ମେଡିକାଲ କର୍ତ୍ତୃପକ୍ଷଙ୍କ କାର୍ଯ୍ୟକୁ ନେଇ ଅସନ୍ତୋଷ

ଫୁଲବାଣୀ ଅଫିସ, ୧ା୬-ବିଶ୍ୱ ତମାଖୁ ବର୍ଜନ ଦିବସ ଅବସରରେ ମେଡିକାଲ କର୍ତ୍ତୃପକ୍ଷଙ୍କ କାର୍ଯ୍ୟକୁ ନେଇ ସାଧାରଣରେ ଅସନ୍ତୋଷ ସୃଷ୍ଟି ହୋଇଛି। ଜିଲା ମୁଖ୍ୟ ଚିକିତ୍ସାଳୟର ସମ୍ମିଳନୀ କକ୍ଷରେ ଏକ ସଚେତନତା ସଭାରେ କେବଳ ଏଏନ୍‌ଏମ୍‌ ଓ ଜିଏନଏମ ଛାତ୍ରୀମାନଙ୍କୁ ସଚେତନ କରାଯାଇଛି। ତମାଖୁର ଭୟାବହତା ବିଷୟରେ ସାଧାରଣ ଲୋକଙ୍କୁ ଅବଗତ କରିବା କଥା। ସେମାନଙ୍କୁ ତମାଖୁ ସେବନର ଅପକାରିତା ସମ୍ପର୍କରେ ସଚେତନ କରାଇବା ଦିବସର ମୂଳ ଉଦ୍ଦେଶ୍ୟ ହୋଇଥିବା ବେଳେ ସ୍ବାସ୍ଥ୍ୟ ବିଭାଗର ଏପରି କାର୍ଯ୍ୟ ଖାଲି ସରକାରଙ୍କ ଅର୍ଥକୁ ଆତ୍ମସାତ କରିବା ଭଳି ହୋଇଛି। ଏହାକୁ ନେଇ ଜିଲାର ବୁଦ୍ଧିଜୀବୀମାନେ ପ୍ରଶ୍ନ ଉଠାଯାଇଛି। କେବଳ ଏତିକି ନୁହେଁ ଡେଙ୍ଗୁ ସଚେତନତା, ସ୍ତନ୍ୟପାନ ସଚେତନତା ଭଳି ସମସ୍ତ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସଚେତନତା ଦିବସ ସାର୍ବଜନିନ ଭାବରେ ପାଳନ କରାଯାଉ ନାହିଁ। ସେହିପରି ଜିଲାରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସ୍ତରରେ ମଧ୍ୟ ଏହିଭଳି କାଯର୍‌ୟକ୍ରମକୁ ନିନ୍ଦା କରାଯାଇଛି।
ଅପରପକ୍ଷେ ଫୁଲବାଣୀରେ ୟୁଥ ଅଫ୍‌ କନ୍ଧମାଳ ପକ୍ଷରୁ ଏହି ଦିବସ ପାଳନ କରାଯାଇଛି। ଯୁବକମାନଙ୍କ ତରଫରୁ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏଥିରେ ଅଂଶୁମାନ ପ୍ରିୟଦର୍ଶନ, ବାଳକୃଷ୍ଣ ପଣ୍ଡା, ରୋହନ ପ୍ରିତ, ଅଂଶୁମାନ ନାୟକ, ଅସୀମ କୁମାର ନାୟକ, ସୁରଜ କୁମାର ବେହେରା, ଆଦିତ୍ୟ ପ୍ରଧାନ, ଗୌତମ ହଂସ, ଆଲୋକ ସାହୁ, ଦେବାଶିଶ ପଟ୍ଟନାୟକ, ଏମ.ଡି.ସଦାମ ହୁସେନ୍‌ ପ୍ରମୁଖ ସାମିଲ ହୋଇ ତମାଖୁ ବର୍ଜନ ଉପରେ ଲୋକଙ୍କୁ ସଚେତନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri