Posted inଜାତୀୟ

ମୃତ୍ୟୁଞ୍ଜୟ ମହାପାତ୍ର ହେଲେ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ:୨୦୨୨ ଅଗଷ୍ଟ ୧୫ ସୁଦ୍ଧା ଦେଶର ସମସ୍ତ ଅଞ୍ଚଳ ହେବ ରାଡାର ପରିସରଭୁକ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ ଭାବେ ଡ. ମୃତ୍ୟୁଞ୍ଜୟ ମହାପାତ୍ର ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଆସନ୍ତା ୫ ବର୍ଷ ପାଇଁ ସେ ଏହି ପଦବୀରେ କାର୍ଯ୍ୟ କରିବେ। ଦାୟିତ୍ୱଗ୍ରହଣ କରି ସେ କହିଛନ୍ତି ଯେ, ୨୦୨୨ ଅଗଷ୍ଟ ୧୫ ସୁଦ୍ଧା ଦେଶର ସମସ୍ତ ଅଞ୍ଚଳକୁ ରାଡାର ପରିସରଭୁକ୍ତ କରାଯିବ। ଏହାଦ୍ୱାରା ପାଣିପାଗ ବିଷୟରେ ଠିକ ତଥ୍ୟ ମିଳିପାରିବ। ଏବେ ଓଡ଼ିଶାର ଗୋପାଳପୁର ଓ ପାରାଦ୍ୱୀପରେ ଡପଲର ରାଡାର ଲଗାଯାଇଛି। ଆଗାମୀ ଦିନରେ ସମ୍ବଲପୁରରେ ଏଭଳି ରାଡାର ଲଗାଯିବାର ଯୋଜନା ରହିଛି। ବାଲେଶ୍ୱରରେ ଡିଆର୍‌ଡିଓ ଦ୍ୱାରା ରାଡାର ନ ଲଗାଗଲେ ପାଣିପାଗ ବିଭାଗ ଏହାକୁ ଲଗାଇବ ବୋଲି ସେ ସୂଚନା ଦେଇଛନ୍ତି। ସେ ଓଡ଼ିଶାର ଭଦ୍ରକ ଜିଲାର ଚାନ୍ଦବାଲିର ବାସିନ୍ଦା। ୧୯୬୫ ଅଗଷ୍ଟ ୧୨ରେ ସେ ଜନ୍ମଗ୍ରହଣ କରିଥିଲେ। ପଦାର୍ଥ ବିଜ୍ଞାନରେ ପିଜି ଡିଗ୍ରୀ ଏବଂ ପରେ ପିଏଚ୍‌ଡି ଡିଗ୍ରୀ ହାସଲ କରି ସେ ଚାନ୍ଦିପୁର ଡିଆର୍‌ଡିଓରେ ଯୋଗଦେଇଥିଲେ। ସେ ସଫଳତାର ସହିତ ଫାଇଲିନ୍‌,ତିତ୍‌ଲି, ହୁଡ୍‌ହୁଡ୍‌ ଏବଂ ଲୁବ୍‌ନା ସାମୁଦ୍ରିକ ଝଡ଼ର ଗତିପଥ ନିର୍ଦ୍ଧାରଣ କରି ବିଶେଷ ଖ୍ୟାତି ହାସଲ କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ...

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ...

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ...

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri