Posted inଖେଳ

ମେସିଙ୍କ ଗୋଲରେ ବ୍ରାଜିଲକୁ ହରାଇଲା ଆର୍ଜେଣ୍ଟିନା

ରିୟାଦ,୧୬।୧୧- ଅନ୍ତର୍ଜାତୀୟ ବାସନ୍ଦାଦେଶ ପରେ ଫେରିଥିବା ଲିଓନେଲ ମେସିଙ୍କ ଗୋଲ ଯୋଗୁ ୧-୦ ଗୋଲରେ ବ୍ରାଜିଲକୁ ସୌଦି ଆରବରେ ହରାଇ ଦେଇଛି। ଦକ୍ଷିଣ ଆମେରିକା ଫୁଟ୍‌ବଲ କନଫେଡେରେଶନକୁ ଦୁର୍ନୀତି ଗ୍ରସ୍ତ କହି ବାର୍ସିଲୋନା ଷ୍ଟ୍ରାଇକର ୪ ଅନ୍ତର୍ଜାତୀୟ ମ୍ୟାଚ୍‌ରୁ ବାସନ୍ଦ ହୋଇଥିଲେ। ତାଙ୍କ ଗୋଲ ଯୋଗୁ ସୁପର କ୍ଲାସିକୋ ଅଭିହିତ ହେଉଥିବା ମ୍ୟାଚ୍‌କୁ ଜିତି ନେଇଛି ଆର୍ଜେଣ୍ଟିନା। ଅନ୍ତିମ ଥର ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ବ୍ରାଜିଲ ଓ ଆର୍ଜେଣ୍ଟିନା କୋପା ଆମେରିକା ସେମିଫାଇନାଲରେ ପରସ୍ପରକୁ ଭେଟିଥିଲେ। ବ୍ରାଜିଲ ୨-୦ ଗୋଲରେ ମ୍ୟାଚ୍‌ ଜିତି ଫାଇନାଲରେ ପ୍ରବେଶ କରିଥିଲା।
ମ୍ୟାଚ୍‌ର ୯ମ ମିନିଟ୍‌ରେ ବ୍ରାଜିଲ ନିକଟରେ ଖାତା ଖୋଲିବାର ସୁବର୍ଣ୍ଣ ସୁଯୋଗ ଥିଲା। ମିଳିଥିବା ପେନାଲ୍ଟି କିକ୍‌କୁ ଗାବ୍ରିଏଲ ଜିସସ ହାତଛଡ଼ା କରିଥିଲେ। ଏହାର ୫ ମିନିଟ୍‌ ପରେ ଆର୍ଜେଣ୍ଟିନା ମଧ୍ୟ ପେନାଲ୍ଟି ହାତେଇଥିଲା। କିନ୍ତୁ ମେସିଙ୍କ ଉଦ୍ୟମକୁ ବ୍ରାଜିଲିଆନ ଗୋଲକିପର ଆଲିସନ ବେକାର କରି ଦେଇଥିଲେ। ତୁରନ୍ତ ବାର୍ସିଲୋନା ଷ୍ଟ୍ରାଇକର ଏକ ଫିଲ୍ଡ ଗୋଲ ଦେଇ ଆର୍ଜେଣ୍ଟିନାକୁ ୧-୦ ଗୋଲର ଅଗ୍ରଣୀ ଆଣି ଦେଇଥିଲେ। ଦଳୀୟ ଅଗ୍ରଣୀ ବ୍ୟବଧାନକୁ ଦୁଇ ଗୁଣ କରିବା ପାଇଁ ମେସି ପାଇଥିବା ଦୁଇଟି ସୁଯୋଗର ଫାଇଦା ଉଠାଇ ପାରି ନ ଥିଲେ। ପିଏସ୍‌ଜି ଷ୍ଟ୍ରାଇକର ନେମାରଙ୍କ ବିନା ଖେଳୁଥିବା ବ୍ରାଜିଲ ପ୍ରତିପକ୍ଷ ଗୋଲପୋଷ୍ଟ ଉପରେ ଖୁବ୍‌ କମ୍‌ ଆକ୍ରମଣ କରିଥିଲା। ଦଳ ୪୧ ଫାଉଲ ଓ ଖେଳାଳିଙ୍କୁ ୬ଟି ହଳଦିଆ କାର୍ଡ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri