Posted inଖେଳ

ମେଲାନି ଜୋନ୍ସ କ୍ରିକେଟ ଅଷ୍ଟ୍ରେଲିଆ ନିର୍ଦ୍ଦେଶକ

ମେଲବୋର୍ନ, ୭।୧୧- ପୂର୍ବତନ ମହିଳା କ୍ରିକେଟର ମେଲାନି ଜୋନ୍ସ କ୍ରିକେଟ ଅଷ୍ଟ୍ରେଲିଆର ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି। ବୁଧବାର ତାଙ୍କୁ ଏହି ହାଇପ୍ରୋଫାଇଲ ପଦ ପାଇଁ ଦାୟିତ୍ୱ ପ୍ରଦାନ କରାଯାଇଛି। ୧୯୯୭ରେ ଜୋନ୍ସ ଅଷ୍ଟ୍ରେଲିଆ ପାଇଁ ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିଥିଲେ। ୨୦୦୫ରେ ସେ ତାଙ୍କର ପ୍ରଥମ ବିଶ୍ୱକପ୍‌ ଜିତିଥିଲେ। ଏହାପରେ ବର୍ଷ ସେ ପଦାର୍ପଣରେ ୧୩୧ ରନର ଶତକୀୟ ପାଳି ଖେଳି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ଓ ଏହା ତାଙ୍କର ପ୍ରଥମ ଆଶେସ ଶତକ ଥିଲା। ଏହି ଗୁରୁଦାୟିତ୍ୱ ମିଳିଥିବାରୁ ବହୁତ ଖୁସି ବୋଲି ସେ କହିଛନ୍ତି। କ୍ରିକେଟ ପ୍ରତି ତାଙ୍କର ଅବଦାନ ପାଇଁ ଚଳିତ ବର୍ଷ ପ୍ରାରମ୍ଭରେ ତାଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ ଅର୍ଡର ଅଫ୍‌ ଅଷ୍ଟ୍ରେଲିଆ ପୁରସ୍କାର ପ୍ରଦାନ କରାଯାଇଥିଲା। କ୍ରିକେଟ ଛାଡିବା ପରେ ସେ ଭାଷ୍ୟକାର ହିସାବରେ ବେଶ୍‌ ସଫଳତା ହାସଲ କରିଥିଲେ। ଜୋନ୍ସଙ୍କ ଅଭିଜ୍ଞତା କାମରେ ଆସିବ ବୋଲି କ୍ରିକେଟ ଅଷ୍ଟ୍ରେଲିଆ ଚେୟାରମ୍ୟାନ ଇର୍ଲ ଏଡିଙ୍ଗ୍ସ କହିଛନ୍ତି। ଗତ ଦୁଇ ବର୍ଷ ହେବ ଅଷ୍ଟ୍ରେଲିଆ କ୍ରିକେଟରେ ବୈପ୍ଳବିକ ପରିବର୍ତ୍ତନ ହୋଇଛି। ଜୋନ୍ସଙ୍କ ଅଭିଜ୍ଞତାରୁ ଅଷ୍ଟ୍ରେଲିଆ କ୍ରିକେଟ ଆହୁରି ଆଗକୁ ଯିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ଗୋଟିଏ ଦଳରେ ସ୍ଥାନ ପାଇଲେ ବିରାଟ କୋହଲି ଓ ଋଷଭ ପନ୍ତ, ଏପଟେ BCCI ଦେଲା ବଡ ଖବର

ନୂଆଦିଲ୍ଲୀ,୧୧।୧୨: ଆଗାମୀ ବିଜୟ ହଜାରେ ଟ୍ରଫି ପାଇଁ ଦିଲ୍ଲୀର ସମ୍ଭାବ୍ୟ ଦଳରେ ଭାରତର ଦୁଇ ଷ୍ଟାର ଖେଳାଳି ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କୁ ସାମିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri