Posted inଜାତୀୟ

ମୃତ୍ୟୁ ନିଆଁରେ ରାଜନୀତି

ନୂଆଦିଲ୍ଲୀ,୯ା୧୨: ଦିଲ୍ଲୀର ଅନାଜ ମଣ୍ଡି ନିଆଁରେ ଜଳିଯାଇଛି ୪୩ ଜୀବନ। ଏହି ଘଟଣା ଦେଶବାସୀଙ୍କୁ ସ୍ତବ୍ଧ କରିଦେଇଥିବାବେଳେ ଏଥିରେ ବି ରାଜନୀତିର ରୁଟି ସେକିବାକୁ ପଛାଉନାହାନ୍ତି ଦଳ। ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଏହାକୁ ନେଇ ରାଜନୀତି ଜୋର ଧରିଥିବା କୁହାଯାଉଛି ।
ଏହି ଭୟାବହ ଅଗ୍ନିକାଣ୍ଡ ପାଇଁ ଦିଲ୍ଲୀରେ କ୍ଷମତାସୀନ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)କୁ ଦାୟୀ କରିଛି। କେନ୍ଦ୍ରମନ୍ତ୍ରୀ ହରଦୀପ ପୁରୀଙ୍କ ସହ ଅନାଜ ମଣ୍ଡିର ଅଗ୍ନିକାଣ୍ଡ ସ୍ଥଳ ପରିଦର୍ଶନ କରିଥିବା ଦିଲ୍ଲୀ ଭାଜପା ସଭାପତି ମନୋଜ ତିଓ୍ବାରୀ କହିଛନ୍ତି, ସମ୍ପୃକ୍ତ ଅଞ୍ଚଳରେ ବିଦ୍ୟୁତ୍‌ ତାରଗୁଡ଼ିକ ଝୁଲି ରହିଥିଲା। ଏହାକୁ ନେଇ ବାରମ୍ବାର ଅଭିଯୋଗ ହେବା ସତ୍ତ୍ୱେ ସରକାରୀ ସଂସ୍ଥାଗୁଡ଼ିକ ପକ୍ଷରୁ କିଛି ପଦକ୍ଷେପ ନିଆଯାଇ ନ ଥିଲା। ଭାଜପା ନେତା ବିଜୟ ଗୋଏଲ ମଧ୍ୟ ଏଥିଲାଗି ଦିଲ୍ଲୀ ସରକାରଙ୍କୁ ଦାୟୀ କରିଛନ୍ତି। କେଜ୍‌ରିଓ୍ବାଲ ସରକାର ଏହି ଦୁଃଖଦ ଘଟଣାକୁ ନେଇ ରାଜନୀତି କରିବା ପରିବର୍ତ୍ତେ ନିଜ କର୍ତ୍ତବ୍ୟ ସମ୍ପର୍କରେ ସଚେତନ ହେବା ଉଚିତ। ଭବିଷ୍ୟତରେ ଏଭଳି ଘଟଣାକୁ ଏଡାଇବା ଲାଗି ସେମାନେ ପଦକ୍ଷେପ ନିଅନ୍ତୁ ବୋଲି ସେ କହିଛନ୍ତି।
ଅନ୍ୟପକ୍ଷରେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦଳ ଏଏପି ଓଲଟା ଭାଜପା ଉପରେ ଦୋଷ ଲଦିଛି। ଦିଲ୍ଲୀ ମହାନଗର ନିଗମ (ଏମ୍‌ସିଡି)କୁ ଭାଜପା ଚଳାଉଥିବାରୁ ୪୩ ଶ୍ରମିକଙ୍କ ମୃତ୍ୟୁ ଲାଗି ଗୈରିକ ଦଳ ଉତ୍ତରଦାୟୀ ହେବା ଉଚିତ। କାରଣ ଭାଜପା ଚାହିଁଥିଲେ ବେଆଇନ ଭାବେ ଚାଲିଥିବା ଏହି ବ୍ୟାଗ୍‌ ଫ୍ୟାକ୍ଟ୍ରିକୁ ପୂର୍ବରୁ ବନ୍ଦ କରିପାରିଥାନ୍ତା ବୋଲି ବରିଷ୍ଠ ଏଏପି ନେତା ତଥା ରାଜ୍ୟ ସଭା ସଦସ୍ୟ ସଞ୍ଜୟ ସିଂ ସମାଲୋଚନା କରିଛନ୍ତି। ସେହିପରି ଏଏପି ମୁଖପାତ୍ର ରାଘବ ଚଢ଼ା କହିଛନ୍ତି, ଅଗ୍ନିକାଣ୍ଡକୁ ନେଇ ଭାଜପା ରାଜନୀତି କରିବା ଦୁର୍ଭାଗ୍ୟଜନକ। ଅନାଜ ମଣ୍ଡିରେ ଫ୍ୟାକ୍ଟ୍ରି ଚଳାଇବା ପାଇଁ ଭାଜପା କାହିଁକି ଲାଇସେନ୍ସ ଦେଇଥିଲା ବୋଲି ସେ ପ୍ରଶ୍ନ କରିଛନ୍ତି। ଅନୁରୂପ ଭାବେ କଂଗ୍ରେସ ଦିଲ୍ଲୀର ଏଏପି ସରକାର ଓ ଭାଜପା ନେତୃତ୍ୱାଧୀନ ଏମ୍‌ସିଡି ଉପରେ ଅଗ୍ନିକାଣ୍ଡ ପାଇଁ ଦୋଷ ଲଦିଛି। ଇତିମଧ୍ୟରେ ବିହାରର ମନ୍ତ୍ରୀ ତଥା ସଂଯୁକ୍ତ ଜନତା ଦଳ (ଜେଡିୟୁ) ନେତା ସଞ୍ଜୟ ଝା କହିଛନ୍ତି, ଅଧିକାଂଶ ମୃତକ ଆମ ରାଜ୍ୟର ମଧୁବନୀ ଓ ଦରଭଙ୍ଗାର ଲୋକ। ବିଦ୍ୟୁତ୍‌ ତାରଗୁଡ଼ିକ ଝୁଲୁଥିବାରୁ ଏହା ଘଟିଛି। ଏହା ଦିଲ୍ଲୀ ବିଦ୍ୟୁତ୍‌ ବିଭାଗର ବିଫଳତା।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri