Posted inଜାତୀୟ

ମୃତ୍ୟୁଞ୍ଜୟ ମହାପାତ୍ର ହେଲେ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ:୨୦୨୨ ଅଗଷ୍ଟ ୧୫ ସୁଦ୍ଧା ଦେଶର ସମସ୍ତ ଅଞ୍ଚଳ ହେବ ରାଡାର ପରିସରଭୁକ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ ଭାବେ ଡ. ମୃତ୍ୟୁଞ୍ଜୟ ମହାପାତ୍ର ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଆସନ୍ତା ୫ ବର୍ଷ ପାଇଁ ସେ ଏହି ପଦବୀରେ କାର୍ଯ୍ୟ କରିବେ। ଦାୟିତ୍ୱଗ୍ରହଣ କରି ସେ କହିଛନ୍ତି ଯେ, ୨୦୨୨ ଅଗଷ୍ଟ ୧୫ ସୁଦ୍ଧା ଦେଶର ସମସ୍ତ ଅଞ୍ଚଳକୁ ରାଡାର ପରିସରଭୁକ୍ତ କରାଯିବ। ଏହାଦ୍ୱାରା ପାଣିପାଗ ବିଷୟରେ ଠିକ ତଥ୍ୟ ମିଳିପାରିବ। ଏବେ ଓଡ଼ିଶାର ଗୋପାଳପୁର ଓ ପାରାଦ୍ୱୀପରେ ଡପଲର ରାଡାର ଲଗାଯାଇଛି। ଆଗାମୀ ଦିନରେ ସମ୍ବଲପୁରରେ ଏଭଳି ରାଡାର ଲଗାଯିବାର ଯୋଜନା ରହିଛି। ବାଲେଶ୍ୱରରେ ଡିଆର୍‌ଡିଓ ଦ୍ୱାରା ରାଡାର ନ ଲଗାଗଲେ ପାଣିପାଗ ବିଭାଗ ଏହାକୁ ଲଗାଇବ ବୋଲି ସେ ସୂଚନା ଦେଇଛନ୍ତି। ସେ ଓଡ଼ିଶାର ଭଦ୍ରକ ଜିଲାର ଚାନ୍ଦବାଲିର ବାସିନ୍ଦା। ୧୯୬୫ ଅଗଷ୍ଟ ୧୨ରେ ସେ ଜନ୍ମଗ୍ରହଣ କରିଥିଲେ। ପଦାର୍ଥ ବିଜ୍ଞାନରେ ପିଜି ଡିଗ୍ରୀ ଏବଂ ପରେ ପିଏଚ୍‌ଡି ଡିଗ୍ରୀ ହାସଲ କରି ସେ ଚାନ୍ଦିପୁର ଡିଆର୍‌ଡିଓରେ ଯୋଗଦେଇଥିଲେ। ସେ ସଫଳତାର ସହିତ ଫାଇଲିନ୍‌,ତିତ୍‌ଲି, ହୁଡ୍‌ହୁଡ୍‌ ଏବଂ ଲୁବ୍‌ନା ସାମୁଦ୍ରିକ ଝଡ଼ର ଗତିପଥ ନିର୍ଦ୍ଧାରଣ କରି ବିଶେଷ ଖ୍ୟାତି ହାସଲ କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?