ମେସ୍‌ରେ ତାଲା, ପ୍ରଶାସନର ଦ୍ୱାରସ୍ଥ ହେଲେ ଛାତ୍ର

ଅନୁଗୋଳ ଅଫିସ୍‌, ୬।୨ – ବିନା ନୋଟିସରେ ମେସ୍‌ରେ ତାଲା ପକାଇ ହଷ୍ଟେଲ ମ୍ୟାନେଜର କେଉଁଆଡ଼େ ଚାଲିଯାଇଥିବାରୁ ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ ୨ ନମ୍ବର ହଷ୍ଟେଲ ଅନ୍ତେବାସୀଙ୍କ ମଧ୍ୟରେ ବୁଧବାର ଅସନ୍ତୋଷ ଦେଖାଦେଇଥିଲା। ଦୁଇଦିନ ଧରି ଖାଦ୍ୟ ମିଳି ନ ଥିବାରୁ ପ୍ରତିବାଦରେ ସେମାନେ ମହାବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ ପୂର୍ବାହ୍ନରେ ଧାରଣା ଦେଇଥିଲେ। କିନ୍ତୁ କଲେଜ କର୍ତ୍ତୃପକ୍ଷ ସମସ୍ୟା ନେଇ କର୍ଣ୍ଣପାତ ନ କରିବାରୁ ଛାତ୍ରମାନେ ଶୋଭାଯାତ୍ରାରେ ଯାଇ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଡେପୁଟି କଲେକ୍ଟର ବଇତୁରା ଦୀପଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ପରେ କଲେଜ ଅଧ୍ୟକ୍ଷ ଉଦୟନାଥ ବେହେରା ଏକ ଜରୁରୀ ବୈଠକ ଡାକି ସମସ୍ୟାର ସମାଧାନ କରିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା।
ଛାତ୍ରମାନଙ୍କ କହିବା ଅନୁଯାୟୀ, ମହାବିଦ୍ୟାଳୟର ୨ନଂ ହଷ୍ଟେଲରେ ରହୁଥିବା ୧୦୬ ଜଣ ଛାତ୍ରଙ୍କୁ ଦୁଇ ଦିନ ହେବ ଖାଦ୍ୟ ଦିଆଯାଇ ନାହିଁ। କୌଣସି ନୋଟିସ୍‌ କି ପୂର୍ବ ସୂଚନା ନ ଦେଇ ହଠାତ୍‌ ମେସ୍‌ ମ୍ୟାନେଜର ତାଲା ପକାଇ ପଳାଇ ଯାଇଥିବାରୁ ଏପରି ପରିସ୍ଥିତି ଉପୁଜିଥିଲା। ଏ ନେଇ କଲେଜ କର୍ତ୍ତୃପକ୍ଷଙ୍କୁ ଅବଗତ କରିଥିଲେ ମଧ୍ୟ କୌଣସି ସମାଧାନ କରାଯାଇ ନ ଥିଲା। ତେଣୁ ବାଧ୍ୟ ହୋଇ ପୂର୍ବାହ୍ନରେ ମହାବିଦ୍ୟାଳୟ ଫାଟକ ସମ୍ମୁଖରେ ଧାରଣା ଦିଆଯାଇଥିଲା। କିନ୍ତୁ କଲେଜ ଅଧ୍ୟକ୍ଷ ନ ଆସିବାରୁ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଥିଲୁ ବୋଲି ଛାତ୍ରମାନେ ପ୍ରକାଶ କରିଛନ୍ତି। ଅପରପକ୍ଷରେ ବିନା ସୂଚନାରେ ଏତେ ସଂଖ୍ୟାରେ ଛାତ୍ର ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯିବା ଦେଖି ପୋଲିସ ମଧ୍ୟ ତାଜୁବ ହୋଇଯାଇଥିଲା। ତୁରନ୍ତ ଅନୁଗୋଳ ଥାନା ଏସ୍‌ଆଇ ବିପ୍ଳବ ସାହୁଙ୍କ ନେତୃତ୍ୱରେ ଏକ ଟିମ୍‌ ସେଠାରେ ପହଞ୍ଚି ଛାତ୍ରଙ୍କୁ ବୁଝାଶୁଝା କରିବା ପରେ ସେମାନେ ଶାନ୍ତ ପଡ଼ିଥିଲେ। ପରେ କଲେଜ ଅଧ୍ୟକ୍ଷ ଏକ ବୈଠକ ଡକାଇଥିଲେ। ଏଥିରେ ଛାତ୍ର ପ୍ରତିନିଧିଙ୍କ ସହ ହଷ୍ଟେଲ ସୁପରିଣ୍ଟେଣ୍ଡେଣ୍ଟ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ। ମହାବିଦ୍ୟାଳୟ ଅଧ୍ୟକ୍ଷ ବେହେରା ତୁରନ୍ତ କଲେଜ ଏଷ୍ଟାବ୍ଲିଶମେଣ୍ଟ ପାଣ୍ଠିରୁ ହଷ୍ଟେଲ ଚାଲୁ କରିବାକୁ ୧ ଲକ୍ଷ ଟଙ୍କା ପ୍ରଦାନ କରିବା ପରେ ସନ୍ଧ୍ୟାରେ ମେସ୍‌ ଚାଲୁ ହୋଇଥିଲା। ଏ ସମ୍ପର୍କରେ ଅଧ୍ୟକ୍ଷ ବେହେରା କହିଛନ୍ତି, ହଷ୍ଟେଲ ଚାଲୁ କରିବାକୁ ୧ ଲକ୍ଷ ଟଙ୍କା ଦିଆଯାଇଛି। ମେସ୍‌ ମ୍ୟାନେଜରଙ୍କୁ ମଧ୍ୟ କାରଣଦର୍ଶାଅ ନୋଟିସ୍‌ ଜାରି କରାଯାଇଛି। ତାଙ୍କ ଉପରେ ଏଣିକି ସ୍ବତନ୍ତ୍ର ଦୃଷ୍ଟି ରଖାଯିବ ବୋଲି ଅଧ୍ୟକ୍ଷ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍‌ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍‌

ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…

ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ

ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ…

ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…

ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri