ମେଡିକାଲ କଲେଜ ସ୍ଥାପନ ଦାବି ତେଜୁଛି :୧୧ରେ ନୂଆପଡା ବନ୍ଦ ଡାକରା

ନୂଆପଡା ଅଫିସ,୧୦ା୯
ନୂଆପଡା ରାଜ୍ୟର ଏକ ଉପାନ୍ତ ଜିଲା । ଏଠାରେ ଶିକ୍ଷା, ସ୍ବାସ୍ଥ୍ୟ ଭଳି ମୌଳିକ ସୁବିଧା ଲୋକଙ୍କୁ ଉପଲବ୍ଧ ହୋଇପାରୁନାହିଁ । ବିଭିନ୍ନ ସମୟରେ ଲୋକେ ଦାବି କରୁଥିଲେ ମଧ୍ୟ ଏଠାରେ ଶିକ୍ଷା, ସ୍ବାସ୍ଥ୍ୟ ବିକାଶ ଦିଗରେ ଉପଯୁକ୍ତ ଧ୍ୟାନ ଦିଆଯାଇ ପାରୁନାହିଁ । ଏହାକୁ ନେଇ ଏଠାରେ ଜନ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି । ବର୍ତ୍ତମାନ କେନ୍ଦ୍ର ସରକାର ଦେଶ ବ୍ୟାପି ମେଡିକାଲ କଲେଜ ସ୍ଥାପନ ସକାଶେ ଘୋଷଣା କରୁଥିବାବେଳେ ନୂଆପଡା ଭଳି ଜିଲା ହେଡକ୍ୱାର୍ଟରରେ ଏହା କାହିଁିକି ଅବସ୍ଥାପିତ କରାଯିବ ନାହିଁ ବୋଲି ଯୁକ୍ତି କରି ଏଠାରେ ଆନ୍ଦୋଳନ କରିବାକୁ ସଜବାଜ ଚାଲିଛି । ଏଠିକାର ଜିଲା ଓକିଲ ସଂଘ ଆହ୍ବାନରେ ଆନ୍ଦୋଳନ କରି ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ପ୍ରସ୍ତୁତି ଚାଲିଛି । ଏହି କ୍ରମରେ ବୁଧବାର ନୂଆପଡା ବନ୍ଦ କରି ପ୍ରତିବାଦ କରିବାକୁ ଘୋଷଣା କରାଯାଇଛି ।
ସୋମବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ପରିସରରେ ଜିଲା ଓକିଲ ସଂଘ ସଭାପତି ପ୍ରସନ୍ନ କୁମାର ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସ୍ଥାନୀୟ ବିଧାୟକ ରାଜେନ୍ଦ୍ର ପ୍ରସାଦ ଢୋଲକିଆ, ସିଭିଲ ବାର ଆସୋସିଏଶନ ସଭାପତି ଘାସିରାମ ମାଝି, ମର୍ଚ୍ଚାଣ୍ଟ ଆସୋସିଏଶନ ସଭାପତି ସରୋଜ କୁମାର ସାହୁ, ଅଶ୍ୱିନୀ କୁମାର ବାଗ, ପିଣ୍ଟୁ ପାଣିଗ୍ରାହୀ ପ୍ରମୁଖ ମଞ୍ଚାସୀନ ଥିଲେ । ଏଥିରେ ନୂଆପଡା ଏବଂ ଖରିଆରରୋଡ ସହରରୁ ବିଭିନ୍ନ ବର୍ଗରୁ ବରିଷ୍ଠ କର୍ମକର୍ତ୍ତା ଯୋଗଦେଇଥିଲେ। ସମସ୍ତ ସଦସ୍ୟଙ୍କଠାରୁ ମତାମତ ସଂଗ୍ରହ କରାଯାଇଥିଲା। ନୂଆପଡାରେ ଦିନକୁ ଦିନ ସ୍ବାସ୍ଥ୍ୟ ସମସ୍ୟା ସଙ୍ଗୀନ ହୋଇପଡୁଛି । ଲୋକେ ବାଧ୍ୟ ହୋଇ ସୁଦୂର ଛତିଶଗଡର ରାୟପୁରକୁ ଯାଇ ଖର୍ଚ୍ଚାନ୍ତ ହେଉଛନ୍ତି। ଏଠାରେ ମେଡିକାଲ କଲେଜ ସ୍ଥାପନ ସକାଶେ ସମସ୍ତ ପ୍ରକାର ଭିତ୍ତିଭୂମି ରହିଛି। ନିବନିର୍ମିତ ସାତ ତାଲା ବିଲଡିଂ ରହିଛି। ଲୋକଙ୍କ ଦାବିକୁ ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ଗ୍ରହଣ କରି ମଞ୍ଜୁରୀ ଦେବା ଆବଶ୍ୟକ। ଏଥିପାଇଁ ଦରକାର ହେଲେ ଗା୍ରମ୍ୟସ୍ତରରୁ ଜିଲା ପର୍ଯ୍ୟନ୍ତ ଆନ୍ଦୋଳନକୁ ସୁଦୂର ପ୍ରସାରୀ କରିବାକୁ ପଡିବ ବୋଲି ବକ୍ତାମାନେ ମତ ଦେଇଥିଲେ । ଆଗାମୀ ଦିନରେ ଏକ ପ୍ରତିନିଧିଦଳ ରାଜ୍ୟ ରାଜଧାନୀ ଏବଂ ଦିଲ୍ଲୀ ଯାଇ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବେ । ବର୍ତ୍ତମାନ ସରକାର ଦେଶ ବ୍ୟାପି ମେଡିକାଲ କଲେଜ ସ୍ଥାପନ ପାଇଁ ଘୋଷଣା କରିଛନ୍ତି । ଏଥିରେ ନୂଆପଡାକୁ ତାଲିକାଭୁକ୍ତ କରିବାକୁ ଜିଲାବାସୀ ଦାବି କରୁଛନ୍ତି । ଏଥିପାଇଁ ଆସନ୍ତା ୧୧ ତାରିଖ ଅର୍ଥାତ ବୁଧବାର ନୂଆପଡା ଏବଂ ଖରିଆରରୋଡ ସହର ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି । ଜିଲାପାଳଙ୍କ ଜରିଆରେ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କୁ ଦାବି ଜଣାଇବେ । ଏଥିରେ ଯାନବାହନ, ଦୋକାନ ବଜାର, ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ ବନ୍ଦ କରାଯିବ । ଏଥିପାଇଁ ସାଧାରଣ ଲୋକ ଆଗକୁ ଆସି ସମର୍ଥନ କରିବାକୁ ଆହ୍ବାନ ଦିଆଯାଇଛି । ସଭାରେ ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ଆଇନଜୀବୀ ଶ୍ୱେତରାମ ଦେୱାଙ୍ଗନ, ହାଲ୍ଲା ସିଂ, ଟିଟୁ ପଣ୍ଡା, ସୁଧୀର କୁମାର ମିଶ୍ର, ଅବନୀ ଯୋଷୀ, ରବୀନ୍ଦ୍ର ମଙ୍ଗରାଜ, ବିଭୂତି ଭୂଷଣ ପାଣିଗ୍ରାହୀ, ସୁରେଶ କୁମାର ଅଗ୍ରୱାଲ ପ୍ରମୁଖ ବିଭିନ୍ନ ପ୍ରସ୍ତାବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri