ମୃତକଙ୍କ ପରିବାରକୁ ଭେଟିଲେ କଂଗ୍ରେସ ନେତା

ଗୋପାଳପୁର,୧୪ା୨- ଗତ ରବିବାର ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଡଙ୍କଲପାଡୁ ରାସ୍ତାରେ ନିର୍ବନ୍ଧ ପାଇଁ ଯାଉଥିବା ବସ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଯିବାରୁ ୧୦ ଜଣଙ୍କ ଜୀବନ ଯାଇଥିଲା। ଗୁରୁବାର ଅପରାହ୍ନରେ ସାନଖେମୁଣ୍ଡି ବିଧାୟକ ରମେଶ ଜେନା ଓ ଅନ୍ୟ କଂଗ୍ରେସ ନେତା ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବା ସହ ଡଙ୍କଲପାଡୁ ଗ୍ରାମକୁ ଯାଇଥିଲେ। ଶୋକସନ୍ତପ୍ତ ୧୦ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ସହଯୋଗ କରିବେ ବୋଲି ବିଧାୟକ ପ୍ରତିଶ୍ରୁତି ଦେଇଛନ୍ତି। ବାପା, ମା’ଙ୍କୁ ହରାଇଥିବା ଦୁଇ ଭଉଣୀଙ୍କୁ ସମବେଦନା ଜଣାଇବା ସହ ସମସ୍ତ ପ୍ରକାର ସହଯୋଗ କରିବେ ବୋଲି ବିଧାୟକ ଜେନା ପ୍ରତିଶ୍ରୁତି ଦେଇଛନ୍ତି। ବିଦ୍ୟୁତ ଆଘାତରେ ଗୁରୁତର ହୋଇ ଚିକିତ୍ସିତ ହେଉଥିବା ଲୋକଙ୍କୁ ଆର୍ଥିକ ସହାୟତା ଯୋଗାଇଦେବାକୁ ଗ୍ରାମବାସୀ ବିଧାୟକଙ୍କୁ ଅନୁରୋଧ କରିଥିଲେ। ବିଧାୟକ ଜେନାଙ୍କ ସହ ଯୋଗାଯୋଗ ବେଳେ ସେ କହିଥିଲେ, ବିଦ୍ୟୁତ୍‌ ବିଭାଗର ଅବହେଳା ଯୋଗୁ ଏଭଳି ଘଟିଛି। ଦୁଇ ଅନାଥ ଝିଅଙ୍କୁ ସହଯୋଗ କରିବି, ଏଥିସହ ଚିକିତ୍ସିତ ହେଉଥିବା ଆହତ ଓ ମୃତକଙ୍କ ପରିବାରକୁ କିଭଳି ଅଧିକ ସହାୟତା ମିଳିବ ସେନେଇ ଉଦ୍ୟମ କରିବି ବୋଲି ସୁଚନା ଦେଇଥିଲେ। ଏହି ଟିମରେ ମହିଳା କଂଗ୍ରେସ ଜିଲା ସଭାନେତ୍ରୀ ସ୍ବରୂପା ତ୍ରିପାଠୀଙ୍କ ସମେତ ଶମ୍ଭୁ ପାଣିଗ୍ରାହୀ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

କେସିଙ୍ଗାରେ ଦଶମ-ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

କେସିଙ୍ଗା,୩୧ା୫(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଯୋଲକୋ ସ୍ଥିତ ବୌଦ୍ଧ ମଣ୍ଡପ ଠାରେ ଚଳିତ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ୮୦ ପ୍ରତିଶତରୁ…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri