ମେସ୍କୋ ହୋଟେଲ, ଗେଷ୍ଟ ହାଉସ୍‌ ଦଖଲକୁ ନେଲା ଇଡ୍‌କୋ

କଳିଙ୍ଗନଗର,୨୬।୯(ଡି.ଏନ୍‌.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳ ଯଖପୁରାଠାରେ ଥିବା ମେସ୍କୋଷ୍ଟିଲର ଏକ ହୋଟେଲ ଓ ଗେଷ୍ଟହାଉସ୍‌କୁ ବୁଧବାର ଇଡ୍‌କୋ ଦଖଲକୁ ନେଇଛି। ଇଡ୍‌କୋ କର୍ତ୍ତୃପକ୍ଷ ଏବଂ ଜିଲା ପ୍ରଶାସନ ଏହି ଗେଷ୍ଟହାଉସ୍‌କୁ ଦଖଲ ନେବାପାଇଁ ଯଖପୁରା ଠାରେ ପହଞ୍ଚତ୍ଥିଲେ। ମାଜିଷ୍ଟ୍ରେଟ୍‌ ଭାବେ ଦାନଗଦୀ ତହସିଲଦାର ବୁଲବୁଲ ବେହେରା ଓ ଦାନଗଦୀ ବିଡିଓ ମଣି ପ୍ରସାଦ ମିଶ୍ର ଦାୟିତ୍ୱରେ ଥିବାବେଳେ ଇଡ୍‌କୋ ପକ୍ଷରୁ ଯାଜପୁର ରୋଡ ଡିଭିଜିନାଲ ମୁଖ୍ୟ ରାଜ କିଶୋର ନାୟକ ଓ ଇଡ୍‌କୋର ବହୁ କର୍ମଚାରୀ ଉପସ୍ଥିତ ଥିଲେ । ପୋଲିସ ପ୍ରଶାସନ ପକ୍ଷରୁ ଆଇନଶୃଙ୍ଖଳା ଉପୁଜିବା ଆଶଙ୍କାରେ ଯଖପୁରା ଥାନା ଅଧିକାରୀ ଲକ୍ଷ୍ମଣ ଦଣ୍ଡସେନାଙ୍କ ସମେତ ୧ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ପ୍ରକାଶ ଯେ, ୧୯୯୪ରେ ମେସ୍କୋଷ୍ଟିଲ ଯଖପୁରାଠାରେ ଦ୍ୱିତୀୟ ଇସ୍ପାତ କାରଖାନା ପ୍ରତିଷ୍ଠା କରିବା ପାଇଁ ଇଡ୍‌କୋ ଠାରୁ ୧୭୫୬ ଏକର ଜମି ହାତେଇ ଥିଲା। ଏହି ଜମି ମଧ୍ୟରୁ ୧୫୬ ଏକର ଜମିରେ ଏକ ବିଶାଳ ହୋଟେଲ ଓ ଗେଷ୍ଟହାଉସ୍‌ ନିର୍ମାଣ କରିଥିଲା। ପରବର୍ତ୍ତି ଅବସ୍ଥାରେ ମେସ୍କୋ ଜମି ନେବା ବାବଦକୁ ପ୍ରଦାନ କରିବାକୁ ଥିବା ଅର୍ଥ ଇଡକୋ କର୍ତ୍ତୃପକ୍ଷଙ୍କୁ ଦେଇ ନ ଥିଲା। ଏ ନେଇ ଇଡକୋ କର୍ତ୍ତୃପକ୍ଷ ବାରମ୍ବାର ନୋଟିସ୍‌ କରିଥିଲେ ମଧ୍ୟ ମେସ୍କୋ କର୍ତ୍ତୃପକ୍ଷ ଏହାକୁ ଭରଣ ନ କରି କୋର୍ଟର ଦ୍ୱାରସ୍ଥ ହୋଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ସେପ୍ଟେମ୍ବର ୨୪ ତାରିଖ ସୁଦ୍ଧା ଏହି ଗେଷ୍ଟହାଉସକୁ ଖାଲି କରିବାକୁ ପ୍ରଶାସନ ପକ୍ଷରୁ ନୋଟିସ ଜାରି କରା ଯାଇଥିଲା। ଏହି କ୍ରମରେ ବୁଧବାର ମାଜେଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ହୋଟେଲରେ ଏବଂ ଗେଷ୍ଟ ହାଉସ୍‌ରେ ଥିବା ୮୦ଟି ଦାମି କୁକୁର, ସରଞ୍ଜାମ, ଖଟ, ପଲଙ୍କ, ଆସବାବପତ୍ର ଆଦିକୁ ମେସ୍କୋ କତ୍ତୃପକ୍ଷ ୭ ଦିନ ମଧ୍ୟରେ ଅନ୍ୟତ୍ର ନେଇ ଯିବାକୁ ସମୟ ଦିଆଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୂରହେଉନି ଚୁକ୍ତିନାମା ଅନିଶ୍ଚିତତା

ଓ୍ବାଶିଂଟନ/ତେହରାନ୍‌,୧।୬: ଇରାନ ଓ ଆମେରିକା ମଧ୍ୟରେ ସ୍ଥାୟୀ ଯୁଦ୍ଧବିରତିକୁ ନେଇ ଅନିଶ୍ଚିତତାର ଅନ୍ତ ହେଉନାହିଁ। ଯୁଦ୍ଧ ବନ୍ଦ ଲାଗି ଆମେରିକା ଇରାନ ପାଖକୁ କେତେକ କଠୋର ସର୍ତ୍ତ ପଠାଇଥିଲା।…

କଟକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

କଟକ,୧ା୬: ପ୍ରେସ୍‌ ଛକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ…

ମାସ ଆରମ୍ଭରୁ ଗ୍ରାହକଙ୍କୁ ଆଉ ଏକ ଝଟକା ଦେଲେ ସରକାର, ବଢିଲା LPG ସିଲିଣ୍ଡର ଦାମ୍‌

ନୂଆଦିଲ୍ଲୀ,୧।୬: ଆଜି, ଜୁନ ୧ ତାରିଖରେ, ସାଧାରଣ ଜନତା ପୁଣି ଥରେ ବଢୁଥିବା ମୁଦ୍ରାସ୍ଫୀତିର ଏକ ବଡ଼ ଆଘାତର ସମ୍ମୁଖୀନ ହୋଇଛନ୍ତି। ଗ୍ୟାସ କମ୍ପାନୀଗୁଡ଼ିକ ପୁଣି ଥରେ…

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri