ମେଡିକାଲର ୩ଶହ କର୍ମଚାରୀ ନେଲେ ତାଲିମ: ପଢ଼ିଲେ ଅଗ୍ନି ନିରାପତ୍ତା ପାଠ

ଅନୁଗୋଳ ଅଫିସ, ୧୫।୯ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ କର୍ମଚାରୀଙ୍କୁ ଶନିବାର ଅଗ୍ନି ନିରାପତ୍ତା ପାଠ ପଢ଼ାଯାଇଛି। କୌଣସି ସ୍ଥାନରେ ଅଗ୍ନି ସଂଯୋଗ ହେଲେ କିପରି ତୁରନ୍ତ ରୋକାଯାଇ ପାରିବ ସେ ସମ୍ପର୍କରେ ସକାଳ ୯ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ଏହି ପାଠ ପଢ଼ାଯାଇଥିଲା। ଜିଲା ମୁଖ୍ୟ ଚିକିତ୍ସାଳୟ ୫ ମହଲା ଅଟ୍ଟାଳିକା ନିକଟରେ ୩ଶହ କର୍ମଚାରୀଙ୍କୁ ଏହି ତାଲିମ ପ୍ରଦାନ କରାଯାଇଥିଲା। ଅନୁଗୋଳ ଅଗ୍ନିଶମ ଅଧିକାରୀ ସର୍ବେଶ୍ୱର ବରାଳଙ୍କ ସମେତ ଅନ୍ୟମାନେ ମେଡିକାଲ ପରିସରରେ ମକ୍‌୍‌ ଡ୍ରିଲ କରି ଅଗ୍ନି ନିରାପତ୍ତା ସମ୍ପର୍କରେ କର୍ମଚାରୀଙ୍କୁ ଅବଗତ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ଏଡିଏମ୍‌ଓ ମେଡିକାଲ ଲକ୍ଷ୍ମୀନାରାୟଣ ବିଶୋଇଙ୍କ ସହ ମ୍ୟାନେଜର ଉପସ୍ଥିତ ଥିଲେ।
ମେଡିକାଲ କାନ୍ଥରେ ଝୁଲୁଥିବା ଅଗ୍ନି ନିରାପତ୍ତା ସିଲିଣ୍ଡରକୁ କିପରି ବ୍ୟବହାର କରାଯିବ ସେ ନେଇ କର୍ମଚାରୀଙ୍କୁ ଅଗ୍ନିଶମ ବିଭାଗ ପକ୍ଷରୁ ବୁଝାଯାଇଥିଲା। ସେହିପରି ବିଦ୍ୟୁତ୍‌ ଶଟସର୍କିଟକୁ କିପରି ଆୟତ୍ତ କରାଯିବ ଓ ଲୋକଙ୍କୁ ସୁରକ୍ଷିତ ରଖାଯିବ ସେ ସମ୍ପର୍କରେ ତାଲିମ ଦିଆଯାଇଥିଲା। ମେଡିକାଲ କର୍ମଚାରୀ, ନର୍ସ, ସୁରକ୍ଷା କର୍ମଚାରୀ ଓ ଅନ୍ୟମାନେ ଏହି ତାଲିମ ନେଇଥିଲେ। ଅଗ୍ନିଶମ ଅଧିକାରୀ ବରାଳଙ୍କ ସମେତ ରବୀନ୍ଦ୍ର କୁମାର ନାୟକ, ରାଜେନ୍ଦ୍ର କୁମାର ଦେଓ, କ୍ଷୀରୋଦ ପ୍ରସାଦ ସାହୁ, ରଶ୍ମିରଞ୍ଜନ ଲେଙ୍କାଙ୍କ ସହ ଅନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ ଯେ, ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଦ୍ୟାବଧି ଅଗ୍ନି ନିରାପତ୍ତା ନେଇ ସମ୍ପୂର୍ଣ୍ଣ ବ୍ୟବସ୍ଥା କରାଯାଇନାହିଁ। ୨୦୧୬ ପୂର୍ବରୁ ମିଳିଥିବା ପ୍ରମାଣପତ୍ରକୁ ଧରି କର୍ତ୍ତୃପକ୍ଷ ଚିକିତ୍ସାଳୟ ପରିଚାଳନା କରୁଛନ୍ତି। ତେବେ ୨୦୧୭ ନଭେମ୍ବରରୁ ନୂଆ ନିୟମ ଆସିଥିଲେ ମଧ୍ୟ କର୍ତ୍ତୃପକ୍ଷ ଅଗ୍ନିନିରାପତ୍ତା ପାଇଁ ଆବେଦନ କରିନାହାନ୍ତି। ଏ ନେଇ ଅଗ୍ନିଶମ ଅଧିକାରୀ ଏଡିଏମ୍‌ଓ ମେଡିକାଲ ବିଶୋଇଙ୍କୁ ଜଣାଇବା ସହ ତୁରନ୍ତ ଫର୍ମ ୩ରେ ଆବେଦନ କରିବାକୁ ପରାମର୍ଶ ଦେଇଥିଲେ। ଆସନ୍ତା ୪ ଦିନ ମଧ୍ୟରେ ମେଡିକାଲର ଅଗ୍ନି ନିରାପତ୍ତା ପାଇଁ ଆବେଦନ କରାଯିବ ବୋଲି ଏଡିଏମ୍‌ଓ ମେଡିକାଲ ବିଶୋଇ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri