ନୂଆଦିଲ୍ଳୀ୩।୫(ପି.ଟି.): କୋଭିଡ-୧୯ ମହାମାରୀ କାରଣରୁ ବନ୍ଦ କରାଯାଇଥିବା ଜାତୀୟ ପ୍ରଶିକ୍ଷଣ ଶିବିରକୁ ପୁଣି ଆରମ୍ଭ କରିବାକୁ ଯୋଜନା ରହିଛି ବୋଲି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି। କରୋନା ଭାଇରସ କାରଣରୁ ସାରା ଦେଶରେ ମେ ୧୭ ତାରିଖ ପର୍ଯ୍ୟନ୍ତ ଲକ୍ଡାଉନ ଜାରି ରହିଛି। ଫଳରେ ସ୍ପୋଟର୍ସ ଅଥରିଟି ଅଫ୍ ଇଣ୍ଡିଆ (ସାଇ)ରେ ଟ୍ରେନିଂ କ୍ୟାମ୍ପଗୁଡିକୁ ସ୍ଥଗିତ ରଖାଯାଇଥିଲା। ପୂର୍ବରୁ ଲକ୍ଡାଉନ ମେ ୩ ତାରିକରେ ଶେଷ ହେବାର କାର୍ଯ୍ୟକ୍ରମ ରହିଥିଲା।
ଜାତୀୟ କ୍ୟାମ୍ପଗୁଡିକ ପର୍ଯ୍ୟାୟକ୍ରମେ ଆରମ୍ଭ କରାଯିବ। ପ୍ରଥମେ ନ୍ୟାଶନାଲ ଇନ୍ଷ୍ଟିଚ୍ୟୁଟ ଅଫ୍ ସ୍ପୋଟର୍ସ (ଏନ୍ଆଇଏସ୍) ପଟିଆଲା ଓ ବେଙ୍ଗାଲୁରୁ ସ୍ଥିତ ସାଇରେ ଟ୍ରେନିଂ ଆରମ୍ଭ ହେବ। ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବାକୁଥିବା ଆଥଲେଟମାନେ ଏହି ଟ୍ରେନିଂରେ ଅଂଶଗ୍ରହଣ କରିବେ। ବେଙ୍ଗାଲୁରୁ ସାଇରେ ଆଥଲେଟମାନେ ଏବେ ରହୁଛନ୍ତି। ତେଣୁ ଚଳିତ ମାସେ ଶେଷ ଆଡକୁ ବେଙ୍ଗାଲୁରୁ ଓ ପାଟିଆଲରେ ଟ୍ରେନିଂ ଆରମ୍ଭ ହେବ ବୋଲି ଏଫ୍ଆଇସିସିଆଇର ଓ୍ବେବିନାର ‘କରୋନ ଆଣ୍ଡ ସ୍ପୋଟର୍ସ’ ନାମକ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରିଜିଜୁ ଏହି କଥା କହିଛନ୍ତି। ଅଲିମ୍ପିକ୍ସ ଖେଳିବାକୁ ଯୋଗ୍ୟତା ହାସଲ କରିଥିବା କିମ୍ବା ଅଲିମ୍ପିକ୍ସ କ୍ୱଲିଫାୟରରେ ଅଂଶଗ୍ରହଣ କରିବାକୁ ଥିବା ଆଥଲେଟମାନେ ଏହି କ୍ୟାମ୍ପରେ ଯୋଗ ଦେବେ। ଉଲ୍ଲେଖଥାଉ କି, କୋଭିଡ-୧୯ ସଂକ୍ରମଣ କାରଣରୁ ଜାତୀୟ କ୍ୟାମ୍ପଗୁଡିକ ମାର୍ଚ୍ଚମାସ ମଧ୍ୟ ଭାଗରେ ବାତିଲ କରାଯାଇଥିଲା। କରୋନା ଭାଇରସ ଏକ ବାସ୍ତବିକତାରେ ପରିଣତ ହୋଇଛି। ଏହି ସମସ୍ୟା ଏତେ ଶୀଘ୍ର ଯିବାଭଳି ଲାଗୁ ନାହିଁ। ଆମକୁ ଏହା ସହିତ ବଞ୍ଚିବାକୁ ପଡିବ ବୋଲି ରିଜିଜୁ ସ୍ପଷ୍ଟ କରିଛନ୍ତି।
ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’
ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…
କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ
ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…
ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…
କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…
ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ
କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍, ଟ୍ରକ୍ ଏବଂ ପିକ୍ଅପ୍ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…
ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି
ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…
ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ
ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…
ବାହାରେ ବୁଲିବା ପଡ଼ିଲା ମହଙ୍ଗା
ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…
ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ
ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍ସିବି) ବିପକ୍ଷ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ (ଆର୍ଆର୍) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…
Archives

