Posted inଜାତୀୟ

ମୃତଦେହରୁ ସଂକ୍ରମଣ ହେବନାହିଁ କରୋନା ଭାଇରସ

ନୂଆଦିଲ୍ଲୀ,୧୪।୩: କରୋନା ଭାଇରସ ସଂକ୍ରମଣର ଭୟ ଏବେ ସାରା ବିଶ୍ୱକୁ ଏକ ପ୍ରକାର ଭୟଭୀତ କରି ରଖିଛି। ଭାରତରେ ୮୫ ଜଣ କରୋନା ସଂକ୍ରମଣଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଶୁକ୍ରବାର ସୁଦ୍ଧା ୨ ଜଣଙ୍କ ମୃତ୍ୟୁ ହୋଇସାରିଛି। ଏବେ ମୃତଦେହରୁ ଏହି ଭାଇରସ ବ୍ୟାପିକାବୁ ନେଇ ଗୁଜବ ପ୍ରଚାର ହେଉଥିବା ବେଳେ ଲୋକେ ଭୟଭୀତ ହୋଇଯାଇଛନ୍ତି। ଏହାକୁ ନେଇ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ର ନିର୍ଦ୍ଦେଶକ ଡା. ରଣଦୀପ ଗୁଲେରିଆ କହିଛନ୍ତି ମୃତଦେହ ନିକଟରୁ କରୋନା ଭାଇରସ ବ୍ୟାପି ନ ଥାଏ। ଏହା କଫ ଦ୍ୱାରା ବ୍ୟାପିଥାଏ ବୋଲି ସେ କହିଛନ୍ତି। ତେଣୁ ମୃତ ଦେହ ସଂସ୍କାର କରିବାରେ କୌଣସି ଅସୁବିଧା ନାହିଁ। ସୂଚନାଯୋଗ୍ୟ, ଦିଲ୍ଲୀରେ ଶୁକ୍ରବାର କରୋନା ଭାରସରେ ସଂକ୍ରମଣ ଥାଇ ଜଣେ ମହିଳାଙ୍କ ମୃତ୍ୟୁ ହେବା ପରେ ତାଙ୍କ ଅନ୍ତିମ ସଂସ୍କାରକୁ ନେଇ ବିବାଦ ଉପୁଜିଥିଲା। ସଂକ୍ରମଣ ଭୟରେ ନିଗମ ବୋଧ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ପାଇଁ ବାରଣ କରାଯାଇଥିଲା। ଏହାପରେ ଅବଶ୍ୟ ପାଖାପାଖି ୩ ଘଣ୍ଟା ବିଳମ୍ବରେ ତାଙ୍କୁ ସଂସ୍କାର କରିବାକୁ ପରିବାର ଲୋକଙ୍କୁ ଅନୁମତି ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri