ମେଡିକାଲ ଅଞ୍ଚଳରେ ବୁଲୁଛନ୍ତି ପିଲାଚୋର

କୋରାପୁଟ,୧୮।୪(ସ୍ବ.ପ୍ର.): କୋରାପୁଟ ମେଡିକାଲ କଲେଜକୁ ଚିକିତ୍ସା ପାଇଁ ଆସିଥିବା ଜଣେ ରୋଗୀଙ୍କ ୧୧ ବର୍ଷର ଝିଅ ହଠାତ୍‌ ନିଖୋଜ ହେବା ସହ ପରଦିନ ଉଦ୍ଧାର ହୋଇଥିଲା। ତାଙ୍କୁ ନେଇଯାଇଥିବା ଅଭିଯୁକ୍ତ ଜଣଙ୍କୁ ମଙ୍ଗଳବାର ସହରବାସୀ କାବୁକରି ଟାଉନଥାନା ଜିମା ଦେଇଛନ୍ତି। ଅଭିଯୁକ୍ତଙ୍କ ଘର ଗୁଣପୁର ଅଞ୍ଚଳ। ଛୋଟ ପିଲାଙ୍କୁ ଚୋରି କରି ବାହାରେ ବିକ୍ରି କରିବା ରାକେଟରେ ସମ୍ପୃକ୍ତି ରହିଥିବା ସନ୍ଦେହ କରି ଅଟକ ବ୍ୟକ୍ତିଙ୍କୁ ଜେରା କରୁଛି ପୋଲିସ।
ସୂଚନା ଅନୁଯାୟୀ, ଗତ ୧୧ ତାରିଖରେ କୋରାପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସପିଟାଲର କର୍କଟ ରୋଗ ବିଭାଗରୁ ଜଣେ ନାବାଳିକା ନିଖୋଜ ହୋଇଥିବା ନେଇ ତାଙ୍କ ବାପା ଯୋଗେନ୍ଦ୍ର ଟାକ୍ରୀ ଟାଉନ ଥାନାରେ ଏତଲା ଦେଇଥିଲେ। ସେହିଦିନ ବାପା ସୁବାସ ଖରା ହସପିଟାଲରେ ଭର୍ତ୍ତି ହୋଇଥିବା ଯୋଗୁଁ ଯୋଗେନ୍ଦ୍ର ଓ ତାଙ୍କ ଝିଅ ସେଠାରେ ଥିଲେ। ଏହି ସମୟରେ ଜଣେ ବ୍ୟକ୍ତି ସେହି ବିଭାଗକୁ ଆସି ମୋବାଇଲ ଚାର୍ଜ କରିବା ଆଳରେ ‘ବେହେରା ଡାକ୍ତର ମେଡିସିନ ଲେଖିଛନ୍ତି, ଚାଲ ନେଇକି ଆସିବା’ ବୋଲି କହି ନାବାଳିକା ଜଣଙ୍କୁ ନେଇଯାଇଥିବା ଯୋଗେନ୍ଦ୍ରଙ୍କ ସ୍ତ୍ରୀ ମଙ୍ଗଳଦେଇ ଖରା କହଛନ୍ତି। ପରେ ଝିଅକୁ ଖୋଜାଖୋଜି କରିବା ପରେ ନ ମିଳିବାରୁ ଯୋଗେନ୍ଦ୍ର ଟାଉନ ଥାନାରେ ଏତଲା ଦେଇଥିଲେ। ତେବେ ୧୨ ତାରିଖ ସକାଳେ କୋରାପୁଟ ଷ୍ଟେସନରୁ ତାଙ୍କ ନାବାଳିକା କନ୍ୟା ଉଦ୍ଧାର ହୋଇଥିଲା। ନାବାଳିକାଙ୍କଠାରୁ ଘଟଣା ସଂପର୍କରେ ସବୁ ଶୁଣିବା ପରେ ଉକ୍ତ ବ୍ୟକ୍ତି ଜଣଙ୍କ କେଉଁ ଉଦ୍ଦେଶ୍ୟରେ ତାଙ୍କୁ ନେଇଥିଲା, ତାହାର ତଦନ୍ତ ଚଳାଇଥିଲା ପୋଲିସ। ମଙ୍ଗଳବାର ବିଳମ୍ବିତ ରାତିରେ ନାବାଳିକାଙ୍କୁ ନେଇଥିବା ବ୍ୟକ୍ତି ଜଣକ କୋରାପୁଟ ମେଡିକାଲ ଅଞ୍ଚଳରେ ବୁଲୁଥିବା ଜଣାପଡ଼ିବା ପରେ ସ୍ଥାନୀୟ ଯୁବକଙ୍କ ସହାୟତାରେ ତାଙ୍କୁ କାବୁକରି ମାଡ଼ ମରାଯାଇଥିଲା। ଏହାପରେ ତାଙ୍କୁ ପୋଲିସ ଜିମା ଦିଆଯାଇଥିଲା। ପୋଲିସ ଉକ୍ତ ବ୍ୟକ୍ତି ଜଣଙ୍କୁ ଅଟକ ରଖି ଜେରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ଟ୍ରିବ୍ୟୁନାଲ ରାୟ ପରେ ବଂଶଧାରା ନଦୀରେ ବନ୍ଧ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜଲା ଅନ୍ତର୍ଗତ ଚିରସ୍ରୋତା ପୁଣ୍ୟତୋୟା ବଂଶଧାରା ନଦୀ ଉପର ମୁଣ୍ଡରେ ଜଳ ଆନିକଟ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଦାବି ଉଠିଛି  ।ଏ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ସରିଲା ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ: ବରିଷ୍ଠ ଆଇନଜୀବୀ ବ୍ରଜସୁନ୍ଦର ସଭାପତି, ସମ୍ପାଦକ ହେଲେ…

ରାୟଗଡ଼ା,୨୮।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି । ଏଥିରେ ବରିଷ୍ଠ ଆଇନଜୀବୀ ବ୍ରଜ ସୁନ୍ଦର ନାୟକ ୧୦୬ଖଣ୍ଡ…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri