ୍ତୁ ଏଭଳି ଘଟଣା ପରେ ବିବାହକୁ ନେଇ ଅନିଶ୍ଚିତତା ରହିଛି। ସେହିପରି ସିଏଚ୍‌ ଡିଲେଶ୍ୱର ରେଡ୍ଡୀଙ୍କ କହିବା ପ୍ରକାରେ ଅଞ୍ଚଳବାସୀ ହରେଇଥିବା ଲୋକଙ୍କୁ ଝୁରୁଛନ୍ତି। ସରକାର ଯେଉଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି, ତା’ଠାରୁ ଅଧିକ ସହାୟତା ରାଶି ଦେଇଥିଲେ ମୃତକଙ୍କ ପରିବାରବର୍ଗ ଉପକୃତ ହୋଇପାରନ୍ତେ ଓ ଘଟଣାର ଠିକ ତଦନ୍ତ କରି ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଥିଲେ। ବିଦ୍ୟୁତ୍‌ ବିଭାଗର ଖାମଖିଆଲ ନୀତି ଯୋଗୁ ଏଭଳି ଘଟଣା ଘଟିଥିବା ଏନ. ଡମ୍ବୁରୁ ରେଡ୍ଡୀ କହିବା ସହ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରିବାକୁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri