ମେଗା ରକ୍ତଦାନ ଶିବିର: ୬୪ୟୁନିଟ ରକ୍ତ ସଂଗ୍ରହ

ଟିଟିଲାଗଡ଼, ୨୬।୪ (ଡି.ଏନ.ଏ.): କୁବେର ସମାଜ ଟିଟିଲାଗଡ ପକ୍ଷରୁ ସ୍ଥାନୀୟ ରାମମନ୍ଦିର ନିକଟରେ ଏକ ମେଗା ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଶିବିରରେ ମୋଟ ୧୫ ମହିଳାଙ୍କ ସମେତ ୬୪ ଜଣ ସ୍ବେଚ୍ଛାସେବୀ ରକ୍ତଦାନ କରିଛନ୍ତି। ଛତିଶଗଡ ପଶ୍ଚିମ ଓଡିଶା କୁବେର ସମାଜ ସଭାପତି ରାମହରି ସାହୁ, ଟିଟିଲାଗଡ ସଭାପତି ବଂଶୀଧର ସାହୁ, ସମ୍ପାଦକ ଅନନ୍ତ ସାହୁ, ଉପସଭାପତି କୃଷ୍ଣଚନ୍ଦ୍ର ସାହୁ, ଯୁଗ୍ମ ସମ୍ପାଦକ ନୀଳମଣୀ ସାହୁ ପ୍ରମୁଖଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ମେଗା ଶିବିରକୁ ରାଜ୍ୟ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ ଉଦ୍‌ଘାଟନ କରିଥିଲେ। ଟିଟିଲାଗଡ ଉପଖଣ୍ଡ ସ୍ବାସ୍ଥ୍ୟ ଅଧିକାରୀ ଡା. ସୁଜାତାରାଣୀ ମିଶ୍ର, ଡା. କୃଷ୍ଣଚନ୍ଦ୍ର ପାଲ, ଟିଟିଲାଗଡ ରେଡକ୍ରସ ରକ୍ତ ଭଣ୍ଡାର ବିଶେଷଜ୍ଞ ଗଜେନ୍ଦ୍ରନାଥ ରାଉତ, ଦିନେଶ ମଚ୍ଛଖଣ୍ଡ ପ୍ରମୁଖ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ସମାଜର ଯୁବମୋର୍ଚ୍ଚା ସମ୍ପାଦକ ସୋମନାଥ ସାହୁ, ମାନସ ସାହୁ, ମନୋଜ ପୃଷ୍ଟି, ବିଶ୍ୱନାଥ ସାହୁ, ମନୋଜ ସାହୁ, ମନୋରଞ୍ଜନ ସାହୁ ଏଥିରେ ସହାୟତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri