ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ କ୍ଷେତ୍ର ପରିଦର୍ଶନ, ସମୀକ୍ଷା କଲେ ପର୍ଯ୍ୟଟନ ସଚିବ

କୋଣାର୍କ, ୮ା୧୨(ଡି.ଏନ୍‌.ଏ.)

ଗୁଜରାଟର ରଣ ଉତ୍ସବ ଢାଞ୍ଚାରେ ପ୍ରଥମ ଥର ପାଇଁ କୋଣାର୍କର ଚନ୍ଦ୍ରଭାଗା ସାହୁଖଣତା ବେଳାମାର୍ଗଠାରେ ଆସନ୍ତା ୧୪ରୁ ଆୟୋଜନ ହେବ ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଶନିବାର ପୂର୍ବାହ୍ନରେ ପର୍ଯ୍ୟଟନ ବିଭାଗ ସଚିବ ବିଶାଲ କୁମାର ଦେବ ଉତ୍ସବ ଆୟୋଜନ ହେଉଥିବା କ୍ଷେତ୍ର ପରିଦର୍ଶନ କରିବା ସହ କାର୍ଯ୍ୟଗୁଡ଼ିକର ସମୀକ୍ଷା କରିଥିଲେ।
ପ୍ରାକୃତିକ ପରିବେଶ ଓ ସୌନ୍ଦର୍ଯ୍ୟଭରା ବେଳାଭୂମି କୂଳରେ ଆୟୋଜିତ ହେବାକୁ ଥିବା ଏହି ଉତ୍ସବ ନିମନ୍ତେ ୫୦ଗୋଟି ଟେଣ୍ଟ ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବାବେଳେ ବିଦ୍ୟୁତ୍‌, ପାନୀୟ ଜଳ, ପରିମଳ ଓ ରାସ୍ତା କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ସଚିବ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଆଲୋଚନାକରି ୧୦ତାରିଖ ସୁଦ୍ଧା ସମସ୍ତ କାର୍ଯ୍ୟ ଶେଷକରି ପର୍ଯ୍ୟଟନ ବିଭାଗକୁ ହସ୍ତାନ୍ତର କରିବାକୁ ନିର୍ଦ୍ଦେଶ ଦେଇଥିଲେ। ୧୦୦ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକ ବେଳାଭୂମିରେ ନିର୍ମିତ ତମ୍ବୁରେ ରହିବା ପାଇଁ ଅଗ୍ରିମ ଟିକେଟ କରିଛନ୍ତି। ଏହାର ପ୍ରଚାର ପ୍ରସାର ପାଇଁ ବିଭାଗ ପକ୍ଷରୁ ଜୋର୍‌ଦାର ଉଦ୍ୟମ କରାଯାଉଥିବା ସଚିବ ଗସ୍ତ ଅବସରରେ କହିଛନ୍ତି। ଏହି ଉତ୍ସବ ଆୟୋଜନ ଫଳରେ ପର୍ଯ୍ୟଟନ ଶିଳ୍ପର ଅଭିବୃଦ୍ଧି ହେବା ସହ କୋଣାର୍କକୁ ସବୁଦିନିଆ ପର୍ଯ୍ୟଟନ ସହରରେ ପରିଣତ କରାଯିବ। ଉତ୍ସବର ଅବଧି ଏକମାସ ଥିବାବେଳେ ଏହାକୁ ଆଉ ୧୫ଦିନ ବୃଦ୍ଧି କରାଯାଇଥିବା ସଚିବ କହିଛନ୍ତି। ଏହି ଗସ୍ତ ସମୟରେ ପର୍ଯ୍ୟଟନ ବିଭାଗର ବରିଷ୍ଠ ଅଧିକାରୀ ରତିକାନ୍ତ ପଟ୍ଟନାୟକ, କୋଣାର୍କ ପର୍ଯ୍ୟଟନ ଅଧିକାରୀ ସରୋଜକାନ୍ତ ପ୍ରଧାନ, ପର୍ଯ୍ୟଟନ ବିଭାଗର ପ୍ରକଳ୍ପ ତଦାରଖ ଅଧିକାରୀ ମିତ୍ରଭାନୁ ଚୌଧୁରୀ ଓ ନହର ମହମ୍ମଦ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri