ମୈଥାନ ଇସ୍ପାତ କାରଖାନାରେ ଶ୍ରମିକ ଅଶାନ୍ତି: ବକେୟା ଦରମା ଦାବିରେ ରାସ୍ତା ଅବରୋଧ

କଳିଙ୍ଗନଗର,୧୭।୧୦(ଡି.ଏନ୍‌.ଏ.): କଳିଙ୍ଗନଗରସ୍ଥିତ ମୈଇଥାନ ମେସ୍କୋ କାରଖାନାର ଶ୍ରମିକମାନେ ବକେୟା ଦରମା ଦାବିରେ ବୁଧବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। କାରଖାନା ପକ୍ଷରୁ ଶ୍ରମିକଙ୍କୁ ୯ ମାସର ବକେୟା ପାଉଣା ଏବଂ ୧ ବର୍ଷର ବୋନସ୍‌ ଟଙ୍କା ପ୍ରଦାନ କରାଯାଇ ନ ଥିବା ଅଭିଯୋଗରେ ଶ୍ରମିକାମାନେ ବିଜୁପଟ୍ଟନାୟକ ମାର୍ଗର ରାବାଣା ଚାରିଛକ ରାସ୍ତା ଅବରୋଧ କରିଥିଲେ। ଏଥିରେ କଳିଙ୍ଗନଗର ମଜଦୂର ୟୁନିୟନ ପ୍ରତିଷ୍ଠାତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ ଚନ୍ଦ୍ର ଘଡ଼ାଇ ମଧ୍ୟ ସାମିଲ ହୋଇଥିଲେ। ଏହି ଅବସରରେ ୯ ମାସ ହେବ ୧୩ ଶହରୁ ଊର୍ଦ୍ଧ୍ୱ କର୍ମଚାରୀ ସେମାନଙ୍କର ପ୍ରାପ୍ୟ ନ ପାଇ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅପରପକ୍ଷେ କାରଖାନା କର୍ତ୍ତୃପକ୍ଷ ଶ୍ରମ ଆଇନ ଓ କାରଖାନା ନିୟମକୁ ବେଖାତିର କରି ୨ମାସ ହେବ ବିନା ନୋଟିସରେ କାରଖାନାକୁ ବନ୍ଦ ରଖିବା ଫଳରେ ଶ୍ରମିକମାନେ ରାଜରାସ୍ତାକୁ ଉହ୍ଲାଇନ୍ତି ବୋଲି ଘଡ଼ାଇ କହିଥିଲେ। ଧାରଣାସ୍ଥଳରେ କଳିଙ୍ଗନଗର ଏଡିଏମ୍‌ ସନ୍ତୋଷ କୁମାର ମିଶ୍ର, ଅତିରିକ୍ତ ଏସ୍‌ପି ରାଜ କିଶୋର ଦୋରା, ଦାନଗଦୀ ତହସିଲଦାର ବୁଲବୁଲ ବେହେରା, କଳିଙ୍ଗନଗର ଥାନାଧିକାରୀ ରାଜେନ୍ଦ୍ର ନାରାୟଣ ପଟ୍ଟନାୟକ ଓ ଯଖପୁରା ଥାନାଧିକାରୀ ଲକ୍ଷ୍ମଣ ଦଣ୍ଡସେନା ପହଞ୍ଚତ୍ ଶ୍ରମିକ ସଂଗଠନ ସହ ଆଲୋଚନା କରିଥିଲେ। ଶ୍ରମିକଙ୍କ ଦାବି ସମ୍ପର୍କରେ ଜିଲାପାଳ କାରଖାନା କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଛନ୍ତି। ଏ ଦିଗରେ କାରଖାନା କର୍ତ୍ତୃପକ୍ଷ ୭ ଦିନ ସମୟ ନେଇଥିବା ଏଡିଏମ୍‌ ସନ୍ତୋଷ କୁମାର ଧାରଣାକାରୀଙ୍କୁ କହିବା ପରେ ଆନ୍ଦୋଳନ ସ୍ଥଗିତ ରଖାଯାଇଥିବା ଜଣାପଡିଛି। ଧାରଣାରେ ଘଡ଼ାଇଙ୍କ ସହ ୟୁନିୟନ ସାଧାରଣ ସମ୍ପାଦକ ଆଜାର ଅହମ୍ମଦ ଖାନ୍‌, ୧୦ ନଂ ଜୋନ ଜିଲାପରିଷଦ ସଭ୍ୟ ସୁଶାନ୍ତ କୁମାର ସାମଲ, ଏମ୍‌ପିଙ୍କ ପ୍ରତିନିଧି ଲୋକନାଥ ଧୀର, ଯୁବ ନେତା ପବିତ୍ର ଜେନାମଣି ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଶ୍ରମିକ ନେତା ବିଜୟ କୁମାର ଦଳେଇ, ପ୍ରହଲ୍ଲାଦ ପାଳ, ପ୍ରମୋଦ ସାହୁ, ଶ୍ରୀକାନ୍ତ ବେହେରା, କିଶୋର ସାମଲ , ଆଶିଷ ଓଝା, ରାଜେଶ ପାଲ, ସୌମ୍ୟରଞ୍ଜନ ନାୟକ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri