Posted inଜାତୀୟ

ମେଣ୍ଟର ଶେଷ ଉଦ୍ୟମ ବିଫଳ

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୨୨ା୭: କର୍ନାଟକ ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ବିଧାନସଭାରେ ସୋମବାର ଆସ୍ଥାଭୋଟ ହେବାକୁ ଥିବାବେଳେ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌)-କଂଗ୍ରେସ ମେଣ୍ଟ ସରକାର ବଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀଙ୍କ ଶେଷ ଉଦ୍ୟମ ବିଫଳ ହୋଇଛି। କୁମାରସ୍ବାମୀ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବା ପାଇଁ ପ୍ରସ୍ତୁତ। ତେଣୁ କଂଗ୍ରେସର ୩ ଜଣ ନେତାଙ୍କ ମଧ୍ୟରୁ ଜଣକୁ ମୁଖ୍ୟମନ୍ତ୍ରୀ ଭାବେ ବାଛିବା ପାଇଁ ଶାସକ ମେଣ୍ଟ ପକ୍ଷରୁ ୧୫ ବିଦ୍ରୋହୀ ବିଧାୟକଙ୍କୁ ପ୍ରସ୍ତାବ ଦିଆଯାଇଥିଲା। ଏହାସହ ଆସ୍ଥାଭୋଟରେ ସାମିଲ ହୋଇ ସରକାର ସପକ୍ଷରେ ଭୋଟ ଦେବାକୁ ଅନୁରୋଧ କରାଯାଇଥିଲା। ହେଲେ ଇସ୍ତଫା ପ୍ରତ୍ୟାହାର କରିବା କିମ୍ବା ପଛଘୁଞ୍ଚା ଦେବାର ପ୍ରଶ୍ନ ଉଠୁନାହିଁ ବୋଲି ବିଦ୍ରୋହୀ ବିଧାୟକମାନେ ଏହାକୁ ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ଫଳରେ ୧୪ ମାସିଆ ସରକାରର ପତନ ପରେ ଭାଜପା ନେତା ବି.ଏସ୍‌. ୟେଦୁରପ୍ପାଙ୍କ ପୁନର୍ବାର ମୁଖ୍ୟମନ୍ତ୍ରୀ ହେବା ପଥ ଏକପ୍ରକାର ପରିଷ୍କାର ହୋଇଯାଇଛି।
୨୦୧୮ ମେ’ରେ ଏଚ୍‌.ଡି. କୁମାରସ୍ବାମୀଙ୍କ ନେତୃତ୍ୱରେ ଜେଡିଏସ୍‌-କଂଗ୍ରେସ ମେଣ୍ଟ ସରକାର ଗଠନ ହେବା ପରଠୁ ସବୁକିଛି ଠିକ୍‌ରେ ଚାଲୁନାହିଁ। ନିକଟରେ ମେଣ୍ଟର ୧୫ ଅସନ୍ତୁଷ୍ଟ ବିଧାୟକ ଇସ୍ତଫା ଦେଇଥିଲେ। ଏହାସହ ୨ ସ୍ବାଧୀନ ବିଧାୟକ ଆର୍‌. ଶଙ୍କର ଏବଂ ଏଚ୍‌. ନାଗେଶ ସରକାରରୁ ସମର୍ଥନ ପ୍ରତ୍ୟାହାର କରି ଭାଜପା ଆଡ଼କୁ ଢ଼ଳିଥିଲେ। ଫଳରେ କର୍ନାଟକରେ ରାଜନୈତିକ ସଙ୍କଟ ସୃଷ୍ଟି ହୋଇଛି। ରାଜ୍ୟପାଳ ଭଜୁଭାଇ ଭାଲା ଶୁକ୍ରବାର ସନ୍ଧ୍ୟା ୬ଟା ସୁଦ୍ଧା ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବା ପାଇଁ କୁମାରସ୍ବାମୀଙ୍କୁ ଗୁରୁବାର ନିର୍ଦ୍ଦେଶ ଦେଇଥିଲେ। ହେଲେ ହଟ୍ଟଗୋଳ ଓ ଅଚଳାବସ୍ଥାର ଆଳ ଦେଖାଇ ବାଚସ୍ପତି କେ.ଆର. ରମେଶ କୁମାର ସୋମବାର ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ। ସୋମବାର ଆସ୍ଥାଭୋଟ ହେବାକୁ ଥିବାବେଳେ ଏହାର ଅବ୍ୟବହିତ ପୂର୍ବରୁ ବିଦ୍ରୋହୀ ବିଧାୟକମାନଙ୍କୁ ଫେରାଇ ଆଣିବା ପାଇଁ ଶାସକ ମେଣ୍ଟ ପକ୍ଷରୁ ଜୋର୍‌ଦାର ଉଦ୍ୟମ ହୋଇଥିଲା। ମୁମ୍ବାଇର ଏକ ହୋଟେଲରେ ଥିବା ୧୫ ବିଧାୟକ ବିଧାନସଭାକୁ ଫେରିଆସନ୍ତୁ। ସେମାନଙ୍କ ସବୁ ସମସ୍ୟା ସମଧାନ କରିବାକୁ ପ୍ରସ୍ତୁତ ବୋଲି କୁମାରସ୍ବାମୀ ଟୁଇଟର୍‌ରେ ଆବେଗପୂର୍ଣ୍ଣ ଅନୁରୋଧ କରିଥିଲେ। ସେହିପରି କଂଗ୍ରେସ ପକ୍ଷରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା, ଉପମୁଖ୍ୟମନ୍ତ୍ରୀ ଜି. ପରମେଶ୍ୱର ଏବଂ ଜଳସମ୍ପଦ ମନ୍ତ୍ରୀ ଡି.କେ. ଶିବକୁମାରଙ୍କ ମଧ୍ୟରୁ ଜଣଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଚୟନ କରିବା ପାଇଁ ମଧ୍ୟ ପ୍ରସ୍ତାବ ଦିଆଯାଇଥିଲା। ହେଲେ ବିଦ୍ରୋହୀ ବିଧାୟକମାନେ ଏହାକୁ ପ୍ରତ୍ୟାଖ୍ୟାନ କରିବା ସହ ନିଜ ଜିଦ୍‌ରେ ଅଟଳ ରହିଛନ୍ତି। କୁମାରସ୍ବାମୀଙ୍କ ସରକାର ଚଳାଇବା ଶୈଳୀ ଏବଂ ତାଙ୍କ ଭାଇ ତଥା ପୂର୍ତ୍ତମନ୍ତ୍ରୀ ଏଚ୍‌.ଡି. ରେବାନ୍ନାଙ୍କ ହସ୍ତକ୍ଷେପ ଯୋଗୁ ଏହି ସଙ୍କଟ ସୃଷ୍ଟି ହୋଇଛି। ଏଥିରେ ସେମାନଙ୍କ ସମ୍ମାନହାନି ହୋଇଛି। ତେଣୁ ମେଣ୍ଟ ସରକାରକୁ ଏକ ଶିକ୍ଷା ଦେବା ପାଇଁ ଆସ୍ଥାଭୋଟ ବେଳେ ଅନୁପସ୍ଥିତ ରହିବେ ବୋଲି ବିଦ୍ରୋହୀ ଗୋଷ୍ଠୀ ସ୍ପଷ୍ଟ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାର କୁମାରସ୍ବାମୀ ସରକାରଙ୍କ ପାଇଁ ଶେଷଦିନ ହେବ ବୋଲି ମୁଖ୍ୟମନ୍ତ୍ରୀ ହେବା ପାଇଁ ଅଣ୍ଟା ଭିଡ଼ୁଥିବା ୟେଦୁରପ୍ପା କହିଛନ୍ତି। ଅନ୍ୟପକ୍ଷରେ ବିଧାନସଭାରେ ଶୁକ୍ରବାର ଅନୁପସ୍ଥିତ ଥିବା ଏକମାତ୍ର ବିଏସ୍‌ପି ବିଧାୟକ ଏନ୍‌. ମହେଶ ସୋମବାର ଗୃହକୁ ଯାଇପାରିବେ ନାହିଁ ବୋଲି କହିଛନ୍ତି। ସେପଟେ ଆସ୍ଥାଭୋଟ ବେଳେ ଉପସ୍ଥିତ ରହି ସରକାର ସପକ୍ଷରେ ଭୋଟ ଦେବା ପାଇଁ ଦଳର ସୁପ୍ରିମୋ ମାୟାବତୀ ମହେଶଙ୍କୁ ନିର୍ଦ୍ଦେଶ ଦେଇଥିବା ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ସେପଟେ ସରକାରରୁ ସମର୍ଥନ ପ୍ରତ୍ୟାହାର କରିଥିବା ଦୁଇ ସ୍ବାଧୀନ ବିଧାୟକ ଶଙ୍କର ଏବଂ ନାଗେଶ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସୋମବାର ଅପରାହ୍ନ ୫ଟା ସୁଦ୍ଧା ଆସ୍ଥାଭୋଟର ସମ୍ମୁଖୀନ ହେବା ଲାଗି କୁମାରସ୍ବାମୀ ସରକାରଙ୍କୁ ଶୀର୍ଷ ଅଦାଲତ ନିର୍ଦ୍ଦେଶ ଦିଅନ୍ତୁ ବୋଲି ଉଭୟେ ଅନୁରୋଧ କରିଛନ୍ତି। ସେମାନଙ୍କ ପିଟିଶନର ଶୁଣାଣି ସୋମବାର ହୋଇପାରେ ବୋଲି ବରିଷ୍ଠ ଆଇନଜୀବୀ ମୁକୁଲ ରୋହତଗୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶୀ

ନୂଆଦିଲ୍ଲୀ,୨୦ା୯ : ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତ୍ରୀ ଆତିଶୀ ଶନିବାର ଅପରାହ୍ନ ୪ଟା ୩୦ ମିନିଟ୍‌ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ...

ତିରୁପତି ଲଡ଼ୁ ବିବାଦ: ସୁପ୍ରିମକୋର୍ଟରେ ମାମଲା

ନୂଆଦିଲ୍ଲୀ,୨୦ା୯: ତିରୁପତି ଲଡ଼ୁ ବିବାଦ ଶୁକ୍ରବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବା ପାଇଁ ଜଣେ ଆଇନଜୀବୀ ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର କରିଛନ୍ତି।...

ମାଓବାଦୀଙ୍କୁ ଅସ୍ତ୍ରତ୍ୟାଗ ପାଇଁ ଶାହାଙ୍କ ଆହ୍ବାନ

ନୂଆଦିଲ୍ଲୀ,୨୦ା୯: ମାଓବାଦୀମାନେ ସେମାନଙ୍କ ଅସ୍ତ୍ରଶସ୍ତ୍ର ତ୍ୟାଗକରି ଆତ୍ମସମର୍ପଣ କରିବା ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶୁକ୍ରବାର ଅପିଲ୍‌ କରିଛନ୍ତି। ସେମାନେ ଯଦି ହିଂସାତ୍ମକ ପନ୍ଥା...

ଘାଟିରେ ଖସିପଡ଼ିଲା ବସ୍‌: ୪ ଯବାନ ମୃତ, ୨୮ଗୁରୁତର

କଶ୍ମୀର,୨୦।୯: କଶ୍ମୀର ବୁଦ୍ଧଗାମ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ବିଏସ୍‌ଏଫ୍‌ ଯବାନଙ୍କୁ ଧରି ଯାଉଥିବା ଏକ ବସ୍‌ ଦୁର୍ଘଟଣା ହୋଇ ଘାଟି...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ହ୍ୟାକ୍‌

ନୂଆଦିଲ୍ଲୀ,୨୦ା୯: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଶୁକ୍ରବାର ହ୍ୟାକ୍‌ ହୋଇଛି। ଆମେରିକୀୟ କମ୍ପାନୀ ରିପଲ୍‌ ଲାବ୍‌ସ ଦ୍ୱାରା ବିକଶିତ କ୍ରିପ୍ଟୋକରେନ୍ସିର ପ୍ରଚାର ପ୍ରସାର କରାଉଥିବା ଭିଡିଓ ଏଥିରେ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri