Posted inଖେଳ

ମେସିଙ୍କୁ ରେକର୍ଡ ୬ଷ୍ଠ ବାଲୋନ ଡି’ ଅର

ପ୍ୟାରିସ,୩ା୧୨: ଆର୍ଜେଣ୍ଟିନା ଷ୍ଟାର ଲିଓନେଲ ମେସି ସୋମବାର ରେକର୍ଡ ୬ଷ୍ଠ ବାଲୋନ ଡି’ଅର ସମ୍ମାନ ପାଇଛନ୍ତି। ବାର୍ସିଲୋନାକୁ ଲା ଲିଗା ଚାମ୍ପିୟନ କରାଇବା ପରେ ତାଙ୍କ ପ୍ରତିନିଧିତ୍ୱରେ ଜାତୀୟ ଦଳ କୋପା ଆମେରିକା ଟୁର୍ନାମେଣ୍ଟର ୩ୟ ସ୍ଥାନ ଅଧିକାର କରିଥିଲା। ସେ ପୂର୍ବରୁ ୨୦୦୯, ୨୦୧୦, ୨୦୧୧, ୨୦୧୨ ଓ ୨୦୧୫ରେ ସମ୍ମାନଜନକ ଫୁଟବଲର ଟ୍ରଫି ହାତେଇଥିଲେ। ଚଳିତ ଥର ଲିଭରପୁଲର ୪ ଜଣ ପ୍ରତିଦ୍ୱନ୍ଦ୍ୱୀଙ୍କୁ ପଛରେ ପକାଇ ଏହି ସଫଳତା ପାଇଛନ୍ତି। ତାଙ୍କ ପଛକୁ ଭିର୍ଜିଲ ଭାନ ଜିଜକି (ଦ୍ୱିତୀୟ) ଓ ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ (ତୃତୀୟ) ରହିଛନ୍ତି। ସର୍ବାଧିକ ଥର ବାଲୋନ ଡି’ଅର ପୁରସ୍କାର ହାତେଇବାରେ ମେସିଙ୍କ ପଛକୁ ରୋନାଲ୍ଡୋ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ସେ ୫ ଥର ଏହି ସମ୍ମାନ ପାଇଛନ୍ତି। ମୋର ୩ ଭାଇଙ୍କ ଯୋଗୁ ୧୦ ବର୍ଷ ତଳେ ମୁଁ ପ୍ରଥମ ବାଲୋନ ଡି’ଅର ସମ୍ମାନ ପାଇଥିଲି। ମୋ ସ୍ତ୍ରୀ ଓ ପିଲାଙ୍କ ପାଇଁ ଏବେ କ୍ୟାରିୟରର ୬ଷ୍ଠ ଥର ଏହି ସମ୍ମାନ ହାତେଇଛି ବୋଲି ମେସି କହିଛନ୍ତି। ଅନ୍ୟପକ୍ଷରେ ଆମେରିକାକୁ ୪ର୍ଥ ଫିଫା ମହିଳା ବିଶ୍ୱକପ୍‌ ଆଣି ଦେଇଥିବା ମେଗାନ ରାପିନୋଙ୍କୁ ଦ୍ୱିତୀୟ ଥର ବାଲୋନ ଡି’ଅର ପାଇଛନ୍ତି। ସେ ଡୁ ଚାଟଲେଟ ଥିଏଟରରେ ଉପସ୍ଥିତ ନ ଥିଲେ। ଉଲ୍ଲେଖଖାଉ କି, ରୋନାଲ୍ଡୋ ଓ ମେସି କ୍ରମାଗତ ୧୦ ବାଲୋନ ଡି’ଅର ପୁରସ୍କାର ବାଣ୍ଟି ନେଇଥିଲେ। ୨୦୦୯ରୁ ୨୦୧୭ ପର୍ଯ୍ୟନ୍ତ ଏହି ଦୁଇଙ୍କ ବ୍ୟତୀତ ଅନ୍ୟ କୌଣସି ଖେଳାଳି ଶ୍ରେଷ୍ଠ ଫୁଟବଲର ହେବାର ସୌଭାଗ୍ୟ ପାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri